Posted inଖେଳ

ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ର଼୍ୟାଙ୍କିଙ୍ଗ୍‌: ଭାରତ ଦ୍ୱିତୀୟ ସ୍ଥାନ ବଜାୟ ରଖିଲା

ଦୁବାଇ,୩୧।୧୨(ପି.ଟି.): ସଦ୍ୟ ପ୍ରକାଶିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ର଼୍ୟାଙ୍କିଙ୍ଗ୍‌ରେ ଭାରତ ତା’ର ଦ୍ୱିତୀୟ ସ୍ଥାନ ବଜାୟ ରଖିଛି। ମେଲବୋର୍ନରେ ଅନୁଷ୍ଠିତ ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ବିଜୟୀ ହୋଇ ଭାରତ ଅପରିବର୍ତ୍ତିତ ରହିଛି। ଏଥିସହ ଆସନ୍ତାବର୍ଷ ଆୟୋଜନ ହେବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ଖେଳିବା ଦୌଡ଼ରେ ଭାରତ ତା’ର ସ୍ଥିତି ବଜାୟ ରଖିଛି।
ମେଲବୋର୍ନ ଟେଷ୍ଟରେ ୮ ଉଇକେଟରେ ବିଜୟୀ ହୋଇ ଭାରତ ୩୦ ପଏଣ୍ଟ ହାସଲ କରିଛି। ୭୨.୨ ପଏଣ୍ଟ ପ୍ରତିଶତ ବା ପର୍ସେଣ୍ଟେଜ ଅଫ୍‌ ପଏଣ୍ଟ (ପିସିଟି) ସହ ଭାରତ ମୋଟ ୩୯୦ ପଏଣ୍ଟ ହାସଲ କରି ଦ୍ୱିତୀୟ ସ୍ଥାନରେ ରହିଛି। ଅନ୍ୟପଟେ ବକ୍ସିଂ ଡେ’ରେ ପରାସ୍ତ ହୋଇଥିଲେ ମଧ୍ୟ ଅଷ୍ଟ୍ରେଲିଆ ପୂର୍ବପରି ଶୀର୍ଷ ସ୍ଥାନରେ ରହିଛି। ଏହି ମ୍ୟାଚ୍‌ରେ ସ୍ଲୋ ଓଭର ରେଟ ପାଇଁ ଅଷ୍ଟ୍ରେଲିଆ ଦଣ୍ଡିତ ହୋଇଥିଲା। ଅଷ୍ଟ୍ରେଲିଆ ୭୬.୬ ପିସିଟି ସହ ୩୨୨ ପଏଣ୍ଟ ପାଇଛି। ସେହିପରି ବୁଧବାର ପାକିସ୍ତାନକୁ ପ୍ରଥମ ଟେଷ୍ଟରେ ହରାଇ ୬୦ ପଏଣ୍ଟ ହାସଲ କରିଥିଲେ ମଧ୍ୟ ନ୍ୟୁଜିଲାଣ୍ଡ ତୃତୀୟ ସ୍ଥାନରେ ରହିଛି। ନ୍ୟୁଜିଲାଣ୍ଡ ମୋଟ ଉପରେ ୩୬୦ ପଏଣ୍ଟ ପାଇଛି ଓ ତା’ର ୬୬.୭ ପିସିଟି ରହିଛି। ଏଥି ସହିତ ନ୍ୟୁଜିଲାଣ୍ଡ ଫାଇନାଲ ଦୌଡ଼ରେ ମଧ୍ୟ ତା’ର ସ୍ଥିତି ବଜାୟ ରଖିଛି। ସେହିପରି ର଼୍ୟାଙ୍କିଙ୍ଗ୍‌ରେ ଇଂଲଣ୍ଡ ଚତୁର୍ଥ ଓ ପାକିସ୍ତାନ ପଞ୍ଚମ ସ୍ଥାନରେ ରହିଛି।
ଚାମ୍ପିୟନଶିପ୍‌ ଶେଷ ହେବା ପରେ ପଏଣ୍ଟ ପ୍ରତିଶତ ପିସିଟି ଦୃଷ୍ଟିକୋଣରୁ ଶୀର୍ଷରେ ଥିବା ଦୁଇ ଦଳ ଫାଇନାଲ ଖେଳିବେ। ଲିଗ୍‌ର ପ୍ରତ୍ୟେକ ସିରିଜରେ ୧୨୦ ପଏଣ୍ଟ ଉପଲବ୍ଧ ହୋଇପାରିବ। ସିରିଜ୍‌ରେ ସାମିଲ ଥିବା ମ୍ୟାଚ୍‌ ସଂଖ୍ୟାକୁ ଦୃଷ୍ଟିରେ ରଖି ପଏଣ୍ଟ ଭାଗ ହେବ। ତେଣୁ ୨ ମ୍ୟାଚବିଶିଷ୍ଟ ସିରିଜରେ ଗୋଟିଏ ବିଜୟ ହାସଲ କଲେ ୬୦ ପଏଣ୍ଟ ମିଳିବ। ସେହିପରି ୫ ମ୍ୟାଚବିଶିଷ୍ଟ ସିରିଜରେ ମ୍ୟାଚ ପିଛା ୨୪ ପଏଣ୍ଟ ଉପଲବ୍ଧ ହେବ।
ଭାରତ ସର୍ବାଧିକ ପଏଣ୍ଟ ହାସଲ କରିଥିଲେ ମଧ୍ୟ ଦ୍ୱିତୀୟ ସ୍ଥାନରେ ରହିବା ନେଇ ପ୍ରଶ୍ନବାଚୀ ସୃଷ୍ଟି ହେବା ସ୍ବଭାବିକ। କୋଭିଡ୍‌-୧୯ ପାଇଁ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ବାଧାପ୍ରାପ୍ତ ହେବା ଫଳରେ ଆଇସିସି ପଏଣ୍ଟ ସିଷ୍ଟମ୍‌ରେ ପରିବର୍ତ୍ତନ କରିଛି। ତେଣୁ ପଏଣ୍ଟର ପରିମାଣ ବଦଳରେ ପର୍ସେଣ୍ଟେଜ ପଏଣ୍ଟକୁ ଦୃଷ୍ଟିରେ ରଖାଯାଇ ର଼୍ୟାଙ୍କିଙ୍ଗ୍‌ ସ୍ଥିର କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?