Posted inଖେଳ

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: କ୍ୟାରିୟର ଶ୍ରେଷ୍ଠ ସପ୍ତମ ସ୍ଥାନରେ ପନ୍ତ

ଦୁବାଇ,୧୧।୩(ପି.ଟି.): ସଦ୍ୟ ପ୍ରକାଶିତ ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ (ଆଇସିସି) ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ କ୍ୟାରିୟର ଶ୍ରେଷ୍ଠ ସପ୍ତମ ସ୍ଥାନରେ ପହଞ୍ଚିଛନ୍ତି। ବୁଧବାର ପ୍ରକାଶିତ ର଼୍ୟାଙ୍କିଙ୍ଗ୍‌ରେ ସେ ବ୍ୟାଟିଂ ତାଲିକାରେ ୭ଟି ସ୍ଥାନ ଉପରକୁ ଉଠିଛନ୍ତି। ଚତୁର୍ଥ ଟେଷ୍ଟରେ ସେ ୧୦୧ ରନର ଲଢୁଆ ଶତକୀୟ ପାଳି ଖେଳି ଉନ୍ନତି କରିଛନ୍ତି। ପନ୍ତ, ରୋହିତ ଶର୍ମା ଓ ନ୍ୟୁଜିଲାଣ୍ଡର ହେନେରୀ ନିକୋଲ୍ସ ୭୪୭ ପଏଣ୍ଟ ପାଇ ମିଳିତ ଭାବେ ସପ୍ତମ ସ୍ଥାନରେ ରହିଛନ୍ତି। ସେହିପରି ଅଲରାଉଣ୍ଡର ଓ୍ବାଶିଂଟନ ସୁନ୍ଦର ୩୯ଟି ସ୍ଥାନ ଉପରକୁ ଉଠି ୬୨ତମ ସ୍ଥାନରେ ରହିଛନ୍ତି। ଅଧିନାୟକ ବିରାଟ କୋହଲି ପୂର୍ବପରି ପଞ୍ଚମ ସ୍ଥାନରେ ରହିଛନ୍ତି।
ସେହିପରି ବୋଲିଂ ର଼୍ୟାଙ୍କିଙ୍ଗ୍‌ରେ ରବିଚନ୍ଦ୍ରନ ଅଶ୍ୱିନ ଓ ଅକ୍ଷର ପଟେଲ ଉନ୍ନତି କରିଛନ୍ତି। ନ୍ୟୁଜିଲାଣ୍ଡର ନିଲ ଓ୍ବାଗନରଙ୍କୁ ପଛରେ ପକାଇ ଅଶ୍ୱିନ ୨୦୧୭ ଅଗଷ୍ଟ ପରେ ପ୍ରଥମଥର ପାଇଁ ଦ୍ୱିତୀୟ ସ୍ଥାନରେ ପହଞ୍ଚିଛନ୍ତି। ସେହିପରି ଅଲରାଉଣ୍ଡର ତାଲିକାରେ ସେ ଚତୁର୍ଥ ସ୍ଥାନରେ ରହିଛନ୍ତି। ଅକ୍ଷର ୫୫୨ ପଏଣ୍ଟ ପାଇ ୮ଟି ସ୍ଥାନ ଉପରକୁ ଉଠି ୩୦ତମ ସ୍ଥାନରେ ରହିଛନ୍ତି। ଇଂଲଣ୍ଡର ଡାନ ଲରେନ୍ସ ୪୭ଟି ସ୍ଥାନ ଉପରକୁ ଉଠି ୯୩ତମ ସ୍ଥାନରେ ରହିଛନ୍ତି। ଅଭିଜ୍ଞ ଜେମ୍ସ ଆଣ୍ଡରସନ ଦୁଇଟି ସ୍ଥାନ ଉପରକୁ ଉଠି ଚତୁର୍ଥ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା...

ଲଜ୍ଜାଜନକ ରେକର୍ଡ କଲେ ମୋହିତ ଶର୍ମା

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଗୁଜୁରାଟ ଟାଇଟାନ୍ସ ବୋଲର ମୋହିତ ଶର୍ମାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ କରିଛନ୍ତି। ମୋହିତ ଶର୍ମା ଆଇପିଏଲ ଇତିହାସରେ ସର୍ବାଧିକ...

ଇତିହାସ ରଚିଲେ ପନ୍ତ: ଟି-୨୦ରେ ଏମିତି ରେକର୍ଡ କରିବାରେ ପ୍ରଥମ ଖେଳାଳି

ନୂଆଦିଲ୍ଲୀ,୨୫।୪: ଅଧିନାୟକ ରିଷଭ ପନ୍ତଙ୍କ ଅପରାଜିତ ୮୮ ରନ ଯୋଗୁ ଦିଲ୍ଲୀ କ୍ୟାପିଟାଳ୍ସ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଚାରି ଉଇକେଟ ପାଇଁ ୨୨୪ ରନ ସଂଗ୍ରହ...

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri