Posted inଖେଳ

ଭାରତ ବିଶ୍ୱ ଚାମ୍ପିୟନ: ଦକ୍ଷିଣ ଆଫ୍ରିକାକୁ ହରାଇ ରଚିଲା ଇତିହାସ

ନଭି ମୁମ୍ବାଇ, ୨।୧୧: ଭାରତୀୟ ମହିଳା କ୍ରିକେଟ ଦଳ ଇତିହାସ ରଚିଛି। ଡିୱାଇ ପାଟିଲ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ୫୨ ରନ୍‌ରେ ପରାସ୍ତ କରି ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ପ୍ରଥମ ଥର ପାଇଁ ଆଇସିସି ମହିଳା ଦିନିକିଆ ବିଶ୍ୱକପ୍ ଟ୍ରଫି ଉଠାଇଛି। ବ୍ୟାଟିଂ, ବୋଲିଂ ଓ ଫିଲ୍ଡିଂରେ ଅସାଧାରଣ ପ୍ରଦର୍ଶନ ସହ ଏହି ବିଜୟ ହାସଲ କରିଛି ଭାରତ।

ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଓପନର୍‌ ସ୍ମୃତି ମନ୍ଧାନା ଓ ଶେଫାଳି ବର୍ମାଙ୍କ ଶତକୀୟ ଭାଗୀଦାରି ବଳରେ ୫୦ ଓଭରରେ ୭ ଉଇକେଟ ହରାଇ ୨୯୮ ରନ୍‌ର ବିଶାଳ ଟାର୍ଗେଟ ରଖିଥିଲା। ଜବାବରେ ଦକ୍ଷିଣ ଆଫ୍ରିକା ୪୫.୩ ଓଭରରେ ସମସ୍ତ ଉଇକେଟ ହରାଇ ୨୪୬ ରନ୍‌ରେ ଅଲ୍‌ଆଉଟ୍ ହୋଇ ପରାଜିତ ହୋଇଛି।

ଅନ୍ତିମ ମୁହୂର୍ତ୍ତରେ ଡିପ୍ଟି ଶର୍ମାଙ୍କ ଯର୍କର ବଲ୍‌ରେ ଡି କ୍ଲର୍କଙ୍କ ଉଇକେଟ ନେଇ ଅଧିନାୟିକା ହରମନପ୍ରୀତ କୌର କ୍ୟାଚ୍ ଧରିଥିଲେ। ଏହାପରେ ଖେଳାଳିମାନେ ଆନନ୍ଦରେ ଅଧିନାୟିକାଙ୍କ ନିକଟରେ ଧାଇଁଆସିଥିଲେ। ଷ୍ଟାଣ୍ଡରେ ରୋହିତ ଶର୍ମା ମଧ୍ୟ ଆବେଗପ୍ରବଣ ହୋଇଥିବା ଦେଖାଯାଇଥିଲା। ଦର୍ଶକମାନେ ଏକଜୁଟ୍ ହୋଇ ‘ବନ୍ଦେ ମାତରମ୍‌’ ଧ୍ୱନିରେ ଷ୍ଟାଡିୟମ୍‌କୁ ଗଞ୍ଜାଇ ତୋଳିଥିଲେ। ବର୍ଷ ବର୍ଷର କଠିନ ପରିଶ୍ରମ ଓ ବିଶ୍ୱାସର ଫଳ ଏହି ବିଜୟ ବୋଲି ଖେଳାଳିମାନେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ପିଛା ଛାଡୁନି ସମସ୍ୟା: ଜନ୍ତରମନ୍ତର ଛାଡି ପ୍ରଧାନମନ୍ତ୍ରୀଙ୍କ ବାସଭବନ ସାମ୍ନାରେ ହଙ୍ଗାମା, ମୋଦିଙ୍କ ଇସ୍ତଫା ଦାବି

ନୂଆଦିଲ୍ଲୀ,୨୧।୭: ନିଟ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ବିରୋଧରେ ସୋମବାର କକ୍ରୋଚ ଜନତା ପାର୍ଟି (CJP)ର ସଂସଦ ମାର୍ଚ୍ଚ ସମୟରେ ଦିଲ୍ଲୀ ପୋଲିସ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ଲାଠିଚାର୍ଜ କରାଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri