Posted inଖେଳ

ଟେଷ୍ଟ ଖେଳାଳିଙ୍କ ର଼୍ୟାଙ୍କିଙ୍ଗ୍‌ରେ ବଡ଼ ପରିବର୍ତ୍ତନ

ଦୁବାଇ,୮।୧୨: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ର ପରିସମାପ୍ତି ପରେ ବଡ଼ ଧରଣର ପରିବର୍ତ୍ତନ ପରିଲଖିତ ହୋଇଛି ଆଇସିସି ଟେଷ୍ଟ ଖେଳାଳିଙ୍କ ର଼୍ୟାଙ୍କିଙ୍ଗ୍‌ରେ। ମୁଖ୍ୟତଃ ଭାରତୀୟ ଦଳର ସିନିୟର ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ, ଓପନର ମୟଙ୍କ ଅଗ୍ରଓ୍ବାଲ ଏବଂ ନ୍ୟୁଜିଲାଣ୍ଡର ସ୍ପିନର ଏଜାଜ ପଟେଲଙ୍କ ର଼୍ୟାଙ୍କିଙ୍ଗ୍‌ରେ ଢ଼େର ପରିବର୍ତ୍ତନ ଆସିଛି।

ମୁମ୍ବାଇ ଟେଷ୍ଟରେ ୧୫୦ ଓ ୬୨ ରନ୍‌ର ଇନିଂସ ଖେଳିଥିବା ମୟଙ୍କ ଏକାଥରକେ ୩୦ଟି ସ୍ଥାନ ଉପରକୁ ଉଠିଛନ୍ତି। ପୂର୍ବରୁ ୪୧ ସ୍ଥାନରେ ଥିବା କର୍ନାଟକ ବ୍ୟାଟ୍ସମ୍ୟାନ ଏବେ ୧୧ତମ ର଼୍ୟାଙ୍କରେ। ଏହା ତାଙ୍କ କ୍ୟାରିୟରର ଦ୍ୱିତୀୟ ଶ୍ରେଷ୍ଠ ମାନ୍ୟତା। ୨୦୧୯ରେ ସେ ଟପ୍‌-୧୦ ଟେଷ୍ଟ ବ୍ୟାଟରଙ୍କ ମଧ୍ୟରେ ସ୍ଥାନ ପାଇଥିଲେ। ଅନ୍ୟପକ୍ଷରେ ବିଶ୍ୱର ୩ୟ ବୋଲର ଭାବେ ପରଫେକ୍ଟ ୧୦ ଉଇକେଟ ହାସଲ କରିଥିବା ନ୍ୟୁଜିଲାଣ୍ଡର ଏଜାଜ ପଟେଲ ଏବେ ୩୮ତମ ସ୍ଥାନରେ ଅଛନ୍ତି। ସିରିଜ୍‌ ପୂର୍ବରୁ ବାମହାତୀ ସ୍ପିନରଙ୍କ ୬୨ତମ ସ୍ଥାନରେ ଥିଲେ। ଲକ୍ଷ୍ନୌ ଟେଷ୍ଟ ପରେ ସେ ଗୋଟିଏ ସୋପାନ ଉପରକୁ ଉଠିଥିଲେ। ସେହିଭଳି ଅଲରାଉଣ୍ଡରଙ୍କ ତାଲିକାରେ ଦ୍ୱିତୀୟ ସ୍ଥାନକୁ ଉଠିଛନ୍ତି ଭାରତୀୟ ଦଳର ବରିଷ୍ଠ ସ୍ପିନର ଅଶ୍ୱିନ। ଓ୍ବେଷ୍ଟଇଣ୍ଡିଜର ଜାସନ ହୋଲ୍ଡର ଏହି ତାଲିକା ଶୀର୍ଷରେ ଥିବା ବେଳେ ରବୀନ୍ଦ୍ର ଜାଡେଜା ୪ର୍ଥ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

ପତ୍ନୀଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ରାୟଗଡା ଏଡିଜେ

ଗୁଣପୁର,୨୭।୫( ସୁଜାତା ପାଢ଼ୀ ): ଘରୋଇ କନ୍ଦଳ ପରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ବିଚାରଣା କରି ରାୟଗଡା ଏଡିଜେ ଅଳ୍ପନା ସ୍ବାଇଁ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri