Posted inଖେଳ

କ୍ଷତି ସହିଲେ କୋହଲି

ନୂଆଦିଲ୍ଲୀ,୨୨।୧୨: ଇଂଲଣ୍ଡ ଅଧିନାୟକ ଜୋ ରୁଟଙ୍କୁ ଦୁଇଟି ଝଟକା ଲାଗିଛି। ତାଙ୍କ ନେତୃତ୍ୱରେ ଇଂଲଣ୍ଡ ପ୍ରଥମେ ସେ ଆଡିଲେଡରେ ଆଶେସ ସିରିଜର କ୍ରମାଗତ ଦ୍ୱିତୀୟ ଟେଷ୍ଟରେ ହାରିଛି। ଏବେ ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗରେ ସେ ପ୍ରଥମ ସ୍ଥାନରୁ ତଳକୁ ଖସିଛନ୍ତି। ତାଙ୍କ ସ୍ଥାନରେ ଆଶେସ ସିରିଜରେ ଚମତ୍କାର ବ୍ୟାଟିଂ କରିଥିବା ମାର୍ନୁସ ଲାବୁସେନ୍‌ ଟେଷ୍ଟରେ ନମ୍ବର-୧ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ୯୧୨ର କ୍ୟାରିୟରର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହିତ ଲାବୁସେନ୍‌ ପ୍ରଥମ ଥର ପାଇଁ ଟେଷ୍ଟରେ ଏକ ନମ୍ବର ବ୍ୟାଟ୍ସମ୍ୟାନ ହୋଇପାରିଛନ୍ତି। ସେ ଜୋ ରୁଟ (୮୯୭) କୁ ଦ୍ୱିତୀୟ ସ୍ଥାନକୁ ଠେଲି ଦେଇଛନ୍ତି। ରୁଟ୍‌ଙ୍କ ପରେ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ମଧ୍ୟ କ୍ଷତି ସହିବାକୁ ପଡିଛି। ନ୍ୟୁଜିଲାଣ୍ଡ ବିପକ୍ଷ ମୁମ୍ବାଇ ଟେଷ୍ଟର ପ୍ରଥମ ଇନିଂସରେ କୋହଲି ଶୂନ ରନ କରି ଆଉଟ ହୋଇଥିଲେ। ଫଳରେ ସର୍ବଶେଷ ଟେଷ୍ଟ ର଼୍ୟାଙ୍କିଙ୍ଗରେ ସେ ସପ୍ତମ ସ୍ଥାନକୁ ଖସି ଆସିଛନ୍ତି। ଏଥି ସହିତ ରୋହିତ ଶର୍ମା ଟପ- ୫ ରେ ରହିଛନ୍ତି। ଏହି ଦୁଇଟି ବ୍ୟତୀତ କୌଣସି ଭାରତୀୟ ବ୍ୟାଟ୍ସମ୍ୟାନ ଟପ -୧୦ରେ ନାହାଁନ୍ତି।
ବୋଲରଙ୍କ ର଼୍ୟାଙ୍କିଙ୍ଗରେ ଅଧିକ ପରିବର୍ତ୍ତନ ହୋଇନାହିଁ। ଅଷ୍ଟ୍ରେଲିଆର ପ୍ୟାଟ କମିନ୍ସ ଏବେ ବି ଟେଷ୍ଟରେ ନମ୍ବର ୧ ବୋଲର ଅଟନ୍ତି। ଭାରତୀୟ ଅଫ ସ୍ପିନର ଆର ଅଶ୍ୱିନ ଦ୍ୱିତୀୟ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri