Posted inଖେଳ

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ରୋହିତ, ଅଶ୍ୱିନ, ଅକ୍ଷରଙ୍କ ଉନ୍ନତି

ଦୁବାଇ,୧।୩(ପି.ଟି.): ସଦ୍ୟ ପ୍ରକାଶିତ ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ (ଆଇସିସି) ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ତାରକା ଓପନର ରୋହିତ ଶର୍ମା କ୍ୟାରିୟର ଶ୍ରେଷ୍ଠ ଅଷ୍ଟମ ସ୍ଥାନ ଅଧିକାର କରିଛନ୍ତି। ର଼୍ୟାଙ୍କିଙ୍ଗ୍‌ର ବ୍ୟାଟିଂ ତାଲିକାରେ ରୋହିତ ୬ଟି ସ୍ଥାନ ଉପରକୁ ଉଠି ଅଷ୍ଟମକୁ ଉଠିଛନ୍ତି। ଇଂଲଣ୍ଡ ବିପକ୍ଷ ଲୋ ସ୍କୋରିଂ ତୃତୀୟ ଟେଷ୍ଟ ମ୍ୟାଚ୍‌ରେ ରୋହିତ ପ୍ରଥମ ଇନିଂସରେ ୬୬ ଓ ଦ୍ୱିତୀୟ ଇନିଂସରେ ଅପରାଜିତ ୨୫ ରନ ସଂଗ୍ରହ କରି ନିଜ ଦେଶର ଚେତେଶ୍ୱର ପୂଜାରାଙ୍କୁ ପଛରେ ପକାଇଛନ୍ତି। ସେ ୭୪୨ ରେଟିଂ ପଏଣ୍ଟ ହାସଲ କରିଛନ୍ତି। ୨୦୧୯ରେ ସେ କ୍ୟାରିୟର ଶ୍ରେଷ୍ଠ ୧୦ମ ସ୍ଥାନ ଅଧିକାର କରିଥିଲେ।
ତୃତୀୟ ଟେଷ୍ଟର ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ଅକ୍ଷର ପଟେଲ ଓ ରବିଚନ୍ଦ୍ରନ ଅଶ୍ୱିନ ମଧ୍ୟ ର଼୍ୟାଙ୍କିଙ୍ଗ୍‌ରେ ଉନ୍ନତି କରିଛନ୍ତି। ୧୧ ଉଇକେଟ ଅକ୍ତିଆର କରିଥିବା ଅକ୍ଷର ୩୦ଟି ସ୍ଥାନ ଉପରକୁ ଉଠି ବୋଲିଂ ତାଲିକାର ୩୮ତମ ସ୍ଥାନ ଅଧିକାର କରିଛନ୍ତି। ୭ଟି ଉଇକେଟ ହାସଲ କରିଥିବା ଅଶ୍ୱିନ ୪ଟି ସ୍ଥାନ ଉଠି ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ଇଂଲଣ୍ଡ ସ୍ପିନର ଜ୍ୟାକ ଲିଚ୍‌ ମ୍ୟାଚ୍‌ରେ ୪ଟି ଉଇକେଟ ଅକ୍ତିଆର କରି ପ୍ରଥମଥର ପାଇଁ ଶ୍ରେଷ୍ଠ ୩୦ରେ ସ୍ଥାନ ପାଇଛନ୍ତି। ୩ଟି ସ୍ଥାନ ଉପରକୁ ଉଠି ସେ ୨୮ତମ ସ୍ଥାନ ଅଧିକାର କରିଛନ୍ତି। ସେହିପରି ପାର୍ଟଟାଇମ୍‌ ବୋଲିଂର ବେଶ୍‌ ସଫଳତା ପାଇଥିବା ରୁଟ୍‌ ୫ ଉଇକେଟ ଅକ୍ତିଆର କରି ବୋଲିଂ ତାଲିକାର ୧୬ଟି ସ୍ଥାନ ଉପରକୁ ଉଠି ୭୨ତମ ସ୍ଥାନ ଅଧିକାର କରିଛନ୍ତି। ଅଲ୍‌ରାଉଣ୍ଡର ତାଲିକାରେ ସେ ଟିମ୍‌ ସୌଦିଙ୍କ ସହ ଯୁଗ୍ମ ୧୩ତମ ସ୍ଥାନ ଅଧିକାର କରିଛନ୍ତି। ପ୍ରଥମ ଇନିଂସରେ ଅପରାଜିତ ୫୩ ରନର ଅର୍ଦ୍ଧଶତକୀୟ ପାଳି ଖେଳିଥିବା ଓପନର ଜ୍ୟାକ କ୍ରଲି ୧୫ଟି ସ୍ଥାନ ଉପରକୁ ଉଠି ୪୬ତମ ସ୍ଥାନରେ ରହିଛନ୍ତି ଓ ଇଂଲଣ୍ଡ ବ୍ୟାଟ୍ସମ୍ୟାନଙ୍କ ପାଇଁ ଏହା ଉଲ୍ଲେଖନୀୟ ଘଟଣା ସାବ୍ୟସ୍ତ ହୋଇଛି।
ଇତିମଧ୍ୟରେ ଖେଳାଳିଙ୍କ ର଼୍ୟାଙ୍କିଙ୍ଗ୍‌ ୨୦୨୧ ମାର୍ଚ୍ଚରୁ ପ୍ରତି ସପ୍ତାହରେ ଅପ୍‌ଡେଟ କରାଯିବ ବୋଲି ଆଇସିସି ତରଫରୁ କୁହାଯାଇଛି। ପୂର୍ବରୁ କୌଣସି ଫର୍ମାଟର ସିରିଜ ଶେଷ ହେବା ପରେ ର଼୍ୟାଙ୍କିଙ୍ଗ୍‌ ପ୍ରକାଶିତ ହୋଇଥାଏ। କିନ୍ତୁ ଏଥର ମ୍ୟାଚ୍‌ କିମ୍ବା ସିରିଜ ଚାଲିଥିବା ବେଳେ ଖେଳାଳିଙ୍କ ପ୍ରଦର୍ଶନକୁ ଅଣଦେଖା କରାଯାଇ ର଼୍ୟାଙ୍କିଙ୍ଗ୍‌ ପ୍ରକାଶିତ କରାଯିବ ବୋଲି ଆଇସିସି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri