Posted inଖେଳ

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ଦ୍ୱିତୀୟ ସ୍ଥାନ ହରାଇଲେ କୋହଲି

ଦୁବାଇ, ୧୩।୧(ପି.ଟି.)- ମଙ୍ଗଳବାର ପ୍ରକାଶିତ ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ର ବ୍ୟାଟ୍ସମ୍ୟାନ ତାଲିକାରେ ଦ୍ୱିତୀୟ ସ୍ଥାନ ହରାଇଛନ୍ତି ଟିମ୍‌ ଇଣ୍ଡିଆ ଅଧିନାୟକ ବିରାଟ କୋହଲି। ଅଷ୍ଟ୍ରେଲିଆର ଷ୍ଟିଭ୍‌ ସ୍ମିଥ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। ମାତ୍ର ମିଡିଲ ଅର୍ଡର ବ୍ୟାଟ୍ସମ୍ୟାନ ଚେତେଶ୍ୱର ପୂଜାରା ୨ଟି ସ୍ଥାନ ଉପରକୁ ଉଠି ୮ରେ ପହଞ୍ଚତ୍ଛନ୍ତି। ପ୍ରଥମ ସନ୍ତାନର ପିତା ହୋଇଥିବା କୋହଲି ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟ ପରେ ସିରିଜରୁ ଓହରି ଯାଇଥିଲେ। ବର୍ତ୍ତମାନ ର଼୍ୟାଙ୍କିଙ୍ଗ୍‌ରେ ତାଙ୍କ ପଏଣ୍ଟ ୮୭୦ ରହିଛି। ସ୍ମିଥ ୯୦୦ ପଏଣ୍ଟ ସହିତ ଦ୍ୱିତୀୟକୁ ଉଠିଥିବାବେଳେ ନ୍ୟୁଜିଲାଣ୍ଡ ଅତ୍ଧନାୟକ କେନ୍‌ ଓ୍ବିଲିୟମସନ ୯୧୯ ପଏଣ୍ଟ ସହିତ ଶୀର୍ଷରେ ଅପରିବର୍ତ୍ତିତ ରହିଛନ୍ତି। ସ୍ମିଥ ଭାରତ ବିପକ୍ଷ ତୃତୀୟ ଟେଷ୍ଟରେ ଯଥାକ୍ରମେ ୧୩୧ ଓ ୮୧ ରନ କରି ଫାଇଦା ପାଇଛନ୍ତି। ଖ୍ରୀଷ୍ଟଚର୍ଚ୍ଚଠାରେ ଅନୁଷ୍ଠିତ ପାକିସ୍ତାନ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ସ୍ମରଣୀୟ ୨୩୮ ରନର ଇନିଂସ ଖେଳି ଓ୍ବିଲିୟମସନ ପ୍ରଥମ ନ୍ୟୁଜିଲାଣ୍ଡ ଖେଳାଳିଭାବେ ଶୀର୍ଷରେ ପହଞ୍ଚତ୍ଥିଲେ। ଦୁଇ ଇନିଂସରେ ୫୦ ଓ ୭୭ ରନ କରି ସିଡ୍‌ନୀ ଟେଷ୍ଟକୁ ଡ୍ର ରଖିବାରେ ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିବା ପୂଜାରା ୮ମ ସ୍ଥାନ ଅଧିକାର କରିଥିବାବେଳେ କାମଚଳା ଅଧିନାୟକ ଅଜିଙ୍କ୍ୟ ରାହାନେ ୭ମ ସ୍ଥାନ ପାଇଛନ୍ତି। ସିଡ୍‌ନୀରେ ଦୁଇ ଇନିଂସରେ ଯଥାକ୍ରମେ ୩୬ ଓ ୯୭ ରନ କରିଥିବା ରିଷଭ ପନ୍ତ ୧୯ଟି ସ୍ଥାନ ଉପରକୁ ଉଠି ୨୬ତମ ସ୍ଥାନ ପାଇଛନ୍ତି। ହନୁମା ବିହାରୀ ୫୨, ଶୁବମନ ଗିଲ୍‌ ୬୯ ଓ ରବିଚନ୍ଦ୍ରନ ଅଶ୍ୱିନ ୮୯ତମ ସ୍ଥାନରେ ରହିଛନ୍ତି। ବୋଲିଂ ତାଲିକାରେ ଭାରତର ୨ ବୋଲର ଟପ୍‌-୧୦ରେ ରହିଛନ୍ତି। ଅଶ୍ୱିନ ୨ ସ୍ଥାନ ତଳକୁ ଖସି ୯ମ ଓ ଯଶପ୍ରୀତ୍‌ ବୁମ୍‌ରା ୧୦ମରେ ରହିଛନ୍ତି। ଏହି ତାଲିକାରେ ଅଷ୍ଟ୍ରେଲିଆର ପ୍ୟାଟ୍‌ କୁମିନ୍ସ ଶୀର୍ଷରେ ଅପରିବର୍ତ୍ତିତ ରହିଛନ୍ତି। ଇଂଲଣ୍ଡର ଷ୍ଟୁଆର୍ଟ ବ୍ରଡ୍‌ ଓ ନ୍ୟୁଜିଲାଣ୍ଡର ନେଲ୍‌ ଓ୍ବାଗନର ପରବର୍ତ୍ତୀ ୨ ସ୍ଥାନ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?