Posted inଜାତୀୟ

ଚନ୍ଦା କୋଚରଙ୍କୁ ମିଳିଲା ଜାମିନ

ପୁଣେ,୯।୧: ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ସିଇଓ ଚନ୍ଦା କୋଚର ଏବଂ ତାଙ୍କ ବ୍ୟବସାୟୀ ସ୍ବାମୀ ଦୀପକ କୋଚରଙ୍କୁ ବମ୍ବେ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଆଇସିଆଇସିଆଇ ଋଣ ସ୍କାମ ମାମଲାର ଶୁଣାଣି ବେଳେ କୋର୍ଟ କହିଛନ୍ତି, ଗିରଫ ଆଇନ ଅନୁଯାୟୀ ନୁହେଁ। ଏହି ଦମ୍ପତିଙ୍କୁ ଗିରଫ କରିବା ସିଆରପିଏସ୍‌ର ଧାରା ୪୧ଏର ଆଦେଶ ଅନୁଯାୟୀ ହୋଇନାହିଁ।
ଆଇସିସିଆଇ ବ୍ୟାଙ୍କର ପୂର୍ବତନ ସିଇଓ ଚନ୍ଦା କୋଚର ଏବଂ ଦୀପକ କୋଚରଙ୍କୁ ପ୍ରତ୍ୟେକଙ୍କୁ ନଗଦ ୧ ଲକ୍ଷ ଟଙ୍କା ଜାମିନରେ ମୁକ୍ତ କରିବାକୁ କୋର୍ଟ ଅନୁମତି ଦେଇଛନ୍ତି। ତାଙ୍କ ଜାମିନକୁ ସିବିଆଇ ବିରୋଧ କରିଛି।
ଆଇସିଆଇସିଆଇ ବ୍ୟାଙ୍କ-ଭିଡିଓକନ ଋଣ ଠକେଇ ମାମଲାରେ ସିବିଆଇ କୋଚର ଦମ୍ପତିଙ୍କୁ ଗିରଫ କରିଥିଲା। ଏହା ପରେ ଭିଡିଓକନ ପ୍ରମୋଟର୍‌ ଭେନୁଗୋପାଲ ଧୁତ ମଧ୍ୟ ସମାନ ମାମଲାରେ ଗିରଫ ହୋଇଥିଲେ। ଏହି ତିନିଜଣ ବର୍ତ୍ତମାନ ନ୍ୟାୟିକ ହେପାଜତରେ ଅଛନ୍ତି।
ଅଭିଯୋଗ ଅନୁଯାୟୀ, ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ସିଇଓ ଚନ୍ଦା କୋଚର ବ୍ୟାଙ୍କର ନିୟମ ଉଲ୍ଲଂଘନ କରି ଭିଡିଓକନ ଗ୍ରୁପକୁ ୩,୨୫୦ କୋଟି ଟଙ୍କା ଋଣ ଦେଇଛନ୍ତି। ଭିଡିଓକନ ଗ୍ରୁପ ଆଇସିଆଇସିଆଇ ବ୍ୟାଙ୍କରୁ ଋଣ ପାଇବା ପରେ ଧୁତ ୨୦୧୨ରେ ନୁପୱାର୍‌ ରିନ୍ୟୁଆଲ ପିଭି ଲିମିଟେଡ (ଏନଆରପିଏଲ୍‌) ରେ କୋଟି କୋଟି ଟଙ୍କା ବିନିଯୋଗ କରିଥିବା ଅଭିଯୋଗ ହୋଇଛି। ଆଇସିସିଆଇରୁ ଋଣ ପାଇବା ପରେ ଚନ୍ଦା କୋଚରଙ୍କ ସ୍ବାମୀ ଦୀପକ କୋଚର ଏବଂ ଦୁଇ ସମ୍ପର୍କୀୟଙ୍କ ସହ ଧୁତ ଏହି ଫାର୍ମ ଆରମ୍ଭ କରିଥିଲେ। ଜଣେ ଅଜ୍ଞାତ ସୂଚନାଦାତାଙ୍କ ଅଭିଯୋଗ ପରେ ମାମଲା ସାମ୍ନାକୁ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?