Posted inଖେଳ

ଏହି ୧୧ ଖେଳାଳିଙ୍କୁ ନେଇ ମଇଦାନକୁ ଓହ୍ଲାଇବ ଭାରତୀୟ ଟିମ୍‌! ଜାଣନ୍ତୁ କିଏ ନେବ ଗିଲଙ୍କ ସ୍ଥାନ

ଚେନ୍ନାଇ,୮।୧୦: ଆଇସିସି ବିଶ୍ୱକପ ୨୦୨୩ରେ ଭାରତୀୟ ଦଳ ରବିବାର ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ମ୍ୟାଚ ଖେଳିବ। ଦୁଇ ଦଳ ମଧ୍ୟରେ ଏହି ମ୍ୟାଚ ଚେନ୍ନାଇର ଏମ୍‌ ଚିଦାମ୍ବରମ କ୍ରିକେଟ ଷ୍ଟାଡିୟମରେ ଖେଳାଯିବ। ତେବେ ବିଜୟରୁ ଟୁର୍ନାମେଣ୍ଟରେ ନିଜର ଯାତ୍ରା ଆରମ୍ଭ କରିବାକୁ ରୋହିତଙ୍କ ପ୍ଲାଟୁନର ନଜର ରହିବ। ଅପରପକ୍ଷେ କଙ୍ଗାରୁ ଟିମ୍‌ ମଧ୍ୟ ବିଜେତା ହେବାର ଲକ୍ଷ୍ୟରେ ମଇଦାନକୁ ଓହ୍ଲାଇବ।

ମ୍ୟାଚ୍‌ ପୂବରେୁ ଭାରତୀୟ ଦଳର ଇନ-ଫର୍ମ ବ୍ୟାଟ୍ସମ୍ୟାନ ଶୁବମନ ଗିଲ ଡେଙ୍ଗୁରେ ପୀଡ଼ିତ ହୋଇ ଅସୁସ୍ଥ ହୋଇଛନ୍ତି। ଏଣୁ ଦଳ ତାଙ୍କ ବିନା ଅଷ୍ଟ୍ରେଲିଆ ବିପକ୍ଷରେ ଖେଳିବ। ଗିଲଙ୍କ ସ୍ଥାନରେ ଈଶାନ କିଶନ ରୋହିତ ଶର୍ମାଙ୍କ ସହ ଓପନିଂ କରିବେ। ଏହାଛଡ଼ା ତିନି ନମ୍ବର ସ୍ଥାନରେ ବିରାଟ କୋହଲି ଏବଂ ମଧ୍ୟକ୍ରମରେ ଶ୍ରେୟସ ଆୟର, କେ.ଏଲ୍‌ ରାହୁଲ ଏବଂ ହାର୍ଦ୍ଦିକ ପାଣ୍ଡ୍ୟା ପ୍ରମୁଖ ରହିବେ।

ସେହିଭଳି ବୋଲିଂ ବିଷୟରେ କହିଲେ ଚେନ୍ନାଇର ଏମ ଚିଦାମ୍ବରମ କ୍ରିକେଟ ଷ୍ଟାଡିୟମର ପିଚ୍‌କୁ ଦେଖି ଭାରତ ଏକାଦଶରେ ୩ ଜଣ ସ୍ପିନରଙ୍କୁ ସାମିଲ କରିଛି। କୁଲଦୀପ ଯାଦବଙ୍କ ସହ ରବିଚନ୍ଦ୍ରନ ଅଶ୍ୱିନ ଏବଂ ରବିନ୍ଦ୍ର ଜାଡେଜା ପ୍ରମୁଖ ସ୍ପିନ ବୋଲିଂକୁ ସମ୍ଭାଳିବେ। ଏହାଛଡ଼ା ଜସପ୍ରୀତ ବୁମ୍‌ରା ଏବଂ ମହମ୍ମଦ ସିରାଜ ପେସ୍‌ ଆକ୍ରମଣରେ କଙ୍ଗାରୁ ଟିମ୍‌କୁ ଅଡୁଆରେ ପକାଇପାରନ୍ତି।

ଅଷ୍ଟ୍ରେଲିଆ ବିପକ୍ଷରେ ଭାରତର ସମ୍ଭାବ୍ୟ ଏକାଦଶ:
ରୋହିତ ଶର୍ମା (ଅଧିନାୟକ), ଇଶାନ କିଶନ, ବିରାଟ କୋହଲି, ଶ୍ରେୟସ ଆୟର, କେ.ଏଲ ରାହୁଲ, ହାର୍ଦ୍ଦିକ ପାଣ୍ଡ୍ୟା, ରବିନ୍ଦ୍ର ଜାଡେଜା, ରବିଚନ୍ଦ୍ରନ ଅଶ୍ୱିନ, କୁଲଦୀପ ଯାଦବ, ଜସପ୍ରୀତ ବୁମରା, ମହମ୍ମଦ ସିରାଜ

 

କେବେ ଏବଂ କେଉଁଠି ଦେଖିବେ:
ସମୟ: ଅପରାହ୍ନ ୨ଟା
ପ୍ରସାରଣ: ଷ୍ଟାର ସ୍ପୋଟ୍ସ
ଅନ୍‌ଲାଇନ୍‌: ଡିଜ୍‌ନୀ ପ୍ଲସ ହଟ୍‌ଷ୍ଟାର ଆପ୍‌


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri