ଆଜି ଆଇସିଏସ୍‌ଇ ଦଶମ, ଆଇଏସ୍‌ସି ଦ୍ୱାଦଶ ରେଜଲ୍ଟ:ଜାଣନ୍ତୁ କେମିତି ଜାଣିବେ…

ଭୁବନେଶ୍ୱର, ୬।୫(ଅସମାପିକା ସାହୁ):କାଉନ୍‌ସିଲ୍‌ ଫର୍‌ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଏକ୍‌ଜାମିନେଶନ୍ସ (ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଦଶମ ଏବଂ ଆଇଏସ୍‌ସି ଦ୍ୱାଦଶ ପରୀକ୍ଷା ଫଳ ସୋମବାର ପୂର୍ବାହ୍ନ ୧୧ଟାରେ ପ୍ରକାଶ ପାଇବ। ଏ ନେଇ ରବିବାର ସିଆଇଏସ୍‌ସିଇ ପକ୍ଷରୁ ସୂଚନା ଦିଆଯାଇଛି। ଛାତ୍ରୀଛାତ୍ର cisce.org ଏବଂ results.cisce.org ଓ୍ବେବସାଇଟ୍‌ରେ ସେମାନଙ୍କ ରେଜଲ୍ଟ ଦେଖିପାରିବେ। ସେମାନେ ରିଚେକିଂ ଏବଂ ରିଭାଲୁଏଶନ ପାଇଁ ଆବେଦନ କରିପାରିବେ। ରିଚେକିଂ ପାଇଁ ଗୋଟିଏ ବିଷୟ ପେପର ଲାଗି ୧,୦୦୦ ଟଙ୍କା ଥିବା ବେଳେ ରିଭାଲୁଏଶନ ନିମନ୍ତେ ୧,୫୦୦ ଟଙ୍କା ରହିଛି। ତେବେ ରେଜଲ୍ଟ ପ୍ରକାଶ ପାଇବା ପରଠାରୁ ୧୦ ତାରିଖ ମଧ୍ୟରେ ଛାତ୍ରୀଛାତ୍ର ରିଚେକିଂ ପାଇଁ ଆବେଦନ କରିପାରିବେ। ଏହାପରେ ୪ ସପ୍ତାହ ମଧ୍ୟରେ ରିଚେକିଂର ରେଜଲ୍ଟ ବାହାର କରାଯିବ। ସେହିଭଳି ରିଭାଲୁଏଶନ ପାଇଁ ରେଜଲ୍ଟ ପ୍ରକାଶ ପାଇବାର ୨୪ ଘଣ୍ଟା ମଧ୍ୟରେ ଆବେଦନ କରିବାକୁ ପଡ଼ିବ। ଆଇସିଏସ୍‌ଇ ଦଶମ ଏବଂ ଆଇଏସ୍‌ସି ଦ୍ୱାଦଶର କମ୍ପାର୍ଟମେଣ୍ଟ ପରୀକ୍ଷା ଚଳିତବର୍ଷଠାରୁ ବନ୍ଦ ହୋଇଯାଇଛି। ଯେଉଁ ଛାତ୍ରୀଛାତ୍ର ସେମାନଙ୍କ ମାର୍କ/ଗ୍ରେଡ୍‌ରେ ଉନ୍ନତି ଚାହୁଁଥିବେ ସେମାନେ ଇମ୍ପ୍ରୁଭମେଣ୍ଟ ପରୀକ୍ଷା ଦେଇପାରିବେ। କିନ୍ତୁ ତାହା ସର୍ବାଧିକ ଦୁଇଟି ବିଷୟରେ ଦେଇହେବ। ଏହି ଏକ୍‌ଜାମିନେଶନ ଜୁଲାଇରେ ଅନୁଷ୍ଠିତ ହେବ ବୋଲି ସିଆଇଏସ୍‌ସିଇ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାକୁ ଜଙ୍ଗଲକୁ ନେଇ କରିଥିଲେ ବଳାତ୍କାର, ଏବେ କୋର୍ଟ ଶୁଣାଇଲେ ସଜା, ଅଭିଯୁକ୍ତଙ୍କୁ…

କଟକ,୨୨।୬(ପ୍ରଭୁ କଲ୍ୟାଣ ପାଲ୍‌): ନୃଶଂସତାର ସୀମା ପାର୍‌ । ଗାଁ ଟିୱେଲ ମୂଳରୁ ଟେକି ନେଇ ଜଙ୍ଗଲରେ ବଳାତ୍କାର। ନାବାଳିକାକୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ସଜା ଶୁଣାଇଲେ…

ଲାଲୁ ଜଣେ ବଡ଼ ଖଳନାୟକ: କାହିଁକି ଏମିତି କହିଲେ ମୁଖ୍ୟମନ୍ତ୍ରୀ

ପାଟନା,୨୨।୬:ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପୁଣି ଥରେ ରାଷ୍ଟ୍ରୀୟ ଜନତା ଦଳ (RJD) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପରିବାରକୁ ଟାର୍ଗେଟ୍‌ କରିଛନ୍ତି। ଲାଲୁ…

ଟେଷ୍ଟ କ୍ରିକେଟ୍‌କୁ ଫେରିବେ କି ବିରାଟ କୋହଲି, ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୬: ପ୍ରଖ୍ୟାତ ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଆଘାତ ଯୋଗୁ ପଡ଼ିଆରୁ ବାଦ୍‌ ପଡ଼ିଛନ୍ତି। ଏଥିପାଇଁ ସେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ସମ୍ପ୍ରତି ଅନୁଷ୍ଠିତ…

ଷ୍ଟାର୍ମରଙ୍କ ଇସ୍ତଫା ପେରେ ଜାଣନ୍ତୁ କିଏ ହେବେ ବ୍ରିଟେନର ଆଗାମୀ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୨।୬: ୟୁକେ ପ୍ରଧାନମନ୍ତ୍ରୀ କୀର ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା କରିଛନ୍ତି। ଷ୍ଟାର୍ମର କହିଛନ୍ତି,…

ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପ୍ରଥମ ଥର ପ୍ରତିକ୍ରିୟା ରଖିଲେ ମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨।୬: ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ମଙ୍ଗଳବାର ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି,…

କେନ୍ଦ୍ର ସରକାରଙ୍କ ୧୨ ବର୍ଷ , ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ: ଏହି ବିଷୟ ଉପରେ କଲେ ଆଲୋଚନା

ରାଇକିଆ,୨୨।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ହରି ଓମ କଲ୍ୟାଣ ମଣ୍ଡପ ଠାରେ ସୋମବାର କେନ୍ଦ୍ର ସରକାରଙ୍କ ୧୨ ବର୍ଷ ଓ ରାଜ୍ୟ ସରକାରଙ୍କ ୨ ବର୍ଷ…

ପ୍ରକାଶ ପାଇଲା UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ, ରେଭେନ୍ସା ଆଗରେ

କଟକ,୨୨।୬: ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୋମବାର UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇଛି। ଏଥିରେ ରେଭେନ୍‌ଶା ବିଶ୍ବବିଦ୍ୟାଳୟ ଆଗରେ ରହିଛି। ରେଭେନ୍‌ଶାରେ କଳା(ରାଜନୀତି ବିଜ୍ଞାନ)…

ଲେବର ପାର୍ଟିରେ ଉତ୍ତେଜନା ମଧ୍ୟରେ ୟୁକେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କିର୍‌ ଷ୍ଟାର୍ମର

ଲଣ୍ଡନ,୨୨।୬: ବ୍ରିଟିଶ ପ୍ରଧାନମନ୍ତ୍ରୀ କିର୍‌ ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର (ଜୁନ ୨୨) କିର୍‌ ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri