Posted inଜାତୀୟ

ଚନ୍ଦା କୋଚରଙ୍କୁ ମିଳିଲା ଜାମିନ

ପୁଣେ,୯।୧: ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ସିଇଓ ଚନ୍ଦା କୋଚର ଏବଂ ତାଙ୍କ ବ୍ୟବସାୟୀ ସ୍ବାମୀ ଦୀପକ କୋଚରଙ୍କୁ ବମ୍ବେ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଆଇସିଆଇସିଆଇ ଋଣ ସ୍କାମ ମାମଲାର ଶୁଣାଣି ବେଳେ କୋର୍ଟ କହିଛନ୍ତି, ଗିରଫ ଆଇନ ଅନୁଯାୟୀ ନୁହେଁ। ଏହି ଦମ୍ପତିଙ୍କୁ ଗିରଫ କରିବା ସିଆରପିଏସ୍‌ର ଧାରା ୪୧ଏର ଆଦେଶ ଅନୁଯାୟୀ ହୋଇନାହିଁ।
ଆଇସିସିଆଇ ବ୍ୟାଙ୍କର ପୂର୍ବତନ ସିଇଓ ଚନ୍ଦା କୋଚର ଏବଂ ଦୀପକ କୋଚରଙ୍କୁ ପ୍ରତ୍ୟେକଙ୍କୁ ନଗଦ ୧ ଲକ୍ଷ ଟଙ୍କା ଜାମିନରେ ମୁକ୍ତ କରିବାକୁ କୋର୍ଟ ଅନୁମତି ଦେଇଛନ୍ତି। ତାଙ୍କ ଜାମିନକୁ ସିବିଆଇ ବିରୋଧ କରିଛି।
ଆଇସିଆଇସିଆଇ ବ୍ୟାଙ୍କ-ଭିଡିଓକନ ଋଣ ଠକେଇ ମାମଲାରେ ସିବିଆଇ କୋଚର ଦମ୍ପତିଙ୍କୁ ଗିରଫ କରିଥିଲା। ଏହା ପରେ ଭିଡିଓକନ ପ୍ରମୋଟର୍‌ ଭେନୁଗୋପାଲ ଧୁତ ମଧ୍ୟ ସମାନ ମାମଲାରେ ଗିରଫ ହୋଇଥିଲେ। ଏହି ତିନିଜଣ ବର୍ତ୍ତମାନ ନ୍ୟାୟିକ ହେପାଜତରେ ଅଛନ୍ତି।
ଅଭିଯୋଗ ଅନୁଯାୟୀ, ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ସିଇଓ ଚନ୍ଦା କୋଚର ବ୍ୟାଙ୍କର ନିୟମ ଉଲ୍ଲଂଘନ କରି ଭିଡିଓକନ ଗ୍ରୁପକୁ ୩,୨୫୦ କୋଟି ଟଙ୍କା ଋଣ ଦେଇଛନ୍ତି। ଭିଡିଓକନ ଗ୍ରୁପ ଆଇସିଆଇସିଆଇ ବ୍ୟାଙ୍କରୁ ଋଣ ପାଇବା ପରେ ଧୁତ ୨୦୧୨ରେ ନୁପୱାର୍‌ ରିନ୍ୟୁଆଲ ପିଭି ଲିମିଟେଡ (ଏନଆରପିଏଲ୍‌) ରେ କୋଟି କୋଟି ଟଙ୍କା ବିନିଯୋଗ କରିଥିବା ଅଭିଯୋଗ ହୋଇଛି। ଆଇସିସିଆଇରୁ ଋଣ ପାଇବା ପରେ ଚନ୍ଦା କୋଚରଙ୍କ ସ୍ବାମୀ ଦୀପକ କୋଚର ଏବଂ ଦୁଇ ସମ୍ପର୍କୀୟଙ୍କ ସହ ଧୁତ ଏହି ଫାର୍ମ ଆରମ୍ଭ କରିଥିଲେ। ଜଣେ ଅଜ୍ଞାତ ସୂଚନାଦାତାଙ୍କ ଅଭିଯୋଗ ପରେ ମାମଲା ସାମ୍ନାକୁ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୧ ରାଜ୍ୟର ୧୦୨ ଆସନ ପାଇଁ ଆରମ୍ଭ ହେଲା ମତଦାନ, ମୋଦି କହିଲେ ଗଣତନ୍ତ୍ରର ସବୁଠାରୁ ବଡ ଉତ୍ସବ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ସକାଳୁ ମତଦାନ ଆରମ୍ଭ ହୋଇଛି। ଏହା ସହିତ ବିଶ୍ୱର ବୃହତ୍ତମ ଗଣତନ୍ତ୍ରରେ ନିର୍ବାଚନ ମହା ଉତ୍ସବ...

ଇଭିଏମ୍‌ ମକ୍‌ ପୋଲ୍‌: ଭାଜପାକୁ ଯାଇଛି ଅତିରିକ୍ତ ଭୋଟ

ନୂଆଦିଲ୍ଲୀ,୧୯ା୪(ପି.ଟି.):ଦେଶରେ ଲୋକ ସଭା ନିର୍ବାଚନ ଚାଲିଥିବାବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌ରେ ଜାଲିଆତି ଅଭିଯୋଗକୁ ନେଇ ବିବାଦ ଲାଗିରହିଛି। ସେଥିପାଇଁ ଭୋଟର ଭେରିଫାଏବଲ୍‌ ପେପର ଅଡିଟ୍‌ ଟ୍ରେଲ୍‌...

ଆଜି ପ୍ରଥମ ପର୍ଯ୍ୟାୟ ଭୋଟ:ଏହିସବୁ ହେଭିଓ୍ବେଟ୍‌ଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ

ନୂଆଦିଲ୍ଲୀ,୧9ା୪(ପି.ଟି.):ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଆସନରେ ମତଦାନ ହେବାକୁ ଯାଉଛି। ଏହି ପର୍ଯ୍ୟାୟର ପ୍ରମୁଖ...

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ...

ନିର୍ବାଚନ ପୂର୍ବରୁ ଏଏପିକୁ ଝଟକା, ଗିରଫ ହେଲେ ବିଧାୟକ ଅମାନତୁଲ୍ଲାହ ଖାନ

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲାହ ଖାନଙ୍କୁ ଗୁରୁବାର ଇଡି ଗିରଫ କରିଛି। ୱାକଫ ବୋର୍ଡ ନିଯୁକ୍ତି ସ୍କାମରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ...

ଇରାନ କବଜାରେ ଥିବା ଜାହାଜରୁ ଭାରତ ଫେରିଲେ ପ୍ରଥମ କ୍ରୁ ମେମ୍ବର

ନୂଆଦିଲ୍ଲୀ,୧୮।୪: କେରଳ ତ୍ରିଶୁରର ବାସିନ୍ଦା ମହିଳାକ୍ୟାଡେଟ ଆନ ଟେସା ଜୋସେଫ, କାର୍ଗୋ ଜାହାଜ MSC Aries ରେ ଥିବା ଭାରତୀୟ କ୍ରୁଙ୍କ ଅଂଶ ଭାବରେ ଗୁରୁବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri