Posted inଜାତୀୟ

ଆଇସିଏମଆର୍‌ର ଚେତାବନୀ: ଅଗଷ୍ଟ ଶେଷ ସୁଦ୍ଧା ଆସିପାରେ ତୃତୀୟ ଲହର

ନୂଆଦିଲ୍ଲୀ,୧୬।୭: ଭାରତରେ କରୋନାର ତୃତୀୟ ଲହର ଭୟ ଲୋକଙ୍କୁ ଘାରିଛି। ଅଗଷ୍ଟ ଶେଷ ସୁଦ୍ଧା ଦେଶରେ କରୋନାର ତୃତୀୟ ଲହର ଆସିପାରେ। ତଥାପି, ଏହାର ପ୍ରଭାବ ଦ୍ୱିତୀୟ ଲହର ତୁଳନାରେ ସାମାନ୍ୟ କମ ହେବ ବୋଲି ଆକଳନ କରାଯାଇଛି। ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର୍‌) ବିଭାଗର ମୁଖ୍ୟ ଡା. ସମୀର ପଣ୍ଡା ଏହା ଆକଳନ କରିଛନ୍ତି। ଏକ ସାକ୍ଷାତକାରରେ ସମୀର ପଣ୍ଡା କହିଛନ୍ତି ଯେ, ତୃତୀୟ ଲହର ଦେଶବ୍ୟାପୀ ହେବ, ଯଦିଓ ଏହାର ଅର୍ଥ ନୁହେଁ ଯେ ଏହା ଦ୍ୱିତୀୟ ଲହର ପରି ଭୟାନକ ଏବଂ ଦ୍ରୁତ ଗତିରେ ବ୍ୟାପିବ। ଲୋକଙ୍କ ମଧ୍ୟରେ ଥିବା ଅସାବଧାନତା ସ୍ପଷ୍ଟ ଦେଖାଯାଉଛି ଯେହେତୁ କରୋନା କମ ମାମଲା ଆସିଛି ଏବଂ ଲକ୍‌ଡାଉନ୍‌ ଉଡିଯାଇଛି। ଲୋକମାନେ ବଜାର, ପର୍ଯ୍ୟଟନ ସ୍ଥାନ ଏବଂ ଅନ୍ୟାନ୍ୟ ସର୍ବସାଧାରଣ ସ୍ଥାନରେ ବହୁ ସଂଖ୍ୟାରେ ଏକାଠି ହେଉଛନ୍ତି। ମାସ୍କ ପିନ୍ଧୁନାହାନ୍ତି। କରୋନା ପ୍ରୋଟୋକଲ ଅନୁସରଣ ନ କରି ସରକାର ଏବଂ ଲୋକମାନେ ବିରାଟ ସମାବେଶକୁ ନେଇ ଆଇସିଏମଆର୍‌ ଉଦ୍‌ବେଗ ପ୍ରକାଶ କରିଛି। ଏହି ଘଟଣା ମହାମାରୀର ତୃତୀୟ ଲହରର ମୁଖ୍ୟ କାରଣ ହୋଇପାରେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘କିଡନୀ ଦିଅ ନଚେତ୍‌ ମୃତ୍ୟୁ ଦିଅ’ ରାଷ୍ଟ୍ରପତିଙ୍କୁ ଚିଠି ଲେଖି ଗୁହାରୀ କଲେ ୫ ମହିଳା, ଜାଣନ୍ତୁ କାହିଁକି…

କୋଟା,୧୬।୭: ରାଜସ୍ଥାନର କୋଟାରୁ ଏକ ଅତ୍ୟନ୍ତ ଆବେଗପୂର୍ଣ୍ଣ ଏବଂ ଗମ୍ଭୀର ମାମଲା ସାମ୍ନାକୁ ଆସିଛି । କିଡନୀର ଗମ୍ଭୀର ରୋଗରେ ପୀଡ଼ିତ ହୋଇ ଡାକ୍ତରଖାନାରେ ଜୀବନ ସହ…

ଇଣ୍ଟରଭ୍ୟୁ ଦେବାକୁ ଆସି ଟଳିପଡିଲେ ଯୁବକ, ଡାକ୍ତରଖାନାରେ ମୃତ ଘୋଷଣା କଲେ ଡାକ୍ତର

ରେଙ୍ଗାଲି, ୧୬।୭ (ଦେବବ୍ରତ ପଣ୍ଡା): ଚାକିରି ପାଇଁ ଇଣ୍ଟରଭ୍ୟୁ ଦେବାକୁ ଆସିଥିବା ଜଣେ ଯୁବକଙ୍କର କମ୍ପାନୀ ପରିସରରେ ହିଁ ଅକାଳ ବିୟୋଗ ଘଟିଛି। ମୃତ ଯୁବକ ଜଣକ…

୧୬ ଜୁଲାଇରୁ ୫ ରାଶିଙ୍କ ଖୋଲିବ ଭାଗ୍ୟ; ଚାକିରିରେ ବଡ଼ ପ୍ରମୋସନ୍ ହେବା ସହ ସାଲାରି ହେବ ଡବଲ୍!

୧୬ ଜୁଲାଇ, ୨୦୨୬ ହେଉଛି ଆଷାଢ଼ ମାସ ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥି ଏବଂ ଗୁରୁବାର। ଏହି ତିଥି ଅତ୍ୟନ୍ତ ବିଶେଷ, କାରଣ ଏହି ଦିନ ଭଗବାନ…

୩୬ ଘଣ୍ଟିଆ ଉପବାସ ଭଙ୍ଗକଲେ ଜିଲା କଂଗ୍ରେସ ସଭାପତି: ଏହି ଦାବି ନେଇ…

ଦେବଗଡ଼,୧୬ା୭ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ସହର ମଧ୍ୟସ୍ଥଳରେ ଥିବା ଡାକ୍ତରଖାନା(ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ)କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ପ୍ରଦାନ ସମେତ ୧୦ ଦଫା ଦାବିରେ…

ଭାଜପାରେ ମିଶିଲେ ଶତାଧିକ ମହିଳା, ଯୁବକ

ଝାରସୁଗୁଡ଼ା, ୧୬ା୭(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବିଟିଏମ୍‌ସ୍ଥିତ ଭାଜପା କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଲଇକେରା ଏବଂ ନିକ୍ତିମାଲ…

ଅନୁମତି ଆବାସିକ, ଚାଲିଛି ବେପାର

ଭୁବନେଶ୍ୱର,୧୬ା୭(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଆଧୁନିକ ସହର ସ୍ବପ୍ନ ଦେଖୁଛି। ରାଜଧାନୀବାସୀଙ୍କୁ ଉନ୍ନତ ଜୀବନଶୈଳୀ ଯୋଗାଇଦେବ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଉଛି। ହେଲେ ବିଏମ୍‌ସି…

ଏସ୍‌ଆଇଆର୍‌ରେ ୨୭ ଲକ୍ଷ ଭୋଟରଙ୍କ ନାମ କଟିଛି: ବିଜେଡି

ଭୁବନେଶ୍ୱର,୧୬।୭(ସୁନିତ୍‌ ମିଶ୍ର): ଏସ୍‌ଆଇଆର ପ୍ରକ୍ରିୟାକୁ ନେଇ ବିଜେଡି ପକ୍ଷରୁ ଏକ ପ୍ରତିନିଧିମଣ୍ଡଳୀ ବୁଧବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଅଭିଯୋଗ କରିଛନ୍ତି। ଏଥିରେ ନୂତନ ଭୋଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri