Posted inଖେଳ

ଆଇସିସି ବିଶ୍ୱକପ ୨୦୨୩ : ଜିମ୍ବାଓ୍ବେର ଖେଳିବା ଆଶା କଷ୍ଟକର…

ହାରାରେ,୪।୭ : ଆଇସିସି ବିଶ୍ୱକପ ୨୦୨୩ ରେ ସ୍ଥାନ ପାଇବା ପାଇଁ ଖେଳାଯାଇଥିବା ଯୋଗ୍ୟତା ପର୍ଯ୍ୟାୟରେ ଜିମ୍ବାୱେର ଆଶା ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ସ୍କଟଲାଣ୍ଡ ବିପକ୍ଷରେ ପରାଜୟ ସହିତ ଭାରତରେ ଅନୁଷ୍ଠିତ ହେବାକୁ ଥିବା ବିଶ୍ୱକପରେ ସ୍ଥାନ ପାଇବା ପାଇଁ ଦଳର ସମ୍ଭାବନା ଦୁର୍ବଳ ଦେଖାଯାଉଛି। ମଙ୍ଗଳବାର ସ୍କଟଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ୨୩୫ ରନର ଟାର୍ଗେଟର ପିଛା କରି ଦଳ୨୦୩ ରନ କରି ଅଲ ଆଉଟ ହୋଇଛି।

ଜିମ୍ବାୱେ ସ୍କଟଲାଣ୍ଡ ବିପକ୍ଷ କର ବା ମର ମ୍ୟାଚରେ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ସାଂଘାତିକ ବୋଲିଂ କରୁଥିବାବେଳେ ଶିନ ୱିଲିୟମ୍ସ ୧୦ ଓଭରରେ ୪୧ ରନରେ ତିନୋଟି ୱିକେଟ ନେଇଥିବାବେଳେ ତେନ୍ଦାଇ ଚାଟାରା ଦୁଇଟି ୱିକେଟ ନେଇଥିଲେ। ମାଇକେଲ ଲିସ୍କ ସ୍କଟଲାଣ୍ଡ ପାଇଁ ଶେଷରେ ଆସି ୪୮ ରନର ଚମତ୍କାର ଇନିଂସ ଖେଳିଥିବାବେଳେ ୱିକେଟ କିପର ମାଥ୍ୟୁ କ୍ରସ ୩୮ ରନ ସଂଗ୍ରହ କରିଥିଲେ। ଦଳ ୮ ୱିକେଟ ହରାଇ ୨୩୪ ରନରେ ପହଞ୍ଚିବାରେ ସଫଳ ହୋଇଥିଲା। ଫଳରେ ଜିମ୍ବଓ୍ବେ ପାଇଁ ବିଜୟ ଲକ୍ଷ୍ୟ ୨୩୫ ରନ ରହିଥିଲା।

ସୁପର ସିକ୍ସରେ କ୍ରମାଗତ ଦୁଇଟି ପରାଜୟ ଯୋଗୁ ଜିମ୍ବାୱେ ଦଳ ବିଶ୍ୱକପରେ ପହଞ୍ଚିବା କଷ୍ଟକର ହୋଇପଡିଛି। ଶ୍ରୀଲଙ୍କା ଏବଂ ସ୍କଟଲାଣ୍ଡ ବିପକ୍ଷରେ ହାରିବାର ଅର୍ଥ ହେଉଛି ସେମାନେ ଆଉ ୬ ପଏଣ୍ଟରୁ ଆଗକୁ ଯାଇ ପାରିବେ ନାହିଁ। ଯଦି ସ୍କଟଲାଣ୍ଡ ଦଳ ନେଦରଲାଣ୍ଡ ବିପକ୍ଷରେ ଏକ ବିଜୟ ପଞ୍ଜିକରଣ କରେ, ତେବେ ଏହା ସିଧାସଳଖ ଟିକେଟ ପାଇବ, ଯଦି ନେଦରଲାଣ୍ଡ ଜିତିବ ତେବେ ନେଟ ରନ ହାରରେ ଜିମ୍ବାୱେଠାରୁ ମଧ୍ୟ ଆଗରେ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ସିରିଜ୍‌ ବିଜୟ ଲକ୍ଷ୍ୟରେ ଭାରତ, ପୁଣି କୋହଲିଙ୍କ ଉପରେ ପ୍ରଶଂସକଙ୍କ ନଜର

ଗୁଆହାଟୀ,୨୯ା୯: ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବୁଧବାର ଚଳିତ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚ୍‌କୁ ବିରାଟ କୋହଲି ଓ ଶୁବମନ ଗିଲ୍‌ଙ୍କ ଶତକ ବଳରେ ଅତି…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?