୫ରେ ଆଇସିଏସ୍‌ ପ୍ରାରମ୍ଭିକ ପରୀକ୍ଷା

କଟକ ଅଫିସ, ୪।୬: କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସ୍‌ସି) ଦ୍ୱାରା ପରିଚାଳିତ ଇଣ୍ଡିଆନ୍‌ ସିଭିଲ ସର୍ଭିସ (ଆଇସିଏସ୍‌) ପ୍ରାରମ୍ଭିକ ପରୀକ୍ଷା-୨୦୨୨ ଆସନ୍ତା ରବିବାର ଅନୁଷ୍ଠିତ ହେବ। ଏହି ପରୀକ୍ଷା ଦୁଇଟି ପର୍ଯ୍ୟାୟରେ କରାଯିବ। ପ୍ରଥମ ପର୍ଯ୍ୟାୟ ପରୀକ୍ଷା ପୂର୍ବାହ୍ନ ୯ଟା ୩୦ ମିନିଟରୁ ୧୧ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ଏବଂ ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷା ଅପରାହ୍ନ ୨ଟା ୩୦ ମିନିଟ୍‌ରୁ ୪ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ହେବ। ଓଡ଼ିଶାର ୧୬,୭୨୪ ଜଣ ପରୀକ୍ଷାର୍ଥୀ ସହରରେ ସ୍ଥିରୀକୃତ ୩୯ଟି କେନ୍ଦ୍ରରେ ପରୀକ୍ଷା ଦେବେ। ସିଡିଏସ୍ଥିତ ସେକ୍ଟର-୬ (ନିଉ ବ୍ଲକ) ଡିଏଭି ପବ୍ଲିକ ସ୍କୁଲରେ କେବଳ ଭିନ୍ନକ୍ଷମ ପରୀକ୍ଷାର୍ଥୀଙ୍କ ପାଇଁ ପରୀକ୍ଷା ଦେବାର ବ୍ୟବସ୍ଥା କରାଯାଇଛି। ପରୀକ୍ଷା ଦିନ ପ୍ରଥମ ପର୍ଯ୍ୟାୟରେ ପରୀକ୍ଷା କେନ୍ଦ୍ରଗୁଡିକୁ ପ୍ରଶ୍ନପତ୍ର ଏବଂ ଓଏମ୍‌ଆର୍‌ ଶିଟ୍‌ ସକାଳ ୭ଟା ଏବଂ ଦ୍ୱିତୀୟ ପର୍ଯ୍ୟାୟ ନିମନ୍ତେ ମଧ୍ୟାହ୍ନ ୧୨ଟା ମଧ୍ୟରେ ସୁରକ୍ଷାବଳୟ ମଧ୍ୟରେ ଜିଲା କୋଷାଗାରରୁ ପଠାଯିବ। ଏଥିପାଇଁ ଏକ ପ୍ରସ୍ତୁତି ବୈଠକ କଟକ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ଭବାନୀ ଶଙ୍କର ଚୟନୀ ଅଧ୍ୟକ୍ଷତା କରି ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସମସ୍ତ ପରୀକ୍ଷା କେନ୍ଦ୍ରରେ ପର୍ଯ୍ୟାପ୍ତ ପରିମାଣର ବିଶୁଦ୍ଧ ପାନୀୟଜଳ ଯୋଗାଇଦେବାକୁ ନିର୍ଦ୍ଦେଶ ଦେଇଥିଲେ। ଏଥିସହ ପରୀକ୍ଷା କେନ୍ଦ୍ରର ଅଧୀକ୍ଷକ, ପରୀକ୍ଷାରେ କାର୍ଯ୍ୟ ନିର୍ବାହ କରିବାକୁ ଯାଉଥିବା ପରିଦର୍ଶକ ଓ ନିରୀକ୍ଷକମାନେ ଯେପରି ୟୁପିଏସ୍‌ସିଙ୍କ ନିର୍ଦ୍ଦେଶକ୍ରମେ ନିଷ୍ଠାପର ଭାବେ ସଫଳତାର ସହ ପରୀକ୍ଷା ପରିଚାଳନା କରିପାରିବେ ସେ ବିଷୟରେ କହିଥିଲେ। ଏହି ବୈଠକରେ ୟୁପିଏସ୍‌ସି ଯୁଗ୍ମ ସଚିବ ରାହୁଲ ସିଂହ, ରାଜ୍ୟ ଖଣି ନିଗମ ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ବଳୱନ୍ତ ସିଂହ, ରାଜ୍ୟ ପଞ୍ଚାୟତିରାଜ ବିଭାଗ ନିର୍ଦ୍ଦେଶକ ଜ୍ଞାନ ଦାସ, ୟୁପିଏସ୍‌ସି ଅନୁଶାସନ ସଚିବ ଶୈଳେଶ ଗୌତମ, ଅତିରିକ୍ତ ଜିଲାପାଳ ବିଜୟ କୁମାର ଖଣ୍ଡାୟତରାୟ ଓ ପୂର୍ଣ୍ଣଚନ୍ଦ୍ର ମିଶ୍ର ଯୋଗଦେଇ କଟକ ସଦର ମହକୁମାର ବିଭିନ୍ନ ବିଦ୍ୟାଳୟ, ମହାବିଦ୍ୟାଳୟ ଏବଂ ବୈଷୟିକ ଶିକ୍ଷାନୁଷ୍ଠାନରେ ହେବାକୁ ଥିବା ପରୀକ୍ଷା ସମ୍ପର୍କରେ ଆଲୋଚନା କରିଥିଲେ। ଡେପୁଟି କଲେକ୍ଟର ପ୍ରସନ୍ନ ସେନାପତି ଓ ପ୍ରିୟଦର୍ଶିନୀ ଜେନା ଯୋଗଦେଇ ପରୀକ୍ଷାରେ ନିଯୁକ୍ତ ପରିଦର୍ଶକ ଓ ନିରୀକ୍ଷକମାନଙ୍କୁ ପରୀକ୍ଷା ପରିଚାଳନା ସମ୍ବନ୍ଧୀୟ ସମସ୍ତ ତଥ୍ୟ ନେଇ ସୂଚନା ପ୍ରଦାନ କରିଥିଲେ। ଜିଲା କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ ରାଜେଶ ସୁବୁଦ୍ଧି ଓ ସୂର୍ଯ୍ୟକାନ୍ତ ପାଣି ବୈଠକ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri