ଫାଇନାଲ ମ୍ୟାଚ ଭିତରେ ୪୫ମିନିଟ ପାଇଁ ବନ୍ଦ ରହିବ ଅହମ୍ମଦାବାଦ ଏୟାରପୋର୍ଟ

ଅହମ୍ମଦାବାଦ,୧୯।୧୧: ଆଉ ମାତ୍ର ୨ଘଣ୍ଟାର ଅପେକ୍ଷା। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଆରମ୍ଭ ହେବାକୁ ଯାଉଛି ଭାରତ-ଅଷ୍ଟ୍ରେଲିଆ ମହା ମୁକାବିଲା। ଦୀର୍ଘ ୨୦ବର୍ଷ ପରେ ଭାରତ ଅଷ୍ଟ୍ରେଲିଆ ଆଇସିସିର ସବୁଠାରୁ ବଡ ଟୁର୍ନାମେଣ୍ଟରେ ମୁହାଁମୁହିଁ ହେବାକୁ ଯାଉଛନ୍ତି। ୧୦୦କୋଟି ଭାରତୀୟଙ୍କ ନଜର ରୋହିତ ବାହିନୀଙ୍କ ଉପରେ ରହିଛି। ମ୍ୟାଚକୁ ନେଇ ଗୁଜରାଟ ପୋଲିସ ଅହମ୍ମଦାବାଦରେ ସୁରକ୍ଷା ବ୍ୟବସ୍ଥା କଡାକଡି କରିଛି। ୬ହଜାର ଯବାନ ଷ୍ଟାଡିୟମକୁ ସୁରକ୍ଷା ଯୋଗାଇବା ପାଇଁ ମୁତୟନ ହୋଇଛନ୍ତି। ତେବେ ମ୍ୟାଚ ପୂର୍ବରୁ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଅର୍ନ୍ତରାଷ୍ଟ୍ରୀୟ ବିମାନ ବନ୍ଦରରେ ଏକ ନିର୍ଦ୍ଦେଶନାମା ଜାରି ହୋଇଛି। ମ୍ୟାଚ ଭିତରେ ୪୫ମିନିଟ ପାଇଁ ଏୟାରପୋର୍ଟ ବନ୍ଦ ରହିବ ବୋଲି ନିର୍ଦ୍ଦେଶନାମାରେ କୁହାଯାଇଛି।

ଏସବିପିଆଇ ଏୟାରପୋର୍ଟ ଜାରି କରିଥିବା ନିର୍ଦ୍ଦେଶାନାମାନୁସାରେ, ଦ୍ୱିପ୍ରହର ୧.୨୫ରୁ ୨.୧୦ଯାଏଁ ଏୟାରପୋର୍ଟ ବନ୍ଦ ରହିବ। ସବୁ ଯାତ୍ରୀଙ୍କୁ ଅନୁରୋଧ କରାଯାଇଛି କି ନିଜର ଅତିରିକ୍ତ ସମୟ କାଢି ଜାରି ହୋଇଥିବା ନିର୍ଦ୍ଦେଶ ଅନୁସାରେ ଠିକ୍‌ ସମୟରେ ଏୟାରପୋର୍ଟରେ ପହଞ୍ଚନ୍ତୁ। ଗୁଜରାଟ ଏୟାରପୋର୍ଟରୁ ଉଡାଣ ଭରିବକୁ ଥିବା ସମୟରେ ଡେରି ହେବାର ସମ୍ଭାବନା ରହିଛି। ତେବେ ଟ୍ରାଫିକ ଜାମ ଯୋଗୁ ୪୫ମିନିଟ ପାଇଁ ଏୟାରପୋର୍ଟ ବନ୍ଦ ରଖାଯାଇଛି ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ରେଭନ୍ଥ ରେଡ୍ଡୀଙ୍କୁ ଦିଲ୍ଲୀ ପୋଲିସ୍‌ର ସମନ

ନୂଆଦିଲ୍ଲୀ,୨୯ା୪: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ଉପରେ ଏକ ଜାଲିଆତି ଭିଡିଓ ସହ ସମ୍ପୃକ୍ତି ଅଭିଯୋଗରେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ଥ ରେଡ୍ଡୀଙ୍କୁ ଦିଲ୍ଲୀ ପୋଲିସ...

ଭାଇରାଲ ହେଉଛି ଶାହାଙ୍କ ଫେକ୍‌ ଭିଡ଼ିଓ, ରେଭନ୍ଥ ରେଡ୍ଡୀଙ୍କୁ ସମନ ପଠାଇଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୨୯ା୪ : ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଉପରେ ଏକ ଜାଲିଆତି ଭିଡିଓ ସହ ସମ୍ପୃକ୍ତି ଅଭିଯୋଗରେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ଥ ରେଡ୍ଡୀଙ୍କୁ ଦିଲ୍ଲୀ...

ଚର୍ମ କର୍କଟ ଟିକାର ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ

ନୂଆଦିଲ୍ଲୀ,୨୯ା୪: ଚର୍ମ କର୍କଟ ରୋଗର ପ୍ରତିକାର ପାଇଁ ବିଶ୍ୱର ପ୍ରଥମ ଟିକା ଉପରେ ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ ହୋଇଛି। ବ୍ରିଟେନ୍‌ର ଜଣେ ରୋଗୀ ଏହି ପରୀକ୍ଷାରେ...

ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଅମିତ ଶାହଙ୍କ ହେଲିକପ୍ଟର

ନୂଆଦିଲ୍ଲୀ,୨୯।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ହେଲିକପ୍ଟର ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଯାଇଛି। ବିହାରର ବେଗୁସରାଇକୁ ଉଡ଼ାଣ ଭରୁଥିବାବେଳେ ହେଲିକପ୍ଟରଟି ଭାରସାମ୍ୟ ହରାଇଥିଲା। ତେବେ...

ସେମାନେ ମୋ ଗୃହମନ୍ତ୍ରୀଙ୍କୁ ଜେଲରେ ପୂରାଇଥିଲେ, ଏମିତି କାହିଁକି କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୯।୪: ୨୦୨୪ ଲୋକ ସଭା ନିର୍ବାଚନ ସମୟରେ ଦୁଇଟି ପର୍ଯ୍ୟାୟ ମତଦାନ ହୋଇସାରିଛି। ଏହି ସମୟରେ ଏକ ସ୍ବତନ୍ତ୍ର ବାର୍ତ୍ତାଳାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଭିଏମ,...

ୟୁଜିସି ନେଟ୍‌ ପରୀକ୍ଷା ତାରିଖ ପରିବର୍ତ୍ତନ, ଏବେ ଏହି ଦିନ ହେବ ପରୀକ୍ଷା

ନୂଆଦିଲ୍ଲୀ,୨୯।୪: ଚଳିତ ବର୍ଷ ହେବାକୁ ଥିବା ୟୁଜିସି ନେଟ୍‌ ପରୀକ୍ଷା ତାରିଖ ପରିବର୍ତ୍ତନ କରାଯାଇଛି । ଏହି ପରୀକ୍ଷା ବର୍ତ୍ତମାନ ଜୁନ ୧୮ରେ ହେବ। ଏନେଇ...

କ୍ରିକେଟର ହେବେ ଅବରାମ! ଦେଖାଇଲେ ପ୍ରଥମ ଝଲକ

ନୂଆଦିଲ୍ଲୀ,୨୯।୪: କୋଲକାତା ନାଇଟ ରାଇଡର୍ସ ଆଇପିଏଲ ୨୦୨୪ ର ୪୭ ତମ ମ୍ୟାଚ ରେ ଦିଲ୍ଲୀ କ୍ୟାପିଟାଲ୍ସକୁ ଭେଟିବ । ଏହି ମ୍ୟାଚ କୋଲକାତାର ଇଡେନ...

ହେଟ ସ୍ପିଚ ମାମଲାରେ ତାମିଲନାଡୁ ଭାଜପା ମୁଖ୍ୟଙ୍କୁ ସପ୍ରିମକୋର୍ଟରୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୪: ସୋମବାର (ଏପ୍ରିଲ ୨୯, ୨୦୨୪) ସୁପ୍ରିମକୋର୍ଟ ହେଟ ସ୍ପିଚ ମାମଲାରେ ତାମିଲନାଡୁ ଭାଜପା ମୁଖ୍ୟ କେ ଅନ୍ନାମଲାଇଙ୍କୁ ଆଶ୍ୱସ୍ତି ପ୍ରଦାନ କରଛନ୍ତି। କୋର୍ଟ କହିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri