Posted inଖେଳ

ପ୍ରଥମ ଥର ପାଇଁ ମହିଳା ଦିନିକିଆ ବିଶ୍ୱକପ୍ ଫାଇନାଲରେ ଦକ୍ଷିଣ ଆଫ୍ରିକା: ଇଂଲଣ୍ଡଠାରୁ ନେଲା ପ୍ରତିଶୋଧ

ନୂଆଦିଲ୍ଲୀ,୨୯।୧୦: ଇତିହାସରେ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକା ମହିଳା କ୍ରିକେଟ୍ ଦଳ ଦିନିକିଆ ବିଶ୍ୱକପର ଫାଇନାଲରେ ପ୍ରବେଶ କରିଛି। ACA ଷ୍ଟାଡିୟମରେ ଖେଳାଯାଇଥିବା ମହିଳା ବିଶ୍ୱକପ୍ ୨୦୨୫ର ପ୍ରଥମ ସେମିଫାଇନାଲରେ ଦକ୍ଷିଣ ଆଫ୍ରିକା ଇଂଲଣ୍ଡକୁ ୧୨୫ ରନର ବଡ଼ ବ୍ୟବଧାନରେ ପରାସ୍ତ କରିଛି।

ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା ନିର୍ଦ୍ଧାରିତ ଓଭରରେ ୩୧୯ ରନ୍ କରିଥିଲା। ଦଳ ପାଇଁ ଅଧିନାୟିକା ଲୌରା ୱୋଲଭାର୍ଡ୍ଟ ୧୬୯ ରନର ଏକ ଐତିହାସିକ ଇନିଂସ ଖେଳିଥିଲେ। ଏହା ତାଙ୍କର ODIରେ ୧୦ମ ଶତକ ଏବଂ ବିଶ୍ୱକପରେ ପ୍ରଥମ। ୱୋଲଭାର୍ଡ୍ଟ ଏବଂ ତାଜମିନ ବ୍ରିଟ୍ସ (୪୫) ପ୍ରଥମ ୱିକେଟ ପାଇଁ ୧୧୬ ରନର ଭାଗୀଦାରୀ କରିଥିଲେ। ଇଂଲଣ୍ଡ ପକ୍ଷରୁ ସୋଫି ଏକଲେଷ୍ଟୋନ୍‌ ୪୪ ରନ୍ ଦେଇ ୪ଟି ୱିକେଟ୍ ନେଇଥିଲେ।

୩୨୦ ରନର ବିଜୟ ଲକ୍ଷ୍ୟ ପିଛା କରି ଇଂଲଣ୍ଡର ଆରମ୍ଭ ଅତ୍ୟନ୍ତ ଖରାପ ହୋଇଥିଲା। କେବଳ ୧ ରନ୍‌ରେ ୩ଟି ୱିକେଟ୍ ହରାଇଥିଲା। ଟପ୍-୩ ବ୍ୟାଟ୍ସମ୍ୟାନ୍ ଖାତା ଖୋଲିପାରିନଥିଲେ। ଦକ୍ଷିଣ ଆଫ୍ରିକାର ମାରିଜାନେ କାପ୍ ତାଙ୍କ ୭ ଓଭରର ସ୍ପେଲରେ ମାତ୍ର ୨୦ ରନ୍ ଦେଇ ୫ଟି ୱିକେଟ୍ ନେଇ ଇଂଲଣ୍ଡ ବ୍ୟାଟିଂ ମେରୁଦଣ୍ଡ ଭାଙ୍ଗି ଦେଇଥିଲେ।

ଇଂଲଣ୍ଡ ପକ୍ଷରୁ ଅଧିନାୟିକା ନତାଲି ସିଭର (୬୪) ଏବଂ ଆଲିସ୍ କ୍ୟାପ୍ସି (୫୦) ଚତୁର୍ଥ ୱିକେଟ୍ ପାଇଁ ୧୦୭ ରନ୍‌ର ଭାଗୀଦାରୀ କରିଥିଲେ ମଧ୍ୟ ବିଜୟ ଦେଇପାରିନଥିଲେ।ଇଂଲଣ୍ଡ ଦଳ ମାତ୍ର ୧୯୪ ରନ୍‌ରେ ଅଲଆଉଟ୍ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ବାଏ ବାଏ କରି ସମସ୍ତଙ୍କୁ ଚମକାଇଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୯।୧୦:ଭାରତରେ ଜନ୍ମିତ ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଜିତ ରାଭାଲ ପେସାଦାର କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ୩୮ ବର୍ଷୀୟ ଏହି ଓପନିଂ ବ୍ୟାଟର୍‌ ନିଜ କ୍ୟାରିୟର ଓ ଉପଲବ୍ଧିକୁ…

ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ଭାରତୀୟ ବଂଶୋଦ୍ଭବଙ୍କୁ ସମ୍ମାନ, ଟ୍ରମ୍ପଙ୍କୁ ପୁଣି ଝଟ୍‌କା

ଷ୍ଟକହୋମ,୯।୧୦: ୨୦୨୬ ମସିହା ପାଇଁ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯାଇଛି। ଦକ୍ଷିଣ ଆଫ୍ରିକାର ବିଚାରପତି ତଥା ଭାରତୀୟ ତାମିଲ ବଂଶୋଦ୍ଭବ ନାଭାନେଥେମ ‘ନାଭି’ ପିଲ୍ଲାଇଙ୍କୁ ଏହି…

କ୍ୟାବିନେଟ୍ ବୈଠକରେ ବଡ଼ ନିଷ୍ପତ୍ତି; ବଦଳିବ ଏହି ବିମାନବନ୍ଦର ନାମ, ମୋଦି….

ଲକ୍ଷ୍ନୌ,୯ା୧୦: ଉତ୍ତରପ୍ରଦେଶର ନୋଏଡାସ୍ଥିତ ଜେୱର ଏୟାରପୋର୍ଟର ନାମ ପରିବର୍ତ୍ତନ କରାଯିବ । ଏହାର ନାମ ‘ନରେନ୍ଦ୍ର ମୋଦି ଇଣ୍ଟରନ୍ୟାସନାଲ ଏୟାରପୋର୍ଟ’ ରଖିବାକୁ ଉତ୍ତରପ୍ରଦେଶ ସରକାର ନିଷ୍ପତ୍ତି ନେଇଛନ୍ତି।…

ସପ୍ତାହେ ମଧ୍ୟରେ କୋହଲିଙ୍କ ୫ ରେକର୍ଡକୁ ଧୂଳିସାତ୍‌ କରିଦେଲେ ଏହି ୫ ବ୍ୟାଟର୍‌

ନୂଆଦିଲ୍ଲୀ,୯।୧୦: ବିରାଟ କୋହଲିଙ୍କ ନାଁରେ ଅନେକ କ୍ରିକେଟ ରେକର୍ଡ ରହିଛି। ଏହାକୁ ଭାଙ୍ଗିବା ଯେକୌଣସି ଖେଳାଳିଙ୍କ ପାଇଁ ଏକ ବଡ଼ ସଫଳତା ହେବ। ଗତ ସପ୍ତାହ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?