Posted inଖେଳ

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: କ୍ୟାରିୟର ଶ୍ରେଷ୍ଠ ସପ୍ତମ ସ୍ଥାନରେ ପନ୍ତ

ଦୁବାଇ,୧୧।୩(ପି.ଟି.): ସଦ୍ୟ ପ୍ରକାଶିତ ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ (ଆଇସିସି) ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ କ୍ୟାରିୟର ଶ୍ରେଷ୍ଠ ସପ୍ତମ ସ୍ଥାନରେ ପହଞ୍ଚିଛନ୍ତି। ବୁଧବାର ପ୍ରକାଶିତ ର଼୍ୟାଙ୍କିଙ୍ଗ୍‌ରେ ସେ ବ୍ୟାଟିଂ ତାଲିକାରେ ୭ଟି ସ୍ଥାନ ଉପରକୁ ଉଠିଛନ୍ତି। ଚତୁର୍ଥ ଟେଷ୍ଟରେ ସେ ୧୦୧ ରନର ଲଢୁଆ ଶତକୀୟ ପାଳି ଖେଳି ଉନ୍ନତି କରିଛନ୍ତି। ପନ୍ତ, ରୋହିତ ଶର୍ମା ଓ ନ୍ୟୁଜିଲାଣ୍ଡର ହେନେରୀ ନିକୋଲ୍ସ ୭୪୭ ପଏଣ୍ଟ ପାଇ ମିଳିତ ଭାବେ ସପ୍ତମ ସ୍ଥାନରେ ରହିଛନ୍ତି। ସେହିପରି ଅଲରାଉଣ୍ଡର ଓ୍ବାଶିଂଟନ ସୁନ୍ଦର ୩୯ଟି ସ୍ଥାନ ଉପରକୁ ଉଠି ୬୨ତମ ସ୍ଥାନରେ ରହିଛନ୍ତି। ଅଧିନାୟକ ବିରାଟ କୋହଲି ପୂର୍ବପରି ପଞ୍ଚମ ସ୍ଥାନରେ ରହିଛନ୍ତି।
ସେହିପରି ବୋଲିଂ ର଼୍ୟାଙ୍କିଙ୍ଗ୍‌ରେ ରବିଚନ୍ଦ୍ରନ ଅଶ୍ୱିନ ଓ ଅକ୍ଷର ପଟେଲ ଉନ୍ନତି କରିଛନ୍ତି। ନ୍ୟୁଜିଲାଣ୍ଡର ନିଲ ଓ୍ବାଗନରଙ୍କୁ ପଛରେ ପକାଇ ଅଶ୍ୱିନ ୨୦୧୭ ଅଗଷ୍ଟ ପରେ ପ୍ରଥମଥର ପାଇଁ ଦ୍ୱିତୀୟ ସ୍ଥାନରେ ପହଞ୍ଚିଛନ୍ତି। ସେହିପରି ଅଲରାଉଣ୍ଡର ତାଲିକାରେ ସେ ଚତୁର୍ଥ ସ୍ଥାନରେ ରହିଛନ୍ତି। ଅକ୍ଷର ୫୫୨ ପଏଣ୍ଟ ପାଇ ୮ଟି ସ୍ଥାନ ଉପରକୁ ଉଠି ୩୦ତମ ସ୍ଥାନରେ ରହିଛନ୍ତି। ଇଂଲଣ୍ଡର ଡାନ ଲରେନ୍ସ ୪୭ଟି ସ୍ଥାନ ଉପରକୁ ଉଠି ୯୩ତମ ସ୍ଥାନରେ ରହିଛନ୍ତି। ଅଭିଜ୍ଞ ଜେମ୍ସ ଆଣ୍ଡରସନ ଦୁଇଟି ସ୍ଥାନ ଉପରକୁ ଉଠି ଚତୁର୍ଥ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ…

ରେକର୍ଡ ବୁକ ଦୋହଲାଇ ଦେଲେ Vaibhav Suryavanshi, ବିଶ୍ୱକପ ଫାଇନାଲରେ ସଭିଙ୍କୁ କଲେ ଚକିତ

ନୂଆଦିଲ୍ଲୀ,୬।୨: ବୈଭବ ସୂର୍ଯ୍ୟବଂଶୀ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ ର ଫାଇନାଲରେ ଶୁକ୍ରବାର ବିପର୍ଯ୍ୟୟ ସୃଷ୍ଟି କରିଥିଲେ। ହରାରେ ସ୍ପୋଟର୍‌ସ କ୍ଲବରେ ଇଂଲଣ୍ଡ ୧୯ ବର୍ଷରୁ…

କେଉଁଥିରେ ତିଆରି ହୋଇଛି T20 World Cup Trophy ? ଜାଣନ୍ତୁ ଏହାର ଓଜନ ସହ ମୂଲ୍ୟ କେତେ

ନୂଆଦିଲ୍ଲୀ,୬।୨: ୨୦୨୬ T20 World Cup ଫେବୃଆରୀ ୭ରୁ ଆରମ୍ଭ ହେବ। ଏହି ଟୁର୍ଣ୍ଣାମେଣ୍ଟରେ କୋଡ଼ିଏଟି ଦଳ ଅଂଶଗ୍ରହଣ କରୁଛନ୍ତି। ସମସ୍ତ ଦଳକୁ ଚାରୋଟି ଗ୍ରୁପରେ ବିଭକ୍ତ…

Vaibhav Suryavanshi: ପୁଣି ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୬।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୧୯ ବର୍ଷରୁ କମ ଏକଦିବସୀୟ ବିଶ୍ୱକପର ଫାଇନାଲ ମ୍ୟାଚ ଚାଲିଛି। ଭାରତୀୟ ଅଧିନାୟକ ଆୟୁଷ ମହାତ୍ରେ ଟସ ଜିତି ପ୍ରଥମେ…

ଟି-୨୦ ବିଶ୍ୱକପ୍‌ରୁ ବାଦ୍ ପଡ଼ିଲେ ହର୍ଷିତ ରାଣା: ଭାରତକୁ ବଡ଼ ଝଟ୍‌କା

ମୁମ୍ବାଇ,୬।୨: ଟି-୨୦ ବିଶ୍ୱକପ୍ ୨୦୨୬ ଆରମ୍ଭ ହେବା ପୂର୍ବରୁ ଭାରତୀୟ କ୍ରିକେଟ ଦଳ ପାଇଁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଦ୍ରୁତ ବୋଲର ହର୍ଷିତ ରାଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri