‘ଆଇସିଏଲ୍‌ ଫିନ୍‌କର୍ପ’ ଗ୍ରାହକଙ୍କ ବିଶ୍ୱାସ ଜିତିପାରିଛି

ଭୁବନେଶ୍ୱର,୧୧।୧୧:ଦେଶର ପ୍ରମୁଖ ଘରୋଇ ସଂସ୍ଥା ‘ଆଇସିଏଲ୍‌ ଫିନ୍‌କର୍ପ’ର ନୂତନ ଶାଖାଗୁଡ଼ିକ ଶୁଭାରମ୍ଭ କରାଯାଇଛି। ଏପରିକି ଓଡ଼ିଶା ବଜାରରେ କମ୍ପାନୀର ୧୩ଟି ନୂତନ ଶାଖା ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଆଇସିଏଲ୍‌ ଫିନ୍‌କର୍ପର ସିଏମ୍‌ଡି ଆଡ୍‌ଭୋକେଟ କେ.ଜି. ଅନିଲ କୁମାର ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କମ୍ପାନୀର ଏଜିଏମ୍‌ ଟି.ଜି.ବାବୁ, ଏଜିଏମ୍‌ଓ ରାମଚନ୍ଦ୍ରନ ଏବଂ ଏସ୍‌ଏସ୍‌ଏମ୍‌ ବିଜୁ ଦେବଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ। ଅପରପକ୍ଷରେ କମ୍ପାନୀର ପ୍ରଥମ ବାର୍ଷିକୀ ଉତ୍ସବର ଏକ ଅଂଶ ଭାବେ ଓଡ଼ିଶାର ଗ୍ରାହକମାନଙ୍କ ପାଇଁ ଏକ ବାର୍ଷିକୀ ଧମାଲ ଲକି ଡ୍ର’ ସମ୍ପର୍କରେ ମଧ୍ୟ ଘୋଷଣା କରାଯାଇଛି। ଓଡ଼ିଶାର ସମସ୍ତ ଗ୍ରାହକ (ରାଜ୍ୟରେ ଥିବା କମ୍ପାନୀର ୩୫ଟି ଶାଖାରୁ ସୁନାଋଣ ନେଉଥିବା ଗ୍ରାହକମାନେ) ଲକି ଡ୍ର ଜରିଆରେ ୧୦ଟି ସୁନା ମୁଦ୍ରା ଜିତିବାର ସୁଯୋଗ ପାଇପାରିବେ। ଉଲ୍ଲେଖଯୋଗ୍ୟ , ଅନ୍ୟ ବ୍ୟାଙ୍କ କିମ୍ବା ଆର୍ଥିକ ଅନୁଷ୍ଠାନରୁ ସୁନାଋଣ ସ୍ଥାନାନ୍ତର କରିଥିବା ଗ୍ରାହକମାନେ ମଧ୍ୟ ଏହି ଅଫର ଉପଭୋଗ କରିପାରିବେ। ଆସନ୍ତା ଜାନୁୟାରୀ ୧ରେ ଲକି ଡ୍ର ର ୧୦ ଭାଗ୍ୟଶାଳୀ ବିଜେତାଙ୍କ ନାମ ଘୋଷଣା କରାଯିବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ଏ ସମ୍ପର୍କରେ କମ୍ପାନୀର ସିଏମ୍‌ଡି କେ.ଜି. ଅନିଲକୁମାର କହିଛନ୍ତି, ଭାରତୀୟ ରିଜର୍ଭ ବ୍ୟାଙ୍କ ଦ୍ୱାରା ସ୍ଥାପତି ମାନଦଣ୍ଡର ଅନୁପାଳନ କରି କମ୍ପାନୀ ଓଡ଼ିଶାର ଗ୍ରାହକମାନଙ୍କୁ ସର୍ବୋତ୍ତମ ସୁଧହାର ଏବଂ ବାଧାମୁକ୍ତ ତଥା ଦ୍ରୁତ ଋଣ ପ୍ରକ୍ରିୟାକରଣ ଯୋଗାଇବା ସହ ବିଶ୍ୱାସ ମଧ୍ୟ ଜିତିପାରିଛି। ସେହିଭଳି ଓଡ଼ିଶାରେ ନୂତନ ଶାଖାର ଶୁଭାରମ୍ଭ ସହ ଆଇସିଏଲ୍‌ ଓଡ଼ିଶାବାସୀଙ୍କୁ ଉନ୍ନତ ସେବା ପ୍ରଦାନ କରିବା ଏବଂ ସାରା ଭାରତରେ ଏକ ମହାନ୍‌ ଉପସ୍ଥିତି ସୃଷ୍ଟି କରିବା ପାଇଁ ଆଶାବାଦୀ ରହିଛି ବୋଲି ସେ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଡାଫୋନ ଆଇଡିଆକୁ ମିଳିଲା ନୂଆ ଜୀବନ, କରିବ ସ୍ମାର୍ଟ ଏଣ୍ଟ୍ରି

ନୂଆଦିଲ୍ଲୀ,୨୫।୪: ଆଦିତ୍ୟ ବିର୍ଲା ଗ୍ରୁପ ଚେୟାରମ୍ୟାନ କୁମାର ମଙ୍ଗଳମ ବିର୍ଲା କହିଛନ୍ତି ଯେ ଟେଲିକମ କମ୍ପାନୀ ଭୋଡାଫୋନ ଆଇଡିଆର ୧୮,୦୦୦ କୋଟି ଟଙ୍କା ସଂଗ୍ରହ କମ୍ପାନୀ...

ଅମ୍ବାନୀ ଆଣିଲେ ୧ ଟଙ୍କାରେ ଓଟିଟିର ଜବରଦସ୍ତ ପ୍ଲାନ୍‌: ଆମାଜନ, ନେଟଫ୍ଲିକ୍ସକୁ ମିଳିବ ଟକ୍କର

ନୂଆଦିଲ୍ଲୀ,୨୫।୪: ମୁକେଶ ଅମ୍ବାନୀଙ୍କ ଜିଓସିନେମା ପ୍ଲାଟଫର୍ମରେ ଏବେ ଦୈନିକ ୧ ଟଙ୍କାରୁ କମ୍‌ ଖର୍ଚ୍ଚ କରି ହଲିଉଡ୍‌ ଫିଲ୍ମ ଏବଂ ଟିଭି ଶୋ’ର ମଜା ନେଇପାରିବେ।...

ଶେୟାର ବଜାରର ଉତ୍ସାହ, ମାର୍କେଟ କ୍ୟାପ୍ ୪୦୪ ଲକ୍ଷ କୋଟି ପାର

ମୁମ୍ବାଇ,୨୫।୪: ଗୁରୁବାର ଦ୍ୱିପ୍ରହରରେ ଶେୟାର ବଜାରରେ କିଣାବିକା ବଢିବା ସହିତ ଭାରତୀୟ ଶେୟାର ବଜାର ଉତ୍ସାହ ସହିତ ବନ୍ଦ ହୋଇଛି। ସେନସେକ୍ସ ୭୪,୦୦୦ ପଏଣ୍ଟ ପାର...

୫୨୭ ଟି ଭାରତୀୟ ପଦାର୍ଥରେ କ୍ୟାନ୍ସର ସୃଷ୍ଟିକାରୀ ରାସାୟନିକ ପଦାର୍ଥ ପାଇଲା ୟୁରୋପୀୟ ୟୁନିଅନ: ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

ନୂଆଦିଲ୍ଲୀ,୨୫।୪: ୟୁରୋପୀୟ ୟୁନିଅନର ଖାଦ୍ୟ ନିରାପତ୍ତା କର୍ତ୍ତୃପକ୍ଷ ଇଥାଇଲନ୍ ଅକ୍ସାଇଡ୍, କର୍କଟ ସୃଷ୍ଟି କରୁଥିବା ରାସାୟନିକ ପଦାର୍ଥ ଭାରତ ସହିତ ସଂଯୁକ୍ତ ୫୨୭ ଉତ୍ପାଦରେ ଚିହ୍ନଟ...

ହର୍ଲିକ୍ସରୁ ‘ସ୍ୱାସ୍ଥ୍ୟ’ ଲେବଲ୍ ପ୍ରତ୍ୟାହାର କଲା ଏଚୟୁଏଲ, ‘ପୁଷ୍ଟିକର ପାନୀୟ’ ଭାବରେ କଲା ରିବ୍ରାଣ୍ଡିଂ

ନୂଆଦିଲ୍ଲୀ,୨୫।୪: ସ୍ୱାସ୍ଥ୍ୟ ପାନୀୟ ବର୍ଗରେ ସାମ୍ପ୍ରତିକ ନିୟାମକ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ହିନ୍ଦୁସ୍ତାନ ୟୁନିଲିଭର (ଏଚୟୁଏଲ) ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ରିବ୍ରାଣ୍ଡିଂ ପଦକ୍ଷେପ ନେଇଛି। କମ୍ପାନୀ...

ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ସହ କାବିଲର ବୁଝାମଣା

ଭୁବନେଶ୍ୱର,୨୫।୪: କାଉନସିଲ ଅଫ୍‌ ସାଇଣ୍ଟିଫିକ ଆଣ୍ଡ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ (ସିଏସ୍‌ଆଇଆର୍‌)ର ପ୍ରମୁଖ ପ୍ରତିଷ୍ଠାନ ନ୍ୟାଶନାଲ ଜିଓଫିଜିକାଲ୍‌ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ ବା ଏନ୍‌ଜିଆର୍‌ଆଇ ଅଥବା ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ଏବଂ...

ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ

ଭୁବନେଶ୍ୱର,୨୫।୪: ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ ‘ବିନ୍ଧ୍ୟ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଚଳିତ ବର୍ଷର ଅକ୍ଷୟ ତୃତୀୟା ଉପଲକ୍ଷେ ରିଲାଏନ୍ସ ଜୁଏଲ୍ସ ବିନ୍ଧ୍ୟ...

୫୦୦୦ ଟଙ୍କା କମିଲା ରୁପା, ୧୬୦୦ଟଙ୍କା କମିଲା ସୁନା

ଭୁବନେଶ୍ୱର,୨୫।୪ (ଅଭୟ ଦାଶ): କ୍ରମାଗତ ଭାବେ ସୁନା ଓ ରୁପା ଦରରେ ହ୍ରାସ ଘଟିବାରୁ ଅଳଙ୍କାର ବଜାରରେ ସୁଧାର ଆସିଛି। ଏପରିକି ଦରବୃଦ୍ଧିକୁ ନେଇ ଆଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri