Posted inଖେଳ

ଆଇସିସି ମହିଳା ଟି୨୦ ର଼୍ୟାଙ୍କିଙ୍ଗ୍‌: ଦ୍ୱିତୀୟ ସ୍ଥାନକୁ ଶେଫାଳୀ ଉଠିଲେ

ଦୁବାଇ,୧୦।୩(ପି.ଟି.): ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ମହିଳା ଟି୨୦ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟିଂ ସେନସେଶନ ଶେଫାଳୀ ବର୍ମା ଗୋଟିଏ ସ୍ଥାନ ଉପରକୁ ଉଠି ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। ଅନ୍ୟପଟେ ଉପଅଧିନାୟିକା ସ୍ମୃତି ମାନ୍ଧନା ୭ ସ୍ଥାନରେ ପୂର୍ବପରି ସ୍ଥିର ରହିଛନ୍ତି। ଶେଫାଳୀ ୭୪୪ ରେଟିଂ ପଏଣ୍ଟ ପାଇଥିବା ବେଳେ ଅଷ୍ଟ୍ରେଲିଆର ବେଥ୍‌ ମୁନି ୭୪୮ ପଏଣ୍ଟ ପାଇ ଶୀର୍ଷରେ ରହିଛନ୍ତି। ମାନ୍ଧନା ୬୯୩ ପଏଣ୍ଟ ପାଇଛନ୍ତି। ସେହିପରି ଜେମିମା ରୋଡ୍ରିଗ୍ବେଜ ୬୪୩ ପଏଣ୍ଟ ପାଇ ୯ମ ସ୍ଥାନରେ ସ୍ଥିର ରହିଛନ୍ତି। ଏଥିସହ ଟପ୍‌- ୧୦ରେ ଦଶଜଣ ଭାରତୀୟ ମହିଳା ସ୍ଥାନ ପାଇଛନ୍ତି। ନ୍ୟୁଜିଲାଣ୍ଡର ସୋଫି ଡେଭିନ୍‌ ତୃତୀୟ, ଅଷ୍ଟ୍ରେଲିଆର ମେଗ୍‌ ଲାନିଂ ଚତୁର୍ଥ ଓ ଅଲିସା ହିଲି ଗୋଟିଏ ସ୍ଥାନ ଉପରକୁ ଉଠି ୫ମ ସ୍ଥାନରେ ରହିଛନ୍ତି।
ବୋଲିଂ ତାଲିକାରେ ଅଲରାଉଣ୍ଡର ଦୀପ୍ତି ଶର୍ମା ଷଷ୍ଠ, ସ୍ପିନର ରାଧା ଯାଦବ ଅଷ୍ଟମ ଓ ପୁନମ ଯାଦବ ୯ମ ସ୍ଥାନରେ ରହି ଟପ୍‌-୧୦ରେ ସ୍ଥାନ ପାଇଛନ୍ତି। ଇଂଲଣ୍ଡ ସୋଫି ଇକ୍ଲେଷ୍ଟୋନ ୭୯୯ ପଏଣ୍ଟ ପାଇ ଶୀର୍ଷରେ ରହିଥିବା ବେଳେ ଦକ୍ଷିଣ ଆଫ୍ରିକାର ଶମନିମ ଇସ୍‌ମାଇଲ ୭୬୪ ପଏଣ୍ଟ ପାଇ ଦ୍ୱିତୀୟ ସ୍ଥାନରେ ରହିଛି। ଇଂଲଣ୍ଡର ସାରା ଗ୍ଲେନ ୭୫୫, ଅଷ୍ଟ୍ରେଲିଆର ମେଗାନ ସ୍କଟ ୭୫୩ ଓ ଜେଶ୍‌ ଜୋନାସିନ ୭୩୦ ପଏଣ୍ଟ ପାଇ ଶ୍ରେଷ୍ଠ-୫ରେ ସ୍ଥାନିତ ହୋଇଛନ୍ତି।
ସେହିପରି ଅଲରାଉଣ୍ଡର ତାଲିକାରେ ଏକମାତ୍ର ଭାରତୀୟ ଭାବେ ଦୀପ୍ତି ସ୍ଥାନ ପାଇଛନ୍ତି। ସେ ୩୦୨ ପଏଣ୍ଟ ପାଇ ଚତୁର୍ଥ ସ୍ଥାନରେ ରହିଛନ୍ତି। ଗତ ଗୋଟିଏ ବର୍ଷ ହେବ ଭାରତ ଗୋଟିଏ ହେଲେ ବି ଅନ୍ତର୍ଜାତୀୟ ଟି୨୦ ମ୍ୟାଚ୍‌ ଖେଳିନାହିଁ। ଏହାପୂର୍ବରୁ ୨୦୨୦ ମାର୍ଚ୍ଚ ୮ରେ ଭାରତ ଟି୨୦ ବିଶ୍ୱକପ୍‌ ଫାଇନାଲରେ ଅଷ୍ଟ୍ରେଲିଆକୁ ଶେଷଥର ପାଇଁ ଭେଟିଥିଲା। ଭାରତ ଏବେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ବିପକ୍ଷରେ ମାର୍ଚ୍ଚ ୨୦ରେ ଏକ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ...

ଅରେଞ୍ଜ କ୍ୟାପ୍‌ ଉପରେ କୋହଲଙ୍କ କବ୍‌ଜା: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

ନୂଆଦିଲ୍ଲୀ,୨୩।୪: ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲିଙ୍କ ଆଭିମୁଖ୍ୟ ଆଇପିଏଲ ୨୦୨୪ ରେ ଜାରି ରହିଛି। ବିରାଟ କୋହଲି ୮ଟି ମ୍ୟାଚରେ ହାରାହାରି ୬୩.୧୭ରେ ୩୭୯ ରନ...

ହଠାତ୍‌ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି

ମୁମ୍ବାଇ,୨୩।୪: ରାଜସ୍ଥାନ ରୟାଲ୍ସର ଓପନର୍‌ ଯଶସ୍ବୀ ଜୟସ୍ବାଲ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୬୦ ବଲରେ ୧୦୪ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ...

ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ

ଭୁବନେଶ୍ୱର,୨୩।୪: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ବା ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ ଭାବେ ବିଶ୍ୱଜିତ ବିଶ୍ୱାଳ ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୪ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

ରୁଡ୍‌ଙ୍କୁ କ୍ୟାରିୟରର ବଡ଼ ଟାଇଟଲ

ବାର୍ସିଲୋନା, ୨୩ା୪ (ଏପି): କାସ୍ପର ରୁଡ୍‌ ବାର୍ସିଲୋନା ଓପନ ଟେନିସ ଚାମ୍ପିୟନ ହୋଇଛନ୍ତି। ଟୁର୍ନାମେଣ୍ଟର ଫାଇନାଲରେ ସେ ଷ୍ଟିଫାନସ ସିତ୍‌ସିପାସଙ୍କୁ ୭-୫, ୬-୩ରେ ହରାଇ ଦେଇଛନ୍ତି।...

ବାଗାନ ମୁକାବିଲା ପାଇଁ ଓଡ଼ିଶା ଏଫ୍‌ସି ପ୍ରସ୍ତୁତ

ଭୁବନେଶ୍ୱର, ୨୩।୪ (ତପନ ସ୍ବାଇଁ): ଇତିହାସ ସୃଷ୍ଟି ହୋଇସାରିଛି। ଓଡ଼ିଶା ଏଫ୍‌ସି ପ୍ରଥମ ଥର ପାଇଁ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ସେମିଫାଇନାଲରେ ପ୍ରବେଶ କରିଛି।...

ଅମ୍ପାୟାରଙ୍କ ସହ ଯୁକ୍ତିତର୍କ କରିବା କୋହଲିଙ୍କୁ ପଡ଼ିଲା ମହଙ୍ଗା, ବିସିସିଆଇ ନେଲା କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୨।୪: ଆଇପିଏଲ ୨୦୨୪ରେ କୋଲକାତା ନାଇଟ ରାଇଡର୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ରବିବାର ଏକ ମ୍ୟାଚ ହୋଇଥିଲା। ଯେଉଁଥିରେ କେକେଆର୍‌ ୧ ରନ୍‌ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri