Posted inଖେଳ

କିପରି ବୁକ୍‌ କରିବେ ବିଶ୍ୱକପ ଟିକେଟ୍‌, ଜାଣନ୍ତୁ ସବୁକିଛି…

ନୂଆଦିଲ୍ଲୀ,୭।୭: ଜୁନ ୨୭ରେ ଆଇସିସି ଦ୍ୱାରା ବିଶ୍ୱକପ ୨୦୨୩ର କାର୍ଯ୍ୟସୂଚୀ ପ୍ରକାଶ ପାଇଥିଲା। ୧୦ଟି ଦଳ ସହିତ ଏହି ଟୁର୍ନାମେଣ୍ଟରେ ମୋଟ ୪୮ଟି ମ୍ୟାଚ ଖେଳାଯିବ। ଅକ୍ଟୋବର ୫ରୁ ବିଶ୍ୱକପ ଆରମ୍ଭ ହେବ ଏବଂ ପ୍ରଥମ ମ୍ୟାଚ ମ୍ୟାଚ ପୂର୍ବ ବର୍ଷ ଫାଇନାଲିଷ୍ଟ ଇଂଲଣ୍ଡ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଖେଳାଯିବ। ତେବେ ଫାଇନାଲ ମ୍ୟାଚ ନଭେମ୍ବର ୧୯ରେ ଅନୁଷ୍ଠିତ ହେବ। ହେଲେ ମ୍ୟାଚ ଟିକେଟ୍‌ ସମ୍ପର୍କରେ ଏପର୍ଯ୍ୟନ୍ତ କିଛି ସ୍ପଷ୍ଟ କରାଯାଇନାହିଁ।

ବିଶ୍ୱକପ ପାଇଁ ଟିକେଟ୍‌ କିପରି ବୁକ୍‌ କରାଯିବ ଆମେ ଆପଣଙ୍କୁ କହିବୁ। ତେବେ ଟୁର୍ନାମେଣ୍ଟ ପାଇଁ ଟିକେଟ୍‌ ଏ ପର୍ଯ୍ୟନ୍ତ ଜାରି କରାଯାଇନାହିଁ। ‘ଇକୋନୋମିକ ଟାଇମ୍ସ’ର ଏକ ରିପୋର୍ଟ ଅନୁଯାୟୀ ବିଶ୍ୱକପ ଟିକେଟ୍‌ ଖୁବଶୀଘ୍ର ଆସିବ। ଅଧିକାଂଶ ଟିକେଟ୍‌ କେବଳ ଅନଲାଇନ ଆସିବ। ଆଇସିସିର ଅଫିସିଆଲ ୱେବସାଇଟରେ ଟିକେଟ୍‌ ଉପଲବ୍ଧ ହେବ। ଏହା ବ୍ୟତୀତ ବୁକ୍‌ ମାଇ ଶୋ, ପେଟିଏମ ଏବଂ ପେଟିଏମ ଇନସାଇଡର୍ସରେ ମଧ୍ୟ ଟିକେଟ୍‌ ଉପଲବ୍ଧ ହେବ।

ରିପୋର୍ଟ ଅନୁଯାୟୀ, ଟିକେଟ୍‌ ମୂଲ୍ୟ ୫୦୦ରୁ ୧୦,୦୦୦ ଟଙ୍କା ମଧ୍ୟରେ ହୋଇପାରେ। ସ୍ଥାନ ଅନୁଯାୟୀ ଟିକେଟ୍‌ ମୂଲ୍ୟ ସ୍ଥିର କରାଯାଇପାରେ। ବିଶ୍ୱକପରୁ ସମସ୍ତ ମ୍ୟାଚ ମୋଟ ୧୦ ଟି ସ୍ଥାନରେ ଖେଳାଯିବ। ଅକ୍ଟୋବର ୧୫ରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବାକୁ ଥିବା ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ପ୍ରଶଂସକମାନେ ଅଧିକ ଉତ୍ସାହିତ ଅଛନ୍ତି। ଏହି ମ୍ୟାଚ ପାଇଁ ଟିକେଟ କେଉଁ ମୂଲ୍ୟରେ ଆସିବ ତାହା ଦେଖିବା ମଜାଦାର ହେବ। ହେଲେ ଟିକେଟ ସମ୍ବନ୍ଧରେ ଏପର୍ଯ୍ୟନ୍ତ କୌଣସି ସରକାରୀ ଘୋଷଣା କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri