ଇଚ୍ଛାପୁର ପଞ୍ଚାୟତ ହିତାଧିକାରୀଙ୍କୁ ମିଳିଲା ୪ ମାସର ଚାଉଳ

ଝରିଗାଁ,୧୩।୫(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଇଚ୍ଛାପୁର ପଞ୍ଚାୟତର ପ୍ରାୟ ୧୦ ଗ୍ରାମର ହିତାଧିକାରୀ ସାତ ମାସ ହେବ ପିଡ଼ିଏସ ଚାଉଳ ପାଇନଥିବା ନେଇ ଗୁରୁବାର ରାଜ୍ୟ ସ୍ବତନ୍ତ୍ର ବିକାଶ ପରିଷଦ ଉପଦେଷ୍ଟା ତଥା ନବରଙ୍ଗପୁର ପୂର୍ବତନ ଏମ୍‌ପି ପ୍ରଦୀପ ମାଝୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ତୁରନ୍ତ ଚାଉଳ ଯୋଗାଇ ଦିଆଯିବ ନେଇ ସେ ପ୍ରତିଶ୍ରୁତି ଦେଇଥିଲେ। ଏହାପରେ ଶୁକ୍ରବାର ଝରିଗାଁ ବ୍ଲକ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଥିଲା। ଚାଉଳ ନେଇ ନ ଥିବା ହିତାଧିକାରୀଙ୍କୁ ଇଚ୍ଛପୁର ପଞ୍ଚାୟତ କାର୍ଯ୍ୟାଳୟରେ ଚାଉଳ ବଣ୍ଟନ କରାଯାଇଥିବା ଜଣାପଡ଼ିଛି।
ଇଚ୍ଛାପୁର ପଞ୍ଚାୟତ କାର୍ଯ୍ୟାଳୟକୁ ନେଇ ଲାଗିରହିଥିବା ବିବାଦ ଯୋଗୁ ବ୍ଲକ ପ୍ରଶାସନ ପକ୍ଷରୁ ଚଚା ପଞ୍ଚାୟତଠାରେ ଇଚ୍ଛାପୁର ପଞ୍ଚାୟତ ହିତାଧିକାରୀଙ୍କୁ ଚାଉଳ ବଣ୍ଟନ କରାଯାଉଥିଲା। ହିତାଧିକାରୀମାନେ ଇଛାପୁର ପଞ୍ଚାୟୟତରେ ଚାଉଳ ପ୍ରଦାନ କରିବା ପାଇଁ ଦାବି କରି ଚଚା ପଞ୍ଚାୟତରୁ ଚାଉଳ ନେଉ ନ ଥିଲେ। ଚାଉଳ ନ ନେବାର ଚାରି ମାସ ବିତିଯାଇଥିଲେ ମଧ୍ୟ ବ୍ଲକ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଇନଥିଲା। ହିତାଧିକାରୀମାନେ ଏ ନେଇ ଗୁରୁବାର ଘଟଣା ସମ୍ପର୍କରେ ପ୍ରଦୀପ ମାଝିଙ୍କୁ ଜଣାଇଥିଲେ। ତାଙ୍କ ହସ୍ତକ୍ଷେପ ପରେ ଇଚ୍ଛାପୁର ପଞ୍ଚାୟତରେ ଝରିଗାଁ ବ୍ଲକ ପ୍ରଶାସନ ପକ୍ଷରୁ ଚାରି ମାସର ଚାଉଳ ହିତାଧିକାରୀଙ୍କୁ ବଣ୍ଟନ କରାଯାଇଥିଲା। ଇଚ୍ଛାପୁର ପଞ୍ଚାୟତର କେତେକ ଗ୍ରାମର ୧୮୦ ଜଣ ହିତାଧିକାରୀ ଚାରି ମାସର ଚାଉଳ ନେଇ ନ ଥିଲେ। ଶୁକ୍ରବାର ଇଚ୍ଛାପୁର ପଞ୍ଚାୟତ କାର୍ଯ୍ୟାଳୟରେ ଚାଉଳ ବଣ୍ଟନ କରାଯାଇଛି ବୋଲି ଝରିଗାଁ ବ୍ଲକ ଯୋଗାଣ ନିରୀକ୍ଷକ ଦେବେନ୍ଦ୍ର ସେଠିଆ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri