Posted inଜାତୀୟ

ନିପା ଭାଇରସରେ ମୃତ୍ୟୁହାର କରୋନାଠାରୁ ବହୁ ଅଧିକ:ଆଇସିଏମଆର ଡିଜି

ନୂଆଦିଲ୍ଲୀ,୧୫।୯: ଦେଶରେ ନିପା ଭାଇରସର ସଂକ୍ରମଣ ମାମଲା ମିଳିବା ପରେ ସରକାର ସତର୍କ ହୋଇଯାଇଛନ୍ତି। ଆଇସିଏମଆର ମହାନିର୍ଦ୍ଦେଶକ ଡାକ୍ଟର ରାଜୀବ ବହଲ ଶୁକ୍ରବାର କହିଛନ୍ତି ଯେ ନିପା ଭାଇରସ ସଂକ୍ରମଣକୁ ରୋକିବା ପାଇଁ ଉଦ୍ୟମ ଚାଲିଛି। ସମସ୍ତ ସଂକ୍ରମିତ ବ୍ୟକ୍ତି ଇଣ୍ଡେକ୍ସ ପେସେଣ୍ଟ(ପ୍ରଥମ ସଂକ୍ରମିତ ରୋଗୀ) ଙ୍କ ସଂସ୍ପର୍ଶରେ ଆସିଥିଲେ।
ଆଇସିଏମଆର ଡିଜି ରାଜୀବ ବହଲ କହିଛନ୍ତି ଯେ ନିପାରେ ସଂକ୍ରମିତ ଲୋକଙ୍କ ମୃତ୍ୟୁ ହାର ବହୁତ ଅଧିକ। ଏହା ୪୦ ରୁ ୭୦ ପ୍ରତିଶତ ମଧ୍ୟରେ ଥିବାବେଳେ କୋଭିଡ ମୃତ୍ୟୁ ହାର ୨-୩ ପ୍ରତିଶତ ଥିଲା। ସୂଚନାଯୋଗ୍ୟ, ଶୁକ୍ରବାର କେରଳର କୋଜିକୋଡେ ଜିଲାରେ ନିପା ଭାଇରସ ସଂକ୍ରମଣର ଆଉ ଏକ ମାମଲା ନିଶ୍ଚିତ ହୋଇଛି।
ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ଭିନା ଜର୍ଜଙ୍କ କାର୍ଯ୍ୟାଳୟ ପକ୍ଷରୁ ଶୁକ୍ରବାର କୁହାଯାଇଛି ଯେ ୩୯ ବର୍ଷ ବୟସ୍କ ବ୍ୟକ୍ତିଙ୍କ ନମୁନା ନିପା ଭାଇରସ ସଂକ୍ରମଣକୁ ନିଶ୍ଚିତ କରିଛି। ସେ ଡାକ୍ତରଖାନାରେ ଅବଜରଭେସନରେ ଛନ୍ତି। ଏହି ବ୍ୟକ୍ତି ଜଣକ ୩୦ ଅଗଷ୍ଟରେ ନିପା ଭାଇରସ ସଂକ୍ରମଣରେ ମୃତ୍ୟୁ ହୋଇଥିବା ରୋଗୀଙ୍କ ସହ ସିଧାସଳଖ ଯୋଗାଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?