Posted inଖେଳ

ବିଶ୍ୱର ନଂ ୧ ଟେଷ୍ଟ ଅଲରାଉଣ୍ଡର ଜାଡେଜା

ଦୁବାଇ,୯।୩: ଭାରତୀୟ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଆଇସିସି ଟେଷ୍ଟ ଅଲରାଉଣ୍ଡରଙ୍କ ର଼୍ୟାଙ୍କିଙ୍ଗ୍‌ରେ ଶ୍ରେଷ୍ଠ ମାନ୍ୟତା ହାସଲ କରିଛନ୍ତି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ତଥା ମୋହାଲି ଟେଷ୍ଟରେ ଉଲ୍ଲେଖନୀୟ ପ୍ରଦର୍ଶନ ପରେ ଜାଡେଜାଙ୍କ ର଼୍ୟାଙ୍କିଙ୍ଗ୍‌ରେ ଏଭଳି ପରିବର୍ତ୍ତନ ଆସିଛି। ମ୍ୟାଚ୍‌ରେ ସେ ୧୭୫ ରନ୍‌ର ଅପରାଜିତ ଇନିଂସ ଖେଳିବା ସହ ଉଭୟ ଇନିଂସରେ ୯ ଉଇକେଟ ନେଇଥିଲେ। ଜାଡେଜାଙ୍କ ପୂର୍ବରୁ ଓ୍ବେଷ୍ଟଇଣ୍ଡିଜ ଟେଷ୍ଟ ଅଧିନାୟକ ଜାସନ ହୋଲ୍ଡର ଶୀର୍ଷରେ ଥିଲେ। ତେବେ ଜାଡେଜା ଦ୍ୱିତୀୟ ଥର ପାଇଁ ଟେଷ୍ଟରେ ଶ୍ରେଷ୍ଠ ଅଲରାଉଣ୍ଡର ମାନ୍ୟତା ହାସଲ କରିଛନ୍ତି। ପୂର୍ବରୁ ୨୦୧୭ରେ ଏକ ସପ୍ତାହ ପାଇଁ ନଂ ୧ ଅଲରାଉଣ୍ଡର ହେବାର ସୌଭାଗ୍ୟ ପାଇଥିଲେ।

“ନିକଟରେ ଶ୍ରୀଲଙ୍କା ବିପକ୍ଷରେ ଭାରତୀୟ ଦଳକୁ ମିଳିଥିବା ବୃହତ୍‌ ବିଜୟରେ ଜାଡେଜାଙ୍କ ପ୍ରଦର୍ଶନ ଉଲ୍ଲେଖନୀୟ ଥିଲା। ଯାହା ଫଳରେ ସେ ଏମ୍‌ଆରଏଫ୍‌ ଟାୟାର୍ସ ଆଇସିସି ପୁରୁଷ ଟେଷ୍ଟ ଅଲରାଉଣ୍ଡରଙ୍କ ମାନ୍ୟତାରେ ନଂ ୧ ମାନ୍ୟତା ହାସଲ କରିଛନ୍ତି” ବୋଲି ଆଇସିସି ପକ୍ଷରୁ ଏକ ବିଜ୍ଞପ୍ତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?