Posted inଖେଳ

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ: ନ୍ୟୁଜିଲାଣ୍ଡ ପ୍ରଥମଥର ନମ୍ବରଓ୍ବାନ

ଦୁବାଇ, ୭।୧(ପି.ଟି.)- ନ୍ୟୁଜିଲାଣ୍ଡ ପ୍ରଥମଥର ପାଇଁ ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗରେ ନମ୍ବରଓ୍ବାନ ସ୍ଥାନ ହାସଲ କରିଛି। ଖ୍ରୀଷ୍ଟଚର୍ଚ୍ଚରେ ବୁଧବାର ଶେଷ ହୋଇଥିବା ଦ୍ୱିତୀୟ ଟେଷ୍ଟରେ ପାକିସ୍ତାନକୁ ଏକ ଇନିଂସ ୧୭୬ ରନରେ ହରାଇବାପରେ ନ୍ୟୁଜିଲାଣ୍ଡ ଏହାର ଟେଷ୍ଟ କ୍ରିକେଟ ଇତିହାସରେ ପ୍ରଥମଥର ଏହି ସଫଳତା ପାଇଛି। ପାକିସ୍ତାନ ବିପକ୍ଷରେ ବୃହତ୍‌ ବିଜୟ ଯୋଗୁ ଏହା ସମ୍ଭବ ହୋଇଛି। ଗତ ୧୦ ବର୍ଷ ମଧ୍ୟରେ ୬ଷ୍ଠ ଏବଂ ଓଭରଅଲ୍‌ ବିଶ୍ୱର ୭ମ ଦଳଭାବେ ନ୍ୟୁଜିଲାଣ୍ଡ ନମ୍ବରଓ୍ବାନ ସ୍ଥାନ ଦଖଲ କରିଛି। ଗତ କିଛିବର୍ଷ ଧରି ଏହି ଦଳ ନମ୍ବରଓ୍ବାନର ନିକଟତର ହୋଇଥିଲେ ହେଁ ସଫଳ ହୋଇପାରି ନ ଥିଲା। ନ୍ୟୁଜିଲାଣ୍ଡ ପଏଣ୍ଟ ସଂଖ୍ୟା ଏବେ ୧୧୮ରେ ପହଞ୍ଚତ୍ଛି। ଯାହାକି ଦ୍ୱିତୀୟ ସ୍ଥାନକୁ ଖସିଥିବା ଅଷ୍ଟ୍ରେଲିଆଠାରୁ ୨ ଏବଂ ତୃତୀୟ ସ୍ଥାନୀୟ ଦଳ ଭାରତଠାରୁ ୪ ପଏଣ୍ଟ ଅଧିକ। ଇଂଲଣ୍ଡ ୧୦୬ ଓ ଦକ୍ଷିଣ ଆଫ୍ରିକା ୯୬ ପଏଣ୍ଟ ସହିତ ଟପ୍‌-୫ରେ ରହିଛନ୍ତି।
ବ୍ୟାଟିଂ ତାଲିକାରେ ଭାରତୀୟ ଅଧିନାୟକ ବିରାଟ କୋହଲି ଓ ଅଷ୍ଟ୍ରେଲିଆର ଷ୍ଟିଭ୍‌ ସ୍ମିଥ୍‌ଙ୍କୁ ପଛରେ ପକାଇ କେନ୍‌ ଓ୍ବିଲିୟମସନ ନିଜର ପ୍ରଥମସ୍ଥାନକୁ ଦୃଢ଼ କରିଛନ୍ତି। ଶେଷ ୬ ଇନିଂସ ମଧ୍ୟରେ ସେ ୨ଥର ଦ୍ୱିଶତକ ହାସଲ କରି ସାରିଛନ୍ତି। ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନ୍‌ଶିପ୍‌ ଷ୍ଟାଣ୍ଡିଂରେ ମଧ୍ୟ ନ୍ୟୁଜିଲାଣ୍ଡ ଟପ୍‌-୨ ସ୍ଥାନର ନିକଟତର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

Asia Cup ବିଜୟୀ ଦଳକୁ ସ୍ୱତନ୍ତ୍ର ପୁରସ୍କାର ଘୋଷଣା କଲେ ଶାହବାଜ

କରାଚୀ,୨୨ା୧୨: ଦୁବାଇରେ ୧୯ବର୍ଷରୁ କମ୍‌ Asia Cup ବିଜୟୀ ପାକିସ୍ତାନ ଦଳର ସଦସ୍ୟମାନଙ୍କ ଲାଗି ଦେଶର ପ୍ରଧାନମନ୍ତ୍ରୀ ଶାହବାଜ ଶରିଫ ୧୦ ନିୟୁତ ପାକିସ୍ତାନୀ ଟଙ୍କା...

ଟି-୨୦ ବିଶ୍ୱକପ ପୂର୍ବରୁ ସନ୍ୟାସ ନେଇ ଚମକାଇଲେ ଏହି ଖେଳାଳି, ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆର ଦଳ ଡିସେମ୍ବର ୨୦ ତାରିଖରେ ଘୋଷଣା କରାଯାଇଥିଲା। ୨୦୨୬ ଟି୨୦ ବିଶ୍ୱକପ ଭାରତ ଏବଂ ଶ୍ରୀଲଙ୍କା...

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ମୁଁ ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଥିଲି…ଅବସର କଥା କହି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୧୨: ଭାରତୀୟ କ୍ରିକେଟର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରୁ ଜଣେ ରୋହିତ ଶର୍ମା ତାଙ୍କ କ୍ୟାରିୟର ବିଷୟରେ ଏକ ଖୁଲାସା କରିଛନ୍ତି। ଏହା ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ...

୨ ଦଳ ମିଶି କଲେ ମାତ୍ର ୨୩ ରନ: ଅନ୍ତର୍ଜାତୀୟ ଟି-୨୦ରେ ସବୁଠୁ ଲଜ୍ଜାଜନକ ରେକର୍ଡ

ନୂଆଦିଲ୍ଲୀ,୨୨।୧୨: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ ସାଧାରଣତଃ ଦ୍ରୁତ ରନ, ବଡ଼ ଛକା ଏବଂ ବଡ଼ ସ୍କୋର ପାଇଁ ଜଣାଶୁଣା। ଏହି ଫର୍ମାଟ କେତେକ ସମୟରେ ବ୍ୟାଟସମ୍ୟାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri