ଫାଇନାଲ ମ୍ୟାଚ ଭିତରେ ୪୫ମିନିଟ ପାଇଁ ବନ୍ଦ ରହିବ ଅହମ୍ମଦାବାଦ ଏୟାରପୋର୍ଟ

ଅହମ୍ମଦାବାଦ,୧୯।୧୧: ଆଉ ମାତ୍ର ୨ଘଣ୍ଟାର ଅପେକ୍ଷା। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଆରମ୍ଭ ହେବାକୁ ଯାଉଛି ଭାରତ-ଅଷ୍ଟ୍ରେଲିଆ ମହା ମୁକାବିଲା। ଦୀର୍ଘ ୨୦ବର୍ଷ ପରେ ଭାରତ ଅଷ୍ଟ୍ରେଲିଆ ଆଇସିସିର ସବୁଠାରୁ ବଡ ଟୁର୍ନାମେଣ୍ଟରେ ମୁହାଁମୁହିଁ ହେବାକୁ ଯାଉଛନ୍ତି। ୧୦୦କୋଟି ଭାରତୀୟଙ୍କ ନଜର ରୋହିତ ବାହିନୀଙ୍କ ଉପରେ ରହିଛି। ମ୍ୟାଚକୁ ନେଇ ଗୁଜରାଟ ପୋଲିସ ଅହମ୍ମଦାବାଦରେ ସୁରକ୍ଷା ବ୍ୟବସ୍ଥା କଡାକଡି କରିଛି। ୬ହଜାର ଯବାନ ଷ୍ଟାଡିୟମକୁ ସୁରକ୍ଷା ଯୋଗାଇବା ପାଇଁ ମୁତୟନ ହୋଇଛନ୍ତି। ତେବେ ମ୍ୟାଚ ପୂର୍ବରୁ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଅର୍ନ୍ତରାଷ୍ଟ୍ରୀୟ ବିମାନ ବନ୍ଦରରେ ଏକ ନିର୍ଦ୍ଦେଶନାମା ଜାରି ହୋଇଛି। ମ୍ୟାଚ ଭିତରେ ୪୫ମିନିଟ ପାଇଁ ଏୟାରପୋର୍ଟ ବନ୍ଦ ରହିବ ବୋଲି ନିର୍ଦ୍ଦେଶନାମାରେ କୁହାଯାଇଛି।

ଏସବିପିଆଇ ଏୟାରପୋର୍ଟ ଜାରି କରିଥିବା ନିର୍ଦ୍ଦେଶାନାମାନୁସାରେ, ଦ୍ୱିପ୍ରହର ୧.୨୫ରୁ ୨.୧୦ଯାଏଁ ଏୟାରପୋର୍ଟ ବନ୍ଦ ରହିବ। ସବୁ ଯାତ୍ରୀଙ୍କୁ ଅନୁରୋଧ କରାଯାଇଛି କି ନିଜର ଅତିରିକ୍ତ ସମୟ କାଢି ଜାରି ହୋଇଥିବା ନିର୍ଦ୍ଦେଶ ଅନୁସାରେ ଠିକ୍‌ ସମୟରେ ଏୟାରପୋର୍ଟରେ ପହଞ୍ଚନ୍ତୁ। ଗୁଜରାଟ ଏୟାରପୋର୍ଟରୁ ଉଡାଣ ଭରିବକୁ ଥିବା ସମୟରେ ଡେରି ହେବାର ସମ୍ଭାବନା ରହିଛି। ତେବେ ଟ୍ରାଫିକ ଜାମ ଯୋଗୁ ୪୫ମିନିଟ ପାଇଁ ଏୟାରପୋର୍ଟ ବନ୍ଦ ରଖାଯାଇଛି ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

ଭାରତୀୟ ହକି ଅମ୍ପାୟରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ, ୨ା୧୦: ଯୌନ ନିର୍ଯାତନା ଅଭିଯୋଗରେ ଜାପାନରେ ଚାଲିଥିବା ଏସିଆନ ଗେମ୍ସରୁ ହକି ଅମ୍ପାୟର ତଥା ଟେକ୍‌ନିକାଲ ଅଫିସିଆଲ ଗୁରିନ୍ଦର ସିଂ ସାଙ୍ଘାଙ୍କୁ ସ୍ବଦେଶ ଫେରାଇ ଅଣାଯାଇଛି।…

ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ନୀରୁ ଧଣ୍ଡା ହେବେ ପତାକା ବାହକ, ଜାଣନ୍ତୁ ନୀରୁ କିଏ…

ନାଗୋୟା,୨ା୧୦: ରବିବାର ହେବାକୁ ଥିବା ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ଭାରତର ଅଗ୍ରଣୀ ଟ୍ରାପ୍‌ ଶୁଟର ନୀରୁ ଧଣ୍ଡା ଭାରତୀୟ ଦଳର ମହିଳା ପତାକା ବାହକ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?