Posted inଖେଳ

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: କୋହଲି ଖସିଲେ, ରୁଟ୍‌ ଉଠିଲେ

ଦୁବାଇ,୧୧।୨(ପି.ଟି.): ସଦ୍ୟ ପ୍ରକାଶିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ବ୍ୟାଟିଂ ତାଲିକାର ପଞ୍ଚମ ସ୍ଥାନକୁ ଖସିଛନ୍ତି। ଅନ୍ୟପଟେ ଇଂଲଣ୍ଡ ଅଧିନାୟକ ଜୋ ରୁଟ୍‌ ଦୁଇଟି ସ୍ଥାନ ଉପରକୁ ପଞ୍ଚମରେ ରହିଛନ୍ତି। ସେହିପରି ବୋଲିଂ ତାଲିକାର ଭାରତୀୟ ଦ୍ରୁତ ବୋଲର ଯଶପ୍ରୀତ ବୁମ୍‌ରା ଓ ରବିଚନ୍ଦ୍ରନ ଅଶ୍ୱିନ ଉନ୍ନତି କରିଛନ୍ତି।
ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ କୋହଲି ୧୧ ଓ ୭୨ ରନ ସଂଗ୍ରହ କରି ୮୫୨ ପଏଣ୍ଟ ସହ ବୁଧବାର ପ୍ରକାଶିତ ତାଲିକାରେ ଗୋଟିଏ ସ୍ଥାନ ତଳକୁ ଖସିଛନ୍ତି। ସେହିପରି ଗୋଟିଏ ସ୍ଥାନ ଉପରକୁ ଉଠି ଅଭିଜ୍ଞ ସ୍ପିନର ଅଶ୍ୱିନ ଓ ବୁମ୍‌ରା ଯଥାକ୍ରମେ ସପ୍ତମ ଓ ଅଷ୍ଟମ ସ୍ଥାନରେ ରହିଛନ୍ତି। ଦ୍ୱିଶତକୀୟ ଇନିଂସ ଖେଳି ରୁଟ୍‌ ଇଂଲଣ୍ଡକୁ ଭାରତ ବିପକ୍ଷ ପ୍ରଥମ ଟେଷ୍ଟରେ ୨୨୭ ରନରେ ବିଜୟୀ କରାଇ ୮୮୩ ପଏଣ୍ଟ ହାସଲ କରିଛନ୍ତି। ୨୦୧୭ ସେପ୍ଟେମ୍ବର ପରେ ସେ ଏଥିସହ ତାଲିକାର ସର୍ବୋଚ୍ଚ ସ୍ଥାନରେ ରହିଛନ୍ତି। ରୁଟ୍‌ ଉପମହାଦେଶରେ ଗତ ୩ଟି ଟେଷ୍ଟରୁ ୬୮୪ ରନ ସଂଗ୍ରହ କରିଛନ୍ତି। ଦୁଇଟି ଟେଷ୍ଟ ସେ ଶ୍ରୀଲଙ୍କାରେ ଖେଳିଛନ୍ତି। ପ୍ରଥମଥର ପାଇଁ ରୁଟ୍‌ କୋହଲିଙ୍କୁ ଅତିକ୍ରମ କରିଛନ୍ତି। ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ଓ୍ବିଲିୟମସନ ୯୧୯ ପଏଣ୍ଟ ପାଇ ଶୀର୍ଷରେ ରହିଥିବା ବେଳେ ଅଷ୍ଟ୍ରେଲିଆ ଅଭିଜ୍ଞ ବ୍ୟାଟ୍ସମ୍ୟାନ ଷ୍ଟିଭ ସ୍ମିଥ୍‌ ୮୯୧ ପଏଣ୍ଟ ପାଇ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ସେହିପରି ଯୁବ ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ ମାର୍ନସ ଲାବୁସେନ ୮୭୮ ପଏଣ୍ଟ ପାଇ ଚତୁର୍ଥ ସ୍ଥାନରେ ରହିଛନ୍ତି।
ପ୍ରଥମ ଇନିଂସରେ ୯୧ ରନର ଦ୍ରୁତ ଇନିଂସ ଖେଳିଥିବା ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ପ୍ରଥମ ଭାରତୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ ଭାବେ ୭୦୦ ରେଟିଂ ପଏଣ୍ଟ ହାସଲ କରି ବ୍ୟାଟିଂ ତାଲିକାର ୧୩ତମ ସ୍ଥାନ ଅଧିକାର କରିଛନ୍ତି। ଯୁବ ଓପନର ଶୁବମନ ଗିଲ ୭ଟି ସ୍ଥାନ ଉପରକୁ ୪୦ତମ ସ୍ଥାନରେ ରହିଛନ୍ତି। ସେହିପରି ଅଲରାଉଣ୍ଡର ଓ୍ବାଶିଂଟନ ସୁନ୍ଦର ଦୁଇଟି ସ୍ଥାନ ଉପରକୁ ଉଠି ୮୧ତମ ସ୍ଥାନରେ ରହିଛନ୍ତି। ସେହିପରି ସ୍ପିନର ଶାହବାଜ ନଦୀମ ଦୁଇଟି ସ୍ଥାନ ଉପରକୁ ଉଠି ବୋଲିଂ ତାଲିକାର ୮୫ତମ ସ୍ଥାନରେ ରହିଛନ୍ତି। ଇଂଲଣ୍ଡ ଓପନର ଡୋମିନିକ ସିବ୍‌ଲେ ୧୧ଟି ସ୍ଥାନ ଉପରକୁ ଉଠି ୩୫ତମ ସ୍ଥାନରେ ରହିଛନ୍ତି।
ବୋଲିଂ ତାଲିକାରେ ଅଷ୍ଟ୍ରେଲୀୟ ଅଭିଜ୍ଞ ଦ୍ରୁତ ବୋଲର ପ୍ୟାଟ କୁମିନ୍ସ ଶୀର୍ଷରେ ରହିଛନ୍ତି। ଇଂଲଣ୍ଡର ଜେମ୍ସ ଆଣ୍ଡରସନ ଷଷ୍ଠରୁ ତୃତୀୟ ସ୍ଥାନକୁ ଉନ୍ନତି କରିଛନ୍ତି। ଅନ୍ୟତମ ଇଂଲଣ୍ଡ ଦ୍ରୁତ ବୋଲର ଷ୍ଟୁଆର୍ଟ ବ୍ରଡ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ଆଇସିସି ଟେଷ୍ଟ ଚାମ୍ପିୟନଶିପ୍‌ ଆରମ୍ଭ ହେବା ପରେ ଆଣ୍ଡରସନ ଶ୍ରେଷ୍ଠ ସ୍ଥାନରେ ରହିଛନ୍ତି। ଇଂଲଣ୍ଡର ଦୁଇ ସ୍ପିନର ଜ୍ୟାକ ଲିଚ୍‌ ଓ ଡୋମିନିକ ବେସ୍‌ ବୋଲିଂ ତାଲିକାରେ ଉନ୍ନତି କରି ଯଥାକ୍ରମେ ୩୭ ଓ ୪୧ତମ ସ୍ଥାନରେ ରହିଛନ୍ତି।
ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ପଦାର୍ପଣ କରି ୪୦ ଓ ଅପରାଜିତ ୨୧୦ ରନ ସଂଗ୍ରହ କରିଥିବା ଦଳକୁ ଐତିହାସିକ ବିଜୟ ପ୍ରଦାନ କରିଥିବା ଓ୍ବେଷ୍ଟଇଣ୍ଡିଜ ବ୍ୟାଟ୍ସମ୍ୟାନ କାଏଲ ମେୟର୍ସ ୪୪୮ ପଏଣ୍ଟ ପାଇ ୭୦ତମ ସ୍ଥାନ ଅଧିକାର କରିଛନ୍ତି। ଓ୍ବେଷ୍ଟଇଣ୍ଡିଜ ଅଧିନାୟକ କ୍ରେଗ ବ୍ରାଥଓ୍ବେଟ ବ୍ୟାଟିଂ ତାଲିକାରେ ୮ଟି ସ୍ଥାନ ଉପରକୁ ଉଠି ୫୩ତମ ସ୍ଥାନରେ ରହିଛନ୍ତି। ସେହିପରି ସ୍ପିନର ଜୋମେଲ ଓ୍ବାରିକାନ ୧୪ଟି ସ୍ଥାନ ଉପରକୁ ଉଠି ୬୨ ଓ ରାହକିମ କର୍ନଓ୍ବାଲ ୬ଟି ସ୍ଥାନ ଉପରକୁ ଉଠି ୬୫ତମ ସ୍ଥାନରେ ରହିଛନ୍ତି। ବାଂଲାଦେଶ ତରଫରୁ ମୋମିନୁଲ ହକ୍‌ ୮ଟି ସ୍ଥାନ ଉନ୍ନତି କରି ୩୩ତମ ସ୍ଥାନରେ ରହିଛନ୍ତି। ସେହିପରି ଅଲରାଉଣ୍ଡର ସାକିବ ଅଲ ହାସନ ୪ଟି ସ୍ଥାନ ଉପରକୁ ଉଠି ବ୍ୟାଟିଂ ତାଲିକାର ୩୦ତମ ସ୍ଥାନ ଅଧିକାର କରିଛନ୍ତି। ଅଫ ସ୍ପିନର ମେହିଦୀ ହାସନ ମିରାଜ ୨୮ରୁ ଉନ୍ନତି କରି ୨୪ତମ ସ୍ଥାନ ଅଧିକାର କରିଛନ୍ତି। ଅନ୍ୟପଟେ ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜରେ ୨-୦ରେ କ୍ଲିନ ସୁଇପ୍‌ କରିଥିବା ପାକିସ୍ତାନ ଖେଳାଳିମାନେ ମଧ୍ୟ ର଼୍ୟାଙ୍କିଙ୍ଗ୍‌ରେ ଉନ୍ନତି କରିଛନ୍ତି। ପ୍ଲେୟାର ଅଫ୍‌ ଦି ସିରିଜ ବିବେଚିତ ହୋଇଥିବା ମହମ୍ମଦ ରିଜଓ୍ବାନ ୧୯ଟି ସ୍ଥାନ ଉପରକୁ ଉଠି କ୍ୟାରିୟର ଶ୍ରେଷ୍ଠ ୧୬ତମ ସ୍ଥାନ ଅଧିକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

ଟି -୨୦ ବିଶ୍ୱକପ ଚୟନ ଖବରକୁ ଖଣ୍ଡନ ରୋହିତ ଶର୍ମା, ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୮।୪: ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା ମିଡିଆ ରିପୋର୍ଟକୁ ଅସ୍ବୀକାର କରିଛନ୍ତି। ଯେଉଁଥିରେ ଦାବି କରାଯାଉଥିଲା ଯେ, ଟି -୨୦ ବିଶ୍ୱକପ ଚୟନକୁ...

ମୁମ୍ବାଇ ଇଣ୍ଡିଆନ୍ସ ସହ ଗୁଜରାଟ ଟାଇଟାନ୍ସକୁ ବି ଡୁବେଇଦେଲେ ହାର୍ଦ୍ଦିକ ପାଣ୍ଡ୍ୟା: ପୂର୍ବତନ କ୍ରିକେଟର୍‌ ଆଣିଲେ ଅଭିଯୋଗ

ନୂଆଦିଲ୍ଲୀ,୧୮।୪: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱରେ ଗୁଜରାଟ ଟାଇଟାନ୍ସ ଆଇପିଏଲ ୨୦୨୨ ଜିତିଥିଲା। ଏହା ପରେ, ଗୁଜରାଟ ଆଇପିଏଲ ୨୦୨୩ରେ ରନର୍‌ ଅପ୍‌ ହୋଇଥିଲା। କିନ୍ତୁ ଏହି...

କୋହଲିଙ୍କଠାରୁ ପ୍ରେରଣା ପାଇ ୟୁପିଏସ୍‌ସିରେ ତୃତୀୟ ସ୍ଥାନ ହାସଲ କଲେ ଅନନ୍ୟା: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୮।୪: ଭାରତର ତାରକା ବ୍ୟାଟ୍ସମ୍ୟାନ ବିରାଟ କୋହଲି ଦୁନିଆର ଅନ୍ୟତମ ଲୋକପ୍ରିୟ ଆଥଲେଟ ଅଟନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମରେ ତାଙ୍କର ୮୦୦ ମିଲିୟନରୁ ଅଧିକ ଫଲୋଅର୍ସ...

ଗୁଜରାଟ ଟାଇଟନ୍ସକୁ ୬ ଉଇକେଟରେ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ

ଅହମଦାବାଦ,୧୭ା୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ)ରେ ଗୁଜରାଟ ଟାଇଟନ୍ସକୁ ୬ ଉଇକେଟରେ ହରାଇ ତୃତୀୟ ବିଜୟ ହାସଲ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ପ୍ରଥମେ ବ୍ୟାଟିଂ କରି ଟାଇଟନ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri