Posted inଖେଳ

ଆଇସିସି ମହିଳା ଟି୨୦ ର଼୍ୟାଙ୍କିଙ୍ଗ୍‌: ଭାରତ ତୃତୀୟ ସ୍ଥାନକୁ ଉନ୍ନୀତ

ଦୁବାଇ,୩।୧୦(ପି.ଟି.): ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ୍‌ (ଆଇସିସି) ମହିଳା ଟି୨୦ ଦଳୀୟ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଦଳ ନ୍ୟୁଜିଲାଣ୍ଡକୁ ପଛରେ ପକାଇ ତୃତୀୟ ସ୍ଥାନକୁ ଉଠିଛି। ସେହିପରି ଦିନିକିଆ ଦଳୀୟ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ମହିଳା ଦଳ ପୂର୍ବପରି ଦ୍ୱିତୀୟ ସ୍ଥାନ ବଜାୟ ରଖିଛି। ଶୁକ୍ରବାର ପ୍ରକାଶିତ ଏହି ଟି୨୦ ତାଲିକାରେ ଅଷ୍ଟ୍ରେଲିଆ ଶୀର୍ଷ ସ୍ଥାନରେ ରହିଥିବା ବେଳେ ଇଂଲଣ୍ଡ ଦ୍ୱିତୀୟ ସ୍ଥାନରେ ରହିଛି। ଅଷ୍ଟ୍ରେଲିଆ ୨୯୧ ଓ ଇଂଲଣ୍ଡ ୨୮୦ ପଏଣ୍ଟ ହାସଲ କରିଛନ୍ତି। ଭାରତ ୨୭୦ ପଏଣ୍ଟ ହାସଲ କରିଛି। ଚଳିତ ବର୍ଷ ଟି୨୦ ବିଶ୍ୱକପ୍‌ରେ ଭାରତ ଫାଇନାଲରେ ପ୍ରବେଶ କରିଥିଲା। ତେବେ ନ୍ୟୁଜିଲାଣ୍ଡ ମାତ୍ର ଗୋଟିଏ ପଏଣ୍ଟ ପଛରେ ରହି ୨୬୯ ପଏଣ୍ଟ ସହ ଚତୁର୍ଥ ସ୍ଥାନରେ ରହିଛି।
ର଼୍ୟାଙ୍କିଙ୍ଗ୍‌ରେ ବ୍ରାଜିଲ୍‌ ସବୁଠାରୁ ଲମ୍ବା ଡିଆଁ ମାରିଛି। ୧୫ ରେଟି ପଏଣ୍ଟ ଲାଭ କରି ବ୍ରାଜିଲ ୧୧ଟି ସ୍ଥାନ ଉପରକୁ ଉଠି ୨୭ତମ ସ୍ଥାନ ଅଧକାର କରିଛି। ମାଲେସିଆ ୩୧ରୁ ୩୮ତମ ସ୍ଥାନକୁ ଖସିଛି। ସାମୋଆ ଦୁଇଟି ସ୍ଥାନ ଉପରକୁ ଉଠି ୧୬ତମ ସ୍ଥାନରେ ରହିଛି। ଇଣ୍ଡୋନେସିଆ ଦୁଇଟି ସ୍ଥାନ ଉପରକୁ ଉଠି ୨୦, ଆମେରିକା ୪ଟି ସ୍ଥାନ ଉପରକୁ ଉଠି ୩୧ତମ ସ୍ଥାନ ଅଧିକାର କରିଛନ୍ତି। ର଼୍ୟାଙ୍କିଙ୍ଗ୍‌ ତାଲିକାରୁ ଡେନ୍‌ମାର୍କ, ବେଲଜିୟମ, କାତାର ବାଦ୍‌ ପଡିଛନ୍ତି। ଏହି ଦେଶଗୁଡିକ ଆବଶ୍ୟକ ସଂଖ୍ୟାରେ ମ୍ୟାଚ୍‌ ଖେଳି ନ ଥିବାରୁ ତାଲିକାରୁ ବାଦ୍‌ ପଡିଛନ୍ତି।
ଦିନିକିଆ ର଼୍ୟାଙ୍କିଙ୍ଗ୍‌ରେ ଭାରତର ଦ୍ୱିତୀୟ ସ୍ଥାନ ବଜାୟ
ଅପରପକ୍ଷରେ ଦିନିକିଆ ର଼୍ୟାଙ୍କିଙ୍ଗ୍‌ରେ ଭାରତ ଦଳୀୟ ତାଲିକାରେ ଦ୍ୱିତୀୟ ଓ ଇଂଲଣ୍ଡ ତୃତୀୟ ସ୍ଥାନ ବଜାୟ ରଖିଛନ୍ତି। ତେବେ ଉଭୟଦେଶ ୪ ଲେଖାଏଁ ପଏଣ୍ଟ ହରାଇଛନ୍ତି। ୬ଥର ବିଶ୍ୱକପ୍‌ ଜିତିଥିବା ଓ ଆଇସିସି ମହିଳା ଚାମ୍ପିୟନଶିପ୍‌ର ଦୁଇଟି ସଂସ୍କରଣରେ ବଜୟୀ ହୋଇଥିବା ଅଷ୍ଟ୍ରେଲିଆ ରେଟିଂ ପିରିୟଡ୍‌ରେ ୨୧ରୁ ୨୦ଟି ଦିନିକିଆ ଜିତିଛି। ଫଳରେ ଅଷ୍ଟ୍ରେଲିଆ ୮ରୁ ୧୬୦ ପଏଣ୍ଟକୁ ଉନ୍ନତି କରିଛି। ଦକ୍ଷିଣ ଆଫ୍ରିକା (୧୦୭) , ନ୍ୟୁଜିଲାଣ୍ଡ (୯୪) ପଞ୍ଚମ, ଓ୍ବେଷ୍ଟଇଣ୍ଡିଜ୍‌ (୮୫), ପାକିସ୍ତାନ (୭୭), ବାଂଲାଦେଶ (୬୧) ଓ ଶ୍ରୀଲଙ୍କା (୪୭) ଯଥାକ୍ରମେ ଚତୁର୍ଥ, ପଞ୍ଚମ, ଷଷ୍ଠ, ସପ୍ତମ, ଅଷ୍ଟମ, ନବମ ଓ ୧୦ମ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

ଭାରତ-ଶ୍ରୀଲଙ୍କା ମ୍ୟାଚ୍‌ ସ୍ଥାନାନ୍ତରକୁ ନେଇ ସ୍ପଷ୍ଟ କଲା ବିସିସିଆଇ, ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ଆସନ୍ତା ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ସିରିଜର ଓପନିଂ ମ୍ୟାଚ୍‌ ଦିଲ୍ଲୀରୁ ଅହମଦାବାଦ ସ୍ଥାନାନ୍ତର ହେବ ବୋଲି ଗଣମାଧ୍ୟମରେ ଚର୍ଚ୍ଚା ହେଉଥିଲା। ଏହା ସଠିକ୍‌…

ଘୁଞ୍ଚିଲା ଏସିଆନ ଗେମ୍ସ ରିଭ୍ୟୁ ବୈଠକ, କେବେ ହେବ ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ନିକଟରେ ଶେଷ ହୋଇଥିବା ଏସିଆନ ଗେମ୍ସରେ ଦେଶର ପ୍ରଦର୍ଶନକୁ ରିଭ୍ୟୁ କରିବା ପାଇଁ ଜାତୀୟ କ୍ରୀଡ଼ା ଫେଡେରେଶନମାନଙ୍କ ସହ କ୍ରୀଡ଼ା ମନ୍ତ୍ରଣାଳୟର ଦିନିକିଆ ବୈଠକକୁ ଆସନ୍ତା…

୧୫୦ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍‌

ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍‌ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍‌ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ…

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ଏଲିଟ ଫିଲ୍ଡିଂ କ୍ଲବରେ ସାମିଲ ହେଲେ ତିଲକ

ଇନ୍ଦୋର,୧୨।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଳକ ବର୍ମା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ଟି-୨୦ ସିରିଜର ତୃତୀୟ ମ୍ୟାଚ୍‌ରେ ତିଳକ…

କ୍ରିକେଟ ମଇଦାନରେ କମାଲ କଲେ ଦ୍ରାବିଡ଼ଙ୍କ ପୁଅ: ବିସ୍ଫୋରକ ଇନିଂସ ଖେଳି ସମସ୍ତଙ୍କୁ କରିଦେଲେ ଚକିତ

ନୂଆଦିଲ୍ଲୀ, ୧୨।୧୦: ପୂର୍ବତନ ଭାରତୀୟ ଅଧିନାୟକ ତଥା ମୁଖ୍ୟ କୋଚ ରାହୁଲ ଦ୍ରାବିଡ଼ଙ୍କ ପୁଅ ଅନୱୟ ଦ୍ରାବିଡ଼ ନିଜର ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଏବେ ଚର୍ଚ୍ଚାରେ। ଭିନୁ…

ବୈଭବ ସୂର୍ଯ୍ୟବଂଶୀ ନୁହେଁ, ଏହି ଭାରତୀୟ ଷ୍ଟାରଙ୍କୁ ୱାଲର୍‌ଡ ସୁପରପାୱାର ଓପନର କହିଲେ ଦିନେଶ କାର୍ତ୍ତିକ

ଇନ୍ଦୋର,୧୨।୧୦: ଭାରତୀୟ ଦଳର ଷ୍ଟାର ଓପନର ଅଭିଷେକ ଶର୍ମାଙ୍କ ଜବରଦସ୍ତ ବ୍ୟାଟିଂକୁ ନେଇ ପ୍ରଶଂସାରେ ଶତମୁଖ ହୋଇଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଦିନେଶ କାର୍ତ୍ତିକ। ବିଭିନ୍ନ ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?