୧୦ ହଜାର ଲାଞ୍ଚ ନେଇ ଆଇସିଡିଏସ୍‌ ସୁପରଭାଇଜର ଗିରଫ

ଭବାନୀପାଟଣା,୧୨।୧: କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ କୁଟୁରୁଖମାର ସେକ୍ଟର ଆଇସିଡିଏସ୍‌ ସୁପରଭାଇଜର ରାଧାରାଣୀ ଦେଈ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଭବାନୀପାଟଣା ବ୍ଲକ କୁରୁମାଚୁଆଁର ଅଙ୍ଗନୱାଡି କର୍ମୀ ସୀମନ୍ତିନୀ ନାଏକଙ୍କଠାରୁ ଅକ୍ଟୋବର, ନଭେମ୍ବର ଓ ଡିସେମ୍ବରର ଅଣ୍ଡା ଓ ପନିପରିବା ବିଲ୍‌ କରାଇ ଦେବାକୁ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏ ନେଇ ଅଙ୍ଗନୱାଡି କର୍ମୀ ଭିଜିଲାନ୍ସ ବିଭାଗରେ ଅଭିଯୋଗ କରିଥିଲେ। ମଙ୍ଗଳବାର ତାଙ୍କ ଭଡାଘରେ ୧୦ ହଜାର ଲାଞ୍ଚ ଟଙ୍କା ଗ୍ରହଣ କରୁଥିଲେ। ଏହି ସମୟରେ ପୂର୍ବରୁ ଜଗିରହିଥିବା ଭିଜିଲାନ୍ସ ବିଭାଗ ଅଧିକାରୀମାନେ ତାଙ୍କୁ ଗିରଫ କରିବା ସହ ତାଙ୍କ ନିକଟରୁ ଟଙ୍କା ଜବତ କରିଥିଲେ। ବର୍ତ୍ତମାନ ସୁଦ୍ଧା ସୁପରଭାଇଜରଙ୍କ ଘରୁ ନଗଦ ଟଙ୍କା ସହ ସୁନା ଅଳଙ୍କାର ଓ ବିଭିନ୍ନ କାଗଜପତ୍ର ଜବତ କରାଯାଇଛି। ନୂଆପଡା ଭିଜିଲାନ୍ସ ଡିଭିଜନ ଅଧିକାରୀ ଦୀନବନ୍ଧୁ ବେହେରାଙ୍କ ଟିମ୍‌ ଚଢ଼ାଉ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିକେଟ ଆଶା କରିଥିଲି, ମତେ ବି ଦୁଃଖ ଲାଗୁଛି

ଜଗତ୍‌ସିଂହପୁର, ୨୦ା୪(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡ଼ି ବିଜେଡିରେ ମିଶିଲା ପରେ ଟିକେଟ ନ ପାଇ ସବୁଠାରୁ ଦୁଃଖରେ...

ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ

ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି...

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri