Posted inଜାତୀୟ

ପ୍ରକାଶ ପାଇଲା ଆଇସିଏସ୍‌ଇ ଦଶମ, ଆଇଏସ୍‌ସି ଦ୍ୱାଦଶ ରେଜଲ୍ଟ

ନୂଆଦିଲ୍ଲୀ,୬।୫:କାଉନ୍‌ସିଲ୍‌ ଫର୍‌ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଏକ୍‌ଜାମିନେଶନ୍ସ (ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଦଶମ ଏବଂ ଆଇଏସ୍‌ସି ଦ୍ୱାଦଶ ପରୀକ୍ଷା ଫଳ ଆଜି ସିଆଇଏସ୍‌ସିଇ ପକ୍ଷରୁ ପ୍ରକାଶ ପାଇଛି। ଛାତ୍ରୀଛାତ୍ର cisce.org ଏବଂ results.cisce.org ଓ୍ବେବସାଇଟ୍‌ରେ ସେମାନଙ୍କ ରେଜଲ୍ଟ ଦେଖିପାରିବେ।
ଏହି ବର୍ଷ ମୋଟ ୯୮,୦୮୮ ଛାତ୍ରୀଛାତ୍ର ଆଇଏସ୍‌ସି ଦ୍ୱାଦଶ ଫଳାଫଳରେ ସଫଳତା ହାସଲ କରିଛନ୍ତି। ପାସ ପ୍ରତିଶତ ୯୮.୧୯ ରହିଛି। ଆଇଏସ୍‌ସି ଦ୍ୱାଦଶ ପରୀକ୍ଷାରେ ସମୁଦାୟ ୯୯,୯୦୧ ଛାତ୍ରୀଛାତ୍ର ଉପସ୍ଥିତ ଥିଲେ। ଚଳିତ ବର୍ଷ ମୋଟ ୨,୪୨,୩୨୮ ଛାତ୍ରୀଛାତ୍ର ଆଇସିଏସ୍‌ଇ ଦଶମ ଫଳାଫଳ ପାସ କରିଛନ୍ତି ଏବଂ ଏହି ହାର ୯୯.୪୭% ରେକର୍ଡ କରାଯାଇଛି। ଦଶମ ପରୀକ୍ଷାରେ ସମୁଦାୟ ୨,୪୩,୬୧୭ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।
ଛାତ୍ରଛାତ୍ରୀ ରିଚେକିଂ ଏବଂ ରିଭାଲୁଏଶନ ପାଇଁ ଆବେଦନ କରିପାରିବେ। ରିଚେକିଂ ପାଇଁ ଗୋଟିଏ ବିଷୟ ପେପର ଲାଗି ୧,୦୦୦ ଟଙ୍କା ଥିବା ବେଳେ ରିଭାଲୁଏଶନ ନିମନ୍ତେ ୧,୫୦୦ ଟଙ୍କା ରହିଛି। ତେବେ ରେଜଲ୍ଟ ପ୍ରକାଶ ପାଇବା ପରଠାରୁ ୧୦ ତାରିଖ ମଧ୍ୟରେ ଛାତ୍ରୀଛାତ୍ର ରିଚେକିଂ ପାଇଁ ଆବେଦନ କରିପାରିବେ। ଏହାପରେ ୪ ସପ୍ତାହ ମଧ୍ୟରେ ରିଚେକିଂର ରେଜଲ୍ଟ ବାହାର କରାଯିବ। ସେହିଭଳି ରିଭାଲୁଏଶନ ପାଇଁ ରେଜଲ୍ଟ ପ୍ରକାଶ ପାଇବାର ୨୪ ଘଣ୍ଟା ମଧ୍ୟରେ ଆବେଦନ କରିବାକୁ ପଡ଼ିବ। ଆଇସିଏସ୍‌ଇ ଦଶମ ଏବଂ ଆଇଏସ୍‌ସି ଦ୍ୱାଦଶର କମ୍ପାର୍ଟମେଣ୍ଟ ପରୀକ୍ଷା ଚଳିତବର୍ଷଠାରୁ ବନ୍ଦ ହୋଇଯାଇଛି। ଯେଉଁ ଛାତ୍ରୀଛାତ୍ର ସେମାନଙ୍କ ମାର୍କ/ଗ୍ରେଡ୍‌ରେ ଉନ୍ନତି ଚାହୁଁଥିବେ ସେମାନେ ଇମ୍ପ୍ରୁଭମେଣ୍ଟ ପରୀକ୍ଷା ଦେଇପାରିବେ। କିନ୍ତୁ ତାହା ସର୍ବାଧିକ ଦୁଇଟି ବିଷୟରେ ଦେଇହେବ। ଏହି ଏକ୍‌ଜାମିନେଶନ ଜୁଲାଇରେ ଅନୁଷ୍ଠିତ ହେବ ବୋଲି ସିଆଇଏସ୍‌ସିଇ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri