Posted inଖେଳ

ଆଇସିସି ମହିଳା ଦିନିକିଆ ର଼୍ୟାଙ୍କିଙ୍ଗ୍‌: ଶୀର୍ଷ ସ୍ଥାନକୁ ଫେରିଲେ ମିଥାଲି, ମାନ୍ଧନା ନଂ. ୩

ଦୁବାଇ,୨୧ା୭ (ପି.ଟି.): ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ମହିଳା ଦିନିକିଆ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଅଧିନାୟିକା ଶୀର୍ଷ ସ୍ଥାନକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ୭୬୨ ପଏଣ୍ଟ ପାଇ ସେ ବ୍ୟାଟିଂ ତାଲିକାରେ ପୁଣି ଥରେ ଏକ ନମ୍ବର ସ୍ଥାନ ଅଧିକାର କରିଛନ୍ତି। ସେହିପରି ବାମହାତୀ ବ୍ୟାଟ୍ସଓମ୍ୟାନ ସ୍ମୃତି ମାନ୍ଧନା ୩ ନମ୍ବର ସ୍ଥାନ ଅଧିକାର କରି ଟପ୍‌-୧୦ରେ ସ୍ଥାନିତ ହୋଇଛନ୍ତି। ନବମଥର ପାଇଁ ମିଥାଲି ଏକ ନମ୍ବର ସ୍ଥାନ ଅଧିକାର କରିଛନ୍ତି। ୧୬ ବର୍ଷ ତଳେ ସେ ପ୍ରଥମଥର ପାଇଁ ଶୀର୍ଷ ସ୍ଥାନ ଅଧିକାର କରିବାର ସୌଭାଗ୍ୟ ପାଇଥିଲେ। ଓ୍ବେଷ୍ଟଇଣ୍ଡିଜ ଅଧିନାୟିକା ଷ୍ଟିପାନି ଟେଲର ପଞ୍ଚମ ସ୍ଥାନକୁ ଖସିବା ଫଳରେ ମିଥାଲି ଶୀର୍ଷକୁ ଉଠିଥିଲେ।
ବୋଲିଂ ତାଲିକାରେ ଭାରତର ଅଭିଜ୍ଞ ଦ୍ରୁତ ବୋଲର ଝୁଲଣ ଗୋସ୍ବାମୀ ପଞ୍ଚମ ସ୍ଥାନରେ ରହି ଏକମାତ୍ର ଭାରତୀୟ ଭାବେ ଟପ୍‌-୧୦ରେ ସାମିଲ ହୋଇଛନ୍ତି। ସେହିପରି ଅଲରାଉଣ୍ଡର ତାଲିକାରେ ଦୀପ୍ତି ଶର୍ମା ମଧ୍ୟ ପଞ୍ଚମ ସ୍ଥାନରେ ରହିଛନ୍ତି।
ମହିଳା ଟି୨୦ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ବାମହାତୀ ଓପନର ସ୍ମୃତି ମାନ୍ଧନା କ୍ୟାରିୟର ଶ୍ରେଷ୍ଠ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ପୂର୍ବରୁ ମଧ୍ୟ ସେ ତୃତୀୟ ସ୍ଥାନ ଅଧିକାର କରିଥିଲେ। ଇଂଲଣ୍ଡ ବିପକ୍ଷ ଅନ୍ତିମ ଟି୨୦ରେ ୭୦ ରନ ସଂଗ୍ରହ କରି ସେ ଏହି ସଫଳତା ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri