ଆଜି ଆଇସିଏସ୍‌ଇ ଦଶମ, ଆଇଏସ୍‌ସି ଦ୍ୱାଦଶ ରେଜଲ୍ଟ:ଜାଣନ୍ତୁ କେମିତି ଜାଣିବେ…

ଭୁବନେଶ୍ୱର, ୬।୫(ଅସମାପିକା ସାହୁ):କାଉନ୍‌ସିଲ୍‌ ଫର୍‌ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଏକ୍‌ଜାମିନେଶନ୍ସ (ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଦଶମ ଏବଂ ଆଇଏସ୍‌ସି ଦ୍ୱାଦଶ ପରୀକ୍ଷା ଫଳ ସୋମବାର ପୂର୍ବାହ୍ନ ୧୧ଟାରେ ପ୍ରକାଶ ପାଇବ। ଏ ନେଇ ରବିବାର ସିଆଇଏସ୍‌ସିଇ ପକ୍ଷରୁ ସୂଚନା ଦିଆଯାଇଛି। ଛାତ୍ରୀଛାତ୍ର cisce.org ଏବଂ results.cisce.org ଓ୍ବେବସାଇଟ୍‌ରେ ସେମାନଙ୍କ ରେଜଲ୍ଟ ଦେଖିପାରିବେ। ସେମାନେ ରିଚେକିଂ ଏବଂ ରିଭାଲୁଏଶନ ପାଇଁ ଆବେଦନ କରିପାରିବେ। ରିଚେକିଂ ପାଇଁ ଗୋଟିଏ ବିଷୟ ପେପର ଲାଗି ୧,୦୦୦ ଟଙ୍କା ଥିବା ବେଳେ ରିଭାଲୁଏଶନ ନିମନ୍ତେ ୧,୫୦୦ ଟଙ୍କା ରହିଛି। ତେବେ ରେଜଲ୍ଟ ପ୍ରକାଶ ପାଇବା ପରଠାରୁ ୧୦ ତାରିଖ ମଧ୍ୟରେ ଛାତ୍ରୀଛାତ୍ର ରିଚେକିଂ ପାଇଁ ଆବେଦନ କରିପାରିବେ। ଏହାପରେ ୪ ସପ୍ତାହ ମଧ୍ୟରେ ରିଚେକିଂର ରେଜଲ୍ଟ ବାହାର କରାଯିବ। ସେହିଭଳି ରିଭାଲୁଏଶନ ପାଇଁ ରେଜଲ୍ଟ ପ୍ରକାଶ ପାଇବାର ୨୪ ଘଣ୍ଟା ମଧ୍ୟରେ ଆବେଦନ କରିବାକୁ ପଡ଼ିବ। ଆଇସିଏସ୍‌ଇ ଦଶମ ଏବଂ ଆଇଏସ୍‌ସି ଦ୍ୱାଦଶର କମ୍ପାର୍ଟମେଣ୍ଟ ପରୀକ୍ଷା ଚଳିତବର୍ଷଠାରୁ ବନ୍ଦ ହୋଇଯାଇଛି। ଯେଉଁ ଛାତ୍ରୀଛାତ୍ର ସେମାନଙ୍କ ମାର୍କ/ଗ୍ରେଡ୍‌ରେ ଉନ୍ନତି ଚାହୁଁଥିବେ ସେମାନେ ଇମ୍ପ୍ରୁଭମେଣ୍ଟ ପରୀକ୍ଷା ଦେଇପାରିବେ। କିନ୍ତୁ ତାହା ସର୍ବାଧିକ ଦୁଇଟି ବିଷୟରେ ଦେଇହେବ। ଏହି ଏକ୍‌ଜାମିନେଶନ ଜୁଲାଇରେ ଅନୁଷ୍ଠିତ ହେବ ବୋଲି ସିଆଇଏସ୍‌ସିଇ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri