Posted inଖେଳ

୩୬ ଖେଳାଳିଙ୍କୁ ପଛରେ ପକାଇଲେ ଶୁଭମନ ଗିଲ, ଟପ୍‌-୪ ନିକଟତର ହେଲେ ଯଶସ୍ବୀ

ନୂଆଦିଲ୍ଲୀ,୧୭।୭: ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ୍‌(ଆଇସିସି) ପକ୍ଷରୁ ଟି୨୦ ର଼୍ୟାଙ୍କିଂ ଜାରି କରାଯାଇଛି। ନିକଟରେ ଜିମ୍ବାଓ୍ବେ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜରେ ଟିମ୍‌ ଇଣ୍ଡିଆ ୪-୧ରେ ବିଜେତା ହୋଇଛି। ଏହି ପ୍ରଦର୍ଶନ ଯୋଗୁ ଖେଳାଳିଙ୍କ ର଼୍ୟାଙ୍କିଂରେ ପରିବର୍ତ୍ତନ ହୋଇଛି। ଏହି ସିରିଜରେ ଟିମ୍‌ର ଅଧିନାୟକ ଶୁଭମନ ଗିଲ୍‌ ହୋଇଥିଲେ। ସେ ସବୁଠାରୁ ଅଧିକ ରନ୍‌ ମଧ୍ୟ କରିଥିଲେ। ଏହାକୁ ନେଇ ବ୍ୟାଟ୍ସମ୍ୟାନ୍‌ ର଼୍ୟାଙ୍କିଂରେ ବଡ଼ ଡିଆଁ ମାରିଛନ୍ତି। ସେହିଭଳି ଯଶସ୍ବୀ ଜୈସଓ୍ବାଲ ମଧ୍ୟ ଟପ୍‌-୪ ନିକଟତର ହୋଇଛନ୍ତି।

ଶୁଭମନ ଗିଲ୍‌ ବ୍ୟାଟିଂର ଟି୨୦ ର଼୍ୟାଙ୍କିଂରେ ୩୬ଜଣଙ୍କୁ ପଛରେ ପକାଇ ୩୭ତମ ସ୍ଥାନରେ ପହଞ୍ଚିଛନ୍ତି। ଜୈସଓ୍ବାଲ ଏବେ ୬ଷ୍ଠ ସ୍ଥାନରେ ପହଞ୍ଚିଛନ୍ତି। ଋତୁରାଜ ଗାୟକଓ୍ବାଡ ଗୋଟିଏ ପାହାଚ ଖସି ୮ମ ସ୍ଥାନରେ ପହଞ୍ଚିଛନ୍ତି। ଏହି ର଼୍ୟାଙ୍କିଂରେ ଅଷ୍ଟ୍ରେଲିଆର ଟ୍ରାଭିସ ହେଡ୍‌ ଶୀର୍ଷ ସ୍ଥାନରେ ଅଛନ୍ତି। ସେହିଭଳି ଭାରତର ସୂର୍ଯ୍ୟକୁମାର ଯାଦବ ଦ୍ୱିତୀୟ ସ୍ଥାନରେ ରହିଛନ୍ତି।

ବୋଲିଂର ଟି୨୦ ର଼୍ୟାଙ୍କିଂରେ କୁଲଦୀପ ଯାଦବ ଏବଂ ଅକ୍ଷର ପଟେଲ ଖସିଛନ୍ତି। ଏହି ଦୁଇ ଖେଳାଳି ସିରିଜର ଅଂଶ ନ ଥିଲେ। ଏଣୁ ଅକ୍ଷର ୪ ସ୍ଥାନ ତଳକୁ ଖସି ୧୩ତମ ସ୍ଥାନରେ ପହଞ୍ଚିଥିବା ବେଳେ କୁଲଦୀପ ଯାଦବ ୫ ସ୍ଥାନ ଖସି ୧୬ତମ ସ୍ଥାନରେ ପହଞ୍ଚିଛନ୍ତି। ସିରିଜର ଅଂଶ ଥିବା ରବି ବିଶ୍ନୋଇ ୪ ସ୍ଥାନ ତଳକୁ ଖସି ଏବେ ୧୯ତମ ସ୍ଥାନରେ ପହଞ୍ଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri