‘ଆଇସିଏଲ୍‌ ଫିନ୍‌କର୍ପ’ ଗ୍ରାହକଙ୍କ ବିଶ୍ୱାସ ଜିତିପାରିଛି

ଭୁବନେଶ୍ୱର,୧୧।୧୧:ଦେଶର ପ୍ରମୁଖ ଘରୋଇ ସଂସ୍ଥା ‘ଆଇସିଏଲ୍‌ ଫିନ୍‌କର୍ପ’ର ନୂତନ ଶାଖାଗୁଡ଼ିକ ଶୁଭାରମ୍ଭ କରାଯାଇଛି। ଏପରିକି ଓଡ଼ିଶା ବଜାରରେ କମ୍ପାନୀର ୧୩ଟି ନୂତନ ଶାଖା ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଆଇସିଏଲ୍‌ ଫିନ୍‌କର୍ପର ସିଏମ୍‌ଡି ଆଡ୍‌ଭୋକେଟ କେ.ଜି. ଅନିଲ କୁମାର ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କମ୍ପାନୀର ଏଜିଏମ୍‌ ଟି.ଜି.ବାବୁ, ଏଜିଏମ୍‌ଓ ରାମଚନ୍ଦ୍ରନ ଏବଂ ଏସ୍‌ଏସ୍‌ଏମ୍‌ ବିଜୁ ଦେବଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ। ଅପରପକ୍ଷରେ କମ୍ପାନୀର ପ୍ରଥମ ବାର୍ଷିକୀ ଉତ୍ସବର ଏକ ଅଂଶ ଭାବେ ଓଡ଼ିଶାର ଗ୍ରାହକମାନଙ୍କ ପାଇଁ ଏକ ବାର୍ଷିକୀ ଧମାଲ ଲକି ଡ୍ର’ ସମ୍ପର୍କରେ ମଧ୍ୟ ଘୋଷଣା କରାଯାଇଛି। ଓଡ଼ିଶାର ସମସ୍ତ ଗ୍ରାହକ (ରାଜ୍ୟରେ ଥିବା କମ୍ପାନୀର ୩୫ଟି ଶାଖାରୁ ସୁନାଋଣ ନେଉଥିବା ଗ୍ରାହକମାନେ) ଲକି ଡ୍ର ଜରିଆରେ ୧୦ଟି ସୁନା ମୁଦ୍ରା ଜିତିବାର ସୁଯୋଗ ପାଇପାରିବେ। ଉଲ୍ଲେଖଯୋଗ୍ୟ , ଅନ୍ୟ ବ୍ୟାଙ୍କ କିମ୍ବା ଆର୍ଥିକ ଅନୁଷ୍ଠାନରୁ ସୁନାଋଣ ସ୍ଥାନାନ୍ତର କରିଥିବା ଗ୍ରାହକମାନେ ମଧ୍ୟ ଏହି ଅଫର ଉପଭୋଗ କରିପାରିବେ। ଆସନ୍ତା ଜାନୁୟାରୀ ୧ରେ ଲକି ଡ୍ର ର ୧୦ ଭାଗ୍ୟଶାଳୀ ବିଜେତାଙ୍କ ନାମ ଘୋଷଣା କରାଯିବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ଏ ସମ୍ପର୍କରେ କମ୍ପାନୀର ସିଏମ୍‌ଡି କେ.ଜି. ଅନିଲକୁମାର କହିଛନ୍ତି, ଭାରତୀୟ ରିଜର୍ଭ ବ୍ୟାଙ୍କ ଦ୍ୱାରା ସ୍ଥାପତି ମାନଦଣ୍ଡର ଅନୁପାଳନ କରି କମ୍ପାନୀ ଓଡ଼ିଶାର ଗ୍ରାହକମାନଙ୍କୁ ସର୍ବୋତ୍ତମ ସୁଧହାର ଏବଂ ବାଧାମୁକ୍ତ ତଥା ଦ୍ରୁତ ଋଣ ପ୍ରକ୍ରିୟାକରଣ ଯୋଗାଇବା ସହ ବିଶ୍ୱାସ ମଧ୍ୟ ଜିତିପାରିଛି। ସେହିଭଳି ଓଡ଼ିଶାରେ ନୂତନ ଶାଖାର ଶୁଭାରମ୍ଭ ସହ ଆଇସିଏଲ୍‌ ଓଡ଼ିଶାବାସୀଙ୍କୁ ଉନ୍ନତ ସେବା ପ୍ରଦାନ କରିବା ଏବଂ ସାରା ଭାରତରେ ଏକ ମହାନ୍‌ ଉପସ୍ଥିତି ସୃଷ୍ଟି କରିବା ପାଇଁ ଆଶାବାଦୀ ରହିଛି ବୋଲି ସେ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ପ୍ରକୃତ ଉଦ୍ୟୋଗୀ କେବଳ ନିଜ ପାଇଁ ସମ୍ପତ୍ତି ସୃଷ୍ଟି କରନ୍ତି ନାହିଁ

ଭାଲଚନ୍ଦ୍ର ମହାନ୍ତି ଜଣେ ପ୍ରଥମ ପିଢିର ଓଡ଼ିଆ ଉଦ୍ୟୋଗୀ ଏବଂ ଓରିକ୍ଲିନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ। ୧୯୯୦ ମସିହାରେ କମ୍ପାନୀ ପ୍ରତିଷ୍ଠା ହେବା ପରଠାରୁ ସେ…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ସରକାରଙ୍କ ବଡ଼ ଘୋଷଣା! ବଦଳିବ ସୁନା କିଣିବା ନିୟମ, ଜାଣନ୍ତୁ ଗ୍ରାହକଙ୍କ ଉପରେ କ’ଣ ପ୍ରଭାବ ପଡ଼ିବ…

ନୂଆଦିଲ୍ଲୀ,୪।୪: ସରକାର ସୁନା କ୍ରୟ ସମ୍ବନ୍ଧୀୟ ନିୟମଗୁଡ଼ିକୁ ଆହୁରି କଠୋର କରିବାକୁ ଯାଉଛନ୍ତି। ଏହି ପଦକ୍ଷେପର ଅଂଶ ସ୍ବରୂପ, ହଲମାର୍କିଂର ଅପବ୍ୟବହାର ବିଷୟରେ ବଢ଼ୁଥିବା ଚିନ୍ତାକୁ ଦୂର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri