Posted inଜାତୀୟ

ଏବେ କେବଳ ମହିଳା ନୁହନ୍ତି ପୁରୁଷମାନେ ମଧ୍ୟ ନେଇପାରିବେ ବନ୍ଧ୍ୟାକରଣ ଇଞ୍ଜେକେସନ, ICMR କଲା ସଫଳ ପରୀକ୍ଷଣ

ନୂଆଦିଲ୍ଲୀ, ୧୯।୧୦: ମହିଳା ମାନଙ୍କ ପାଇଁ ପୂର୍ବରୁ ଅନେକ ଗର୍ଭନିରୋଧକ ଔଷଧ ଉପଲବ୍ଧ ରହିଥିଲେ ମଧ୍ୟ ପୁରୁଷ ମାନଙ୍କ ପାଇଁ ସେଭଳି କିଛି ଔଷଧ ଆସି ନଥିଲା। ବର୍ତ୍ତମାନ ଭାରତୀୟ ଆୟୁର୍ବିଜ୍ଞାନ ଅନୁସନ୍ଧାନ ପରିଷଦ (ଆଇସିଏମଆର)କୁ ଏକ ବଡ଼ ସଫଳତା ମିଳିଛି। ୭ ବର୍ଷର ମେଡିକାଲ ପରୀକ୍ଷଣ ପରେ ଆଇସିଏମଆର କହିଛି ଯେ ପୁରୁଷ ମାନଙ୍କ ପାଇଁ ଗର୍ଭନିରୋଧକ ଔଷଧ ପ୍ରସ୍ତୁତ କରାଯାଇଛି, ଯାହାର କୌଣସି ପାର୍ଶ୍ୱ ପ୍ରତିକ୍ରିୟା ନାହିଁ।

ଏହି ଔଷଧ ଲମ୍ବା ସମୟ ପର୍ଯ୍ୟନ୍ତ ପ୍ରଭାବ ରଖିଥାଏ। ଏଥିପାଇଁ ଆଇଏମଆର ୩୦୩ ସମାଜସେବୀଙ୍କ ଉପରେ ୭ ବର୍ଷ ଧରି ପରୀକ୍ଷା ପରେ ଏହି ନିଷ୍କର୍ଷରେ ପହଞ୍ଚିଥିଲା। ଏହି ଅନୁସନ୍ଧାନ ମୁତାବକ ରିଭରସିବଲ ଇନହିବିସନ ଅଫ ସ୍ପର୍ମ ଅଣ୍ଡର ଗାଇଡାନ୍ସ(RISUG) ୯୯ପ୍ରତିଶତ ପ୍ରଭାବି ଅଟେ। ଏହି ଅନୁସନ୍ଧାନରେ ପୁରୁଷଙ୍କ ବ୍ୟତୀତ ମହିଳା ମାନଙ୍କ ଉପରେ ମଧ୍ୟ ପାର୍ଶ୍ଵପ୍ରତିକ୍ରିୟା ସମ୍ବଧିତ ପରୀକ୍ଷା କରାଯାଇଥିଲା। ଏଥିପାଇଁ ସେହି ମହିଳା ମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା ଯେଉଁମାନଙ୍କର ସ୍ଵାମୀମାନେ ଏହି ପରୀକ୍ଷଣରେ ସାମିଲ ଥିଲେ।

ଆଇଆଇଟି ଖଡ଼ଗପୁରର ଡା. ସୁଜୟ ଗୁହା ଏହି ଔଷଧକୁ ୧୯୭୯ରେ ପ୍ରସ୍ତୁତ କରିଥିଲେ, କିନ୍ତୁ ଏହାର ତୃତୀୟ ପର‌୍ୟ୍ୟାୟ ପରୀକ୍ଷା ପାଇଁ ଅନେକ ଦିନ ସମୟ ଲାଗିଯାଇଥିଲା, ଯାହାର ରିପୋର୍ଟ ବର୍ତ୍ତମାନ ଆସିଛି।

 


Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ଉପମୁଖ୍ୟମନ୍ତ୍ରୀ ଯାଉଥିବା ହେଲିକପ୍ଟରରୁ ବାହାରିଲା ଧୂଆଁ: ଆଉ ତା’ପରେ…

ଲକ୍ଷ୍ନୌ,୭।୩: ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ହେଲିକପ୍ଟରକୁ ଲକ୍ଷ୍ନୌ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। କୌଶାମ୍ବୀ ଅଭିମୁଖେ ଯାଉଥିବା ସମୟରେ ହେଲିକପ୍ଟରଟି ହଠାତ୍‌…

ଭାରତକୁ ପଶିଲା ଇରାନୀ ଜାହାଜ, ଆମେରିକାରେ ବାଜିଲା ସାଇରନ!

ନୂଆଦିଲ୍‌ଲୀ,୭।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି ଖରାପ ହେଉଛି। ସମ୍ପ୍ରତି ଭାରତରୁ ଫେରୁଥିବା ଇରାନୀ ଜାହାଜ ISIS ଡେନା ଉପରେ ଆମେରିକା ଆକ୍ରମଣ କରିଥିଲା। ୮୭ ଜଣ ଇରାନୀ…

ରାମ ରହିମଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି, ୨୪ ବର୍ଷ ପୁରୁଣା ହତ୍ୟା ମାମଲାରେ କୋର୍ଟ ଶୁଣାଇଲେ ଏମିତି ରାୟ

ରୋହତକ,୭।୩: ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ଆଜି (ଶନିବାର, ମାର୍ଚ୍ଚ ୭, ୨୦୨୬) ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି…

ଭାଜପା ବିଧାୟକଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଅହମ୍ମଦାବାଦ୍‌,୭।୩:ଗୁଜରାଟରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)ର ବିଧାୟକ ଗୋବିନ୍ଦ ପରମାରଙ୍କର ପରଲୋକ ଘଟିଛି। ଦଳୀୟ ନେତାମାନେ ନିଶ୍ଚିତ କରିଛନ୍ତି ଯେ, ପରମାର ଆନନ୍ଦ ଜିଲାର ଉମରେଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri