ସାଲାଇନ୍‌ ଗର୍ଗଲ ଆର୍‌ଟି-ପିସିଆର୍‌ ଟେଷ୍ଟ୍‌କୁ ଆଇସିଏମ୍‌ଆର୍‌ ମଞ୍ଜୁରୀ…

ନୂଆଦିଲ୍ଲୀ,୨୯।୫: କରୋନା ମହାମାରୀ ସଂକ୍ରମଣ ନେଇ ଦେଶରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ କରୋନା ଟେଷ୍ଟ୍‌ ସଂଖ୍ୟା ବୃଦ୍ଧି କରିବା ଲାଗି ଆଇସିଏମ୍‌ଆର୍‌ ପକ୍ଷରୁ ବଡ଼ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଆଇସିଏମ୍‌ଆର୍‌ ପକ୍ଷରୁ ସାଲାଇନ୍‌ ଗର୍ଗଲ ଆର୍‌ଟି-ପିସିଆର୍‌ ଟେଷ୍ଟ୍‌କୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ଏହା ଦ୍ୱାରା ମାତ୍ର ୩ ଘଣ୍ଟାରେ ଟେଷ୍ଟ୍‌ ରିପୋର୍ଟ ମିଳି ପାରିବ। ସାଲାଇନ୍‌କୁ ୧୫ ସେକେଣ୍ଡ ପର୍ଯ୍ୟନ୍ତ ପାଟିରେ ରଖି ଗର୍ଗଲ କରିବା ପରେ ଆଇସିଏମ୍‌ଆର୍‌ ପକ୍ଷରୁ ତିଆରି କରାଯାଇ ଲଏକ ଟ୍ୟୁବ୍‌ରେ କୁଳି କରିବାକୁ ପଡ଼ିବ। ଏଥିରେ କରୋନା ଭୂତାଣୁ ଅଛି କି ନାହିଁ ତାହା ଜଣାପଡ଼ିଯିବ ବୋଲି ଆଇସିଏମ୍‌ ଆର୍‌ ପକ୍ଷରୁ ସୂଚନା ଦିଆଯାଇଛି। ସିଏସ୍‌ଆଇଆର୍‌ର ନାଗପୁର ସ୍ଥିତ ରାଷ୍ଟ୍ରୀୟ ପରିବେଶ ଇଞ୍ଜିିନିୟରିଂ ଅନୁସନ୍ଧାନ ସଂସ୍ଥା(ଏନ୍‌ଇଇଆର୍‌ଆଇ) ପକ୍ଷରୁ ବିକଶିତ କରାଯାଇଥିବା ଏହି ନନ୍‌-ଇନଭାସିଭ୍‌ ଆର୍‌ଟି-ପିସିଆର୍‌ ଟେଷ୍ଟ୍‌ ପଦ୍ଧତି ବେଶ୍‌ ଉପଯୋଗୀ ସାବ୍ୟସ୍ତ ହେବ ବୋଲି କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରୀ ହର୍ଷବର୍ଦ୍ଧନ ପ୍ରକାଶ କରିଛନ୍ତି। ଏହାଦ୍ୱାରା ଏଣିକି ସ୍ବାବ୍‌ ସଂଗ୍ରହ କରିବାର ଆବଶ୍ୟକତା ପଡ଼ିବ ନାହିଁ। ଦେଶରେ କମ୍‌ ସମୟରେ ଅଧିକ ନମନା ପରୀକ୍ଷା କରାଯାଇପାରିବ ବୋଲି ଏନ୍‌ଇଇଆର୍‌ଆଇର ଏନ୍‌ଭାର୍ନମେଣ୍ଟ୍‌ ଭିରୋଲୋଜି ସେଲ୍‌ର ବରିଷ୍ଠ ବୈଜ୍ଞାନିକ ଡ.କ୍ରିଷ୍ଣା ଖୈର୍‌ନାର୍‌ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri