Posted inଖେଳ

ଆଇସିସି ବିଶ୍ୱକପ ୨୦୨୩: ନେଦରଲାଣ୍ଡ୍ସକୁ ହରାଇଲା ପାକିସ୍ତାନ

ହାଇଦ୍ରାବାଦ, ୬।୧୦-ଆଇସିସି ଦିନିକିଆ କ୍ରିକେଟ ବିଶ୍ୱକପର ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ପାକିସ୍ତାନ ୮୧ ରନରେ ନେଦରଲାଣ୍ଡ୍ସକୁ ହରାଇ ଅଭିଯାନ ଆରମ୍ଭ କରିଛି। ପାକିସ୍ତାନ ୪୯ ଓଭରରେ ୨୮୬ ରନକରି ଅଲ୍‌ଆଉଟ ହୋଇ ଯାଇଥିବାବେଳେ ନେଦରଲାଣ୍ଡ୍ସ ଇନିଂସ ୪୧ ଓଭରରେ ୨୦୫ରେ ସୀମିତ ରହିଥିଲା। ନେଦରଲାଣ୍ଡ୍ସ ପକ୍ଷରୁ ଓପନର ବିକ୍ରମଜିତ ସିଂ (୫୨ ରନ, ୪ ଚୌକା, ୧ ଛକା) ଓ ମିଡିଲ ଅର୍ଡର ବ୍ୟାଟର ବାସ୍‌ ଡି ଲିଡ୍‌ (୬୭ ରନ, ୬ ଚୌକା, ୨ ଛକା)ଙ୍କୁ ଛାଡ଼ିଦେଲେ ଅନ୍ୟ ବ୍ୟାଟରମାନେ ପାକିସ୍ତାନ ବୋଲରଙ୍କୁ ସଫଳ ମୁକାବିଲା କରିପାରି ନ ଥିଲେ। ଶେଷ ଭାଗରେ ଲୋଗାନ ଭାନ୍‌ ବିକ୍‌ ୨୮ ରନକରି ଅପରାଜିତ ରହିଥିଲେ। ପାକିସ୍ତାନ ବୋଲରଙ୍କ ମଧ୍ୟରେ ହାରିସ ରୌଫ ସର୍ବାଧିକ ୩ଟି ଓ ହାସଲ ଅଲୀ ୨ଟି ଉଇକେଟ ନେଇଥିଲେ।
ଟସ୍‌ ଜିତି ନେଦରଲାଣ୍ଡ୍ସ ଫିଲ୍ଡିଂ ନିଷ୍ପତ୍ତି ନେଇଥିଲା। ପାକିସ୍ତାନ ୩୮ ରନ ମଧ୍ୟରେ ୩ଟି ଉଇକେଟ ହରାଇ ଶକ୍ତ ଝଟ୍‌କା ଖାଇଥିଲା। ମାତ୍ର ମହମ୍ମଦ ରିଜଓ୍ବାନ ଓ ସଉଦ ଶକିଲ ୪ର୍ଥ ଉଇକେଟରେ ଶତକୀୟ ଭାଗୀଦାରି ଗଢ଼ି ଦଳକୁ ସଙ୍କଟରୁ ଉଦ୍ଧାର କରିଥିଲେ। ଉଭୟ ୧୨୦ ରନ ଯୋଗ କରିବାପରେ ଶକିଲ ୬୮ ରନକରି ଆଉଟ ହୋଇଥିଲେ। ରିଜଓ୍ବାନ ମଧ୍ୟ ସେହି ୬୮ ରନ କରି ପ୍ୟାଭିଲିୟନ ଫେରିଥିଲେ। ଶେଷ ଭାଗରେ ମହମ୍ମଦ ନଓ୍ବାଜ ୩୯, ଶଦାବ ଖାଁ ୩୨ ରନ କରିବାରୁ ପାକିସ୍ତାନ ଏକ ସମ୍ମାନଜନକ ସ୍କୋର କରିବାକୁ ସକ୍ଷମ ହୋଇଥିଲା। ନେଦରଲାଣ୍ଡ୍ସ ପକ୍ଷରୁ ବାସ୍‌ ଡି ଲିଡ୍‌ ସର୍ବାଧିକ ୪ଟି, କଲିନ ଆକରମାନ ୨ଟି ଏବଂ ଆର୍ଯ୍ୟନ ଦତ୍ତ, ଲୋଗାନ ଭାନ୍‌ ବେକ୍‌ ଓ ପଲ୍‌ ଭାନ୍‌ ମିକେରେନ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫ରୁ ଏନ୍‌ଏଫ୍‌ଏଚ୍‌ଏସ୍‌-୬)ର ଏକ ତୁଳନାତ୍ମକ ରିପୋର୍ଟ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?