Posted inଖେଳ

୩୬ ଖେଳାଳିଙ୍କୁ ପଛରେ ପକାଇଲେ ଶୁଭମନ ଗିଲ, ଟପ୍‌-୪ ନିକଟତର ହେଲେ ଯଶସ୍ବୀ

ନୂଆଦିଲ୍ଲୀ,୧୭।୭: ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ୍‌(ଆଇସିସି) ପକ୍ଷରୁ ଟି୨୦ ର଼୍ୟାଙ୍କିଂ ଜାରି କରାଯାଇଛି। ନିକଟରେ ଜିମ୍ବାଓ୍ବେ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜରେ ଟିମ୍‌ ଇଣ୍ଡିଆ ୪-୧ରେ ବିଜେତା ହୋଇଛି। ଏହି ପ୍ରଦର୍ଶନ ଯୋଗୁ ଖେଳାଳିଙ୍କ ର଼୍ୟାଙ୍କିଂରେ ପରିବର୍ତ୍ତନ ହୋଇଛି। ଏହି ସିରିଜରେ ଟିମ୍‌ର ଅଧିନାୟକ ଶୁଭମନ ଗିଲ୍‌ ହୋଇଥିଲେ। ସେ ସବୁଠାରୁ ଅଧିକ ରନ୍‌ ମଧ୍ୟ କରିଥିଲେ। ଏହାକୁ ନେଇ ବ୍ୟାଟ୍ସମ୍ୟାନ୍‌ ର଼୍ୟାଙ୍କିଂରେ ବଡ଼ ଡିଆଁ ମାରିଛନ୍ତି। ସେହିଭଳି ଯଶସ୍ବୀ ଜୈସଓ୍ବାଲ ମଧ୍ୟ ଟପ୍‌-୪ ନିକଟତର ହୋଇଛନ୍ତି।

ଶୁଭମନ ଗିଲ୍‌ ବ୍ୟାଟିଂର ଟି୨୦ ର଼୍ୟାଙ୍କିଂରେ ୩୬ଜଣଙ୍କୁ ପଛରେ ପକାଇ ୩୭ତମ ସ୍ଥାନରେ ପହଞ୍ଚିଛନ୍ତି। ଜୈସଓ୍ବାଲ ଏବେ ୬ଷ୍ଠ ସ୍ଥାନରେ ପହଞ୍ଚିଛନ୍ତି। ଋତୁରାଜ ଗାୟକଓ୍ବାଡ ଗୋଟିଏ ପାହାଚ ଖସି ୮ମ ସ୍ଥାନରେ ପହଞ୍ଚିଛନ୍ତି। ଏହି ର଼୍ୟାଙ୍କିଂରେ ଅଷ୍ଟ୍ରେଲିଆର ଟ୍ରାଭିସ ହେଡ୍‌ ଶୀର୍ଷ ସ୍ଥାନରେ ଅଛନ୍ତି। ସେହିଭଳି ଭାରତର ସୂର୍ଯ୍ୟକୁମାର ଯାଦବ ଦ୍ୱିତୀୟ ସ୍ଥାନରେ ରହିଛନ୍ତି।

ବୋଲିଂର ଟି୨୦ ର଼୍ୟାଙ୍କିଂରେ କୁଲଦୀପ ଯାଦବ ଏବଂ ଅକ୍ଷର ପଟେଲ ଖସିଛନ୍ତି। ଏହି ଦୁଇ ଖେଳାଳି ସିରିଜର ଅଂଶ ନ ଥିଲେ। ଏଣୁ ଅକ୍ଷର ୪ ସ୍ଥାନ ତଳକୁ ଖସି ୧୩ତମ ସ୍ଥାନରେ ପହଞ୍ଚିଥିବା ବେଳେ କୁଲଦୀପ ଯାଦବ ୫ ସ୍ଥାନ ଖସି ୧୬ତମ ସ୍ଥାନରେ ପହଞ୍ଚିଛନ୍ତି। ସିରିଜର ଅଂଶ ଥିବା ରବି ବିଶ୍ନୋଇ ୪ ସ୍ଥାନ ତଳକୁ ଖସି ଏବେ ୧୯ତମ ସ୍ଥାନରେ ପହଞ୍ଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?