Posted inଖେଳ

ICCର ବଡ଼ ଘୋଷଣା; ଭାରତରେ ହେବ ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫି! ଏହି ୨ ସହରରେ ଖେଳାଯିବ ମ୍ୟାଚ୍

ନୂଆଦିଲ୍ଲୀ,୨।୯:  ମହିଳା କ୍ରିକେଟ୍‌କୁ ନେଇ ICC ବଡ଼ ଘୋଷଣା କରିଛି । ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫିର ଆୟୋଜନ କରିବ ଭାରତ । ପୂର୍ବରୁ ଏହି ଟୁର୍ଣ୍ଣାମେଣ୍ଟ ଶ୍ରୀଲଙ୍କାରେ ଆୟୋଜିତ ହେବାର ଥିଲା। କିନ୍ତୁ ଶ୍ରୀଲଙ୍କା କ୍ରିକେଟ୍ ବୋର୍ଡରେ ରାଜନୈତିକ ହସ୍ତକ୍ଷେପକୁ ନେଇ ICC ଅସନ୍ତୁଷ୍ଟ ଥିବାରୁ ଏହି ଦାୟିତ୍ବ ଭାରତକୁ ଦିଆଯାଇଛି । ICC ପକ୍ଷରୁ ଟୁର୍ଣ୍ଣାମେଣ୍ଟରେ ଭାଗ ନେବାକୁ ଥିବା ୬ଟି ଦଳ ଏବଂ ମ୍ୟାଚ୍ ଆୟୋଜନ ହେବାକୁ ଥିବା ସହର ସମ୍ପର୍କରେ ମଧ୍ୟ ଘୋଷଣା କରାଯାଇଛି।

ଶ୍ରୀଲଙ୍କା କ୍ରିକେଟ୍ ବୋର୍ଡରେ ସରକାରଙ୍କ ପକ୍ଷରୁ ଗଠିତ ଟ୍ରାନ୍ସଫର୍ମେସନ୍ କମିଟିର ହସ୍ତକ୍ଷେପକୁ ନେଇ ICC ଅସନ୍ତୋଷ ପ୍ରକାଶ କରିଥିଲା। ବୋର୍ଡରେ ନିର୍ବାଚନ କରାଇବାକୁ ମଧ୍ୟ ICC ପକ୍ଷରୁ କୁହାଯାଇଥିଲା। କିନ୍ତୁ ଏପର୍ଯ୍ୟନ୍ତ ବୋର୍ଡରେ ନିର୍ବାଚନ ହୋଇନାହିଁ। ICCର ନିୟମ ଅନୁସାରେ ସଦସ୍ୟ ଦେଶର କ୍ରିକେଟ୍ ବୋର୍ଡରେ ରାଜନୈତିକ ହସ୍ତକ୍ଷେପ ଗ୍ରହଣୀୟ ନୁହେଁ । ଏହି କାରଣରୁ ଶ୍ରୀଲଙ୍କାଠାରୁ ମହିଳା ଚାମ୍ପିଅନ୍ସ ଟ୍ରଫିର ଆୟୋଜନ ଅଧିକାର ଛଡ଼ାଇ ନିଆଯାଇଛି।

୨୦୨୭ ମହିଳା ଚାମ୍ପିଅନ୍ସ ଟ୍ରଫିର ସମସ୍ତ ମ୍ୟାଚ୍ ବଦୋଦରା ଏବଂ ମୁମ୍ବାଇରେ ଖେଳାଯିବ। ମୁମ୍ବାଇର ବ୍ରାବୋର୍ନ ଷ୍ଟାଡିୟମ୍‌ରେ ମଧ୍ୟ ମ୍ୟାଚ୍ ଆୟୋଜିତ ହେବ। ଟୁର୍ଣ୍ଣାମେଣ୍ଟଟି ରାଉଣ୍ଡ-ରବିନ୍ ଫର୍ମାଟ୍‌ରେ ଖେଳାଯିବ। ଫେବ୍ରୁଆରୀ ୧୪ରୁ ୨୮ ତାରିଖ ମଧ୍ୟରେ ଏହି ପ୍ରତିଯୋଗିତା ଆୟୋଜିତ ହେବ। ICC ରାଙ୍କିଙ୍ଗ୍ ଆଧାରରେ ୬ଟି ଦଳକୁ ଚୟନ କରାଯାଇଛି। ଏଥିରେ ରହିଛନ୍ତି—

ଭାରତ
ଅଷ୍ଟ୍ରେଲିଆ
ଇଂଲଣ୍ଡ
ଶ୍ରୀଲଙ୍କା
ନ୍ୟୁଜିଲାଣ୍ଡ
ଦକ୍ଷିଣ ଆଫ୍ରିକା

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

GDP ତଥ୍ୟକୁ ନେଇ ବିବାଦ; ସ୍ପଷ୍ଟୀକରଣ ରଖିଲେ ସରକାର, ଆକଳନରେ…

ନୂଆଦିଲ୍ଲୀ,୨ା୯: ଭାରତୀୟ ଅର୍ଥନୀତିର GDP ତଥ୍ୟକୁ ନେଇ ଉଠିଥିବା ପ୍ରଶ୍ନ ଉପରେ ସରକାର ଏବେ ସ୍ପଷ୍ଟୀକରଣ ଦେଇଛନ୍ତି । ଅଗଷ୍ଟ ୩୧ରେ ପରିସଂଖ୍ୟାନ ଓ କାର୍ଯ୍ୟକ୍ରମ କାର୍ଯ୍ୟାନ୍ୱୟନ…

ହାଇକୋର୍ଟଙ୍କ ବଡ଼ ରାୟ, ନାବାଳିକା ପତ୍ନୀଙ୍କ ସହ ସମ୍ପର୍କ…

ଥିରୁଭାନନ୍ତପୁରମ,୨।୯: ନାବାଳିକାଙ୍କ ସୁରକ୍ଷା ମାମଲାରେ କେରଳ ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । କୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ଆଇନ ଓ ଶିଶୁଙ୍କ ସୁରକ୍ଷାଠାରୁ କୌଣସି ଧାର୍ମିକ…

ହଇଚଇ…CVC ରିପୋର୍ଟରେ ବଡ଼ ଖୁଲାସା, ଦୁର୍ନୀତି ଅଭିଯୋଗରେ ଏହି ବିଭାଗ ଆଗରେ

ନୂଆଦିଲ୍ଲୀ,୨।୯: ସରକାରୀ ସଂସ୍ଥାଗୁଡ଼ିକରେ ଦୁର୍ନୀତି ନେଇ ଆସିଥିବା ଅଭିଯୋଗକୁ ନେଇ ବଡ଼ ତଥ୍ୟ ସାମ୍ନାକୁ ଆଣିଛି କେନ୍ଦ୍ରୀୟ ଭିଜିଲାନ୍ସ କମିଶନ୍ (CVC)। CVCର ବାର୍ଷିକ ରିପୋର୍ଟ ୨୦୨୫…

ଘରେ ସ୍ତ୍ରୀକୁ ପିଟିପିଟି ହତ୍ୟା, ଘଟଣାସ୍ଥଳରୁ ସ୍ବାମୀ ଫେରାର

ନୂଆଗାଁ,୨ା୯ (ଧନେଶ୍ୱର ସାହୁ): ନୟାଗଡ ଜିଲା ନୂଆଗାଁ ଥାନା ନୂଆଗାଁ ସଦର ପଂଚାୟତ କାଚପଲି ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି । ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି ସ୍ବାମୀ…

ବାୟୁସେନାରେ ଥିଲା ୧.୮୨ ଲକ୍ଷ ଦରମା! ଏବେ ରାମ ମନ୍ଦିର CEO ଭାବେ କେତେ ପ୍ୟାକେଜ୍ ପାଇବେ ଜିତେନ୍ଦ୍ର ମିଶ୍ରା?

ଅଯୋଧ୍ୟା,୨।୯: ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟକୁ ମିଳିଛନ୍ତି ପ୍ରଥମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)। ଭାରତୀୟ ବାୟୁସେନାର ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ରାଙ୍କୁ…

ଖସୁଛି ସୁନା ଦର, ମୁହଁ ମାଡ଼ି ପଡ଼ିଲା ରୂପା: ୬ ଦିନରେ ୧୧,୦୦୦ ଟଙ୍କା ଶସ୍ତା ହେଲା…

ନୂଆଦିଲ୍ଲୀ,୨।୯: ଦେଶର ରାଜଧାନୀ ଦିଲ୍ଲୀରେ ସୁନା ଏବଂ ରୂପା ମୂଲ୍ୟରେ କ୍ରମାଗତ ହ୍ରାସ ଦେଖିବାକୁ ମିଳୁଛି। ବିଶ୍ୱ ବଜାରରେ ମାନ୍ଦାବସ୍ଥା ଏବଂ ବିକ୍ରି ଚାପ ଯୋଗୁ ଦେଶୀୟ…

ଶାଢ଼ି ସେଣ୍ଟର ନାଁରେ ବଲାଙ୍ଗୀରରୁ ଗଞ୍ଜେଇ ଚାଲାଣ, ଆମାଜନ୍ ନାଁରେ ପାର୍ସଲ କରି ବିକୁଥିଲେ

ବଲାଙ୍ଗୀର,୨ା୯(ସୁନିଲ କୁମାର ମହାନ୍ତି): ସମ୍ବଲପୁରୀ ଶାଢ଼ି ସେଣ୍ଟର ନାଁରେ କୋରିଅରରେ ଚାଲିଥିଲା ଗଞ୍ଜେଇ ଚାଲାଣ । ମାଡ଼ିବସିଲା ବଲାଙ୍ଗୀର ପୋଲିସ । ଅନଲାଇନରେ ଦିଲ୍ଲୀ, ଗଜିଆବାଦ ପରି…

ପୋଡ଼ମପେଟା ସମୁଦ୍ର ବେଳାଭୂମିରେ ରହସ୍ୟମୟ ଦଧିନଉତି, ସ୍ଥାନୀୟ ଲୋକେ କହୁଛନ୍ତି….

ଗଞ୍ଜାମ,୨।୯ (ବିଦ୍ୟାଧର ସାହୁ ): ସମୁଦ୍ର ବେଳାଭୂମିରେ ଦେଖାଯାଉଛି ଏକ ମନ୍ଦିରର ଦଧିନଉତି । ଗଞ୍ଜାମ ଜିଲା ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୁରୁଣା ପୋଡ଼ମପେଟା ସମୁଦ୍ର ବେଳାଭୂମିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri