Posted inଖେଳ

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ଓ୍ବିଲିୟମସନଙ୍କୁ ହଟାଇଲେ ସ୍ମିଥ

ଦୁବାଇ, ୧୭।୬(ପି.ଟି.)- ବୁଧବାର ପ୍ରକାଶିତ ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ ବ୍ୟାଟ୍ସମ୍ୟାନ ତାଲିକାର ନମ୍ବର ଓ୍ବାନ ସ୍ଥାନରୁ ନ୍ୟୁଜିଲାଣ୍ଡର କେନ୍‌ ଓ୍ବିଲିୟମସନଙ୍କୁ ହଟାଇଛନ୍ତି ଅଷ୍ଟ୍ରେଲିଆର ଷ୍ଟିଭେନ ସ୍ମିଥ। ଟିମ୍‌ ଇଣ୍ଡିଆ ଅଧିନାୟକ ବିରାଟ କୋହଲି ୪ର୍ଥ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ସାଉଥାମ୍ପଟନଠାରେ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଯାଉଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ରେ ଭାରତୀୟ ଦଳର ନେତୃତ୍ୱ ନେବାକୁ ଯାଉଥିବା କୋହଲିଙ୍କର ପଏଣ୍ଟ ସଂଖ୍ୟା ୮୧୪ ରହିଛି। ସ୍ମିଥ ୮୯୧ ପଏଣ୍ଟ ସହିତ ଶୀର୍ଷକୁ ଫେରିଥିବାବେଳେ ଓ୍ବିଲିୟମସନ ୮୮୬ ପଏଣ୍ଟରେ ରହି ଦ୍ୱିତୀୟକୁ ଖସିଛନ୍ତି। ଅନ୍ୟତମ ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ମାର୍ନସ ଲାବୁସେନ ୮୭୮ ପଏଣ୍ଟ ପାଇ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ଟପ୍‌-୧୦ରେ ସ୍ଥାନ ପାଇଥିବା ଅନ୍ୟ ଦୁଇ ଭାରତୀୟ ଖେଳାଳି ହେଲେ ରୋହିତ ଶର୍ମା ଓ ରିଷଭ ପନ୍ତ। ଏ ଦୁହେଁ ୭୪୭ ପଏଣ୍ଟ ପାଇ ଯୁଗ୍ମଭାବେ ୬ଷ୍ଠ ସ୍ଥାନ ବଜାୟ ରଖିଛନ୍ତି।
ବୋଲିଂ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ସିନିୟର ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ (୮୫୦ ପଏଣ୍ଟ) ଦ୍ୱିତୀୟ ସ୍ଥାନରେ ଅପରିବର୍ତ୍ତିତ ରହିଛନ୍ତି। ଅଷ୍ଟ୍ରେଲିଆନ ଫାଷ୍ଟ ବୋଲର ପ୍ୟାଟ୍‌ କୁମିନ୍ସ (୯୦୮) ଶୀର୍ଷରେ ରହିଛନ୍ତି। ଏକମାତ୍ର ଭାରତୀୟ ଭାବେ ଅଶ୍ୱିନ ଟପ୍‌-୧୦ରେ ରହିଛନ୍ତି। ଟେଷ୍ଟ ଅଲ୍‌ରାଉଣ୍ଡର ତାଲିକାରେ ଓ୍ବେଷ୍ଟଇଣ୍ଡିଜର ଜାସନ ହୋଲ୍ଡର (୪୧୨) ଶୀର୍ଷସ୍ଥାନ ବଜାୟ ରଖିଥିବାବେଳେ ଭାରତର ରବୀନ୍ଦ୍ର ଜାଡେଜା (୩୮୬) ଦ୍ୱିତୀୟ ଏବଂ ଅଶ୍ୱିନ (୩୫୩) ୪ର୍ଥ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ଭାରତୀୟ ହକି ଅମ୍ପାୟରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ, ୨ା୧୦: ଯୌନ ନିର୍ଯାତନା ଅଭିଯୋଗରେ ଜାପାନରେ ଚାଲିଥିବା ଏସିଆନ ଗେମ୍ସରୁ ହକି ଅମ୍ପାୟର ତଥା ଟେକ୍‌ନିକାଲ ଅଫିସିଆଲ ଗୁରିନ୍ଦର ସିଂ ସାଙ୍ଘାଙ୍କୁ ସ୍ବଦେଶ ଫେରାଇ ଅଣାଯାଇଛି।…

ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ନୀରୁ ଧଣ୍ଡା ହେବେ ପତାକା ବାହକ, ଜାଣନ୍ତୁ ନୀରୁ କିଏ…

ନାଗୋୟା,୨ା୧୦: ରବିବାର ହେବାକୁ ଥିବା ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ଭାରତର ଅଗ୍ରଣୀ ଟ୍ରାପ୍‌ ଶୁଟର ନୀରୁ ଧଣ୍ଡା ଭାରତୀୟ ଦଳର ମହିଳା ପତାକା ବାହକ ହେବେ।…

ଗୋଟିଏ ଦିନରେ ଭାରତକୁ ମିଳିଲା ୬ ସ୍ବର୍ଣ୍ଣ ପଦକ

ନିଶିଓ,୨।୧୦: ଏସିଆନ ଗେମ୍ସରେ ଶୁକ୍ରବାର ଭାରତ ଚମତ୍କାର ପ୍ରଦର୍ଶନ କରିଛି। ଭାରତ ଗୋଟିଏ ଦିନରେ ୬ ସ୍ବର୍ଣ୍ଣ ପଦକ ହାସଲ କରିଛି। ଭାରତୀୟ ବକ୍ସର ହ୍ୟାଟ୍ରିକ ସ୍ବର୍ଣ୍ଣ…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?