ଆଜି ଆଇସିଏସ୍‌ଇ ଦଶମ, ଆଇଏସ୍‌ସି ଦ୍ୱାଦଶ ପରୀକ୍ଷାଫଳ

ଭୁବନେଶ୍ୱର,୧୪।୫(ବ୍ୟୁରୋ): କାଉନ୍‌ସିଲ ଫର୍‌ ଦ ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ (ସିଆଇଏସ୍‌ସିଇ) ବୋର୍ଡ ପରିଚାଳିତ ଆଇସିଏସ୍‌ଇ ଦଶମ ଓ ଆଇଏସ୍‌ସି ଦ୍ୱାଦଶ ପରୀକ୍ଷା ଫଳ ରବିବାର ଅପରାହ୍ନ ୩ଟାରେ ପ୍ରକାଶ ପାଇବ। ଏନେଇ ଶନିବାର ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ଛାତ୍ରୀଛାତ୍ର cisce.org and results.cisce.org. ଓ୍ବେବ୍‌ସାଇଟ୍‌ ମାଧ୍ୟମରେ ସେମାନଙ୍କ ପରୀକ୍ଷାଫଳ ଦେଖିପାରିବେ। ଆଇସିଏସ୍‌ଇ ଦଶମ ପରୀକ୍ଷା ଫେବୃୟାରୀ ୨୭ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୯ରେ ସରିଥିଲା। ସେହିପରି ଆଇଏସ୍‌ସି ଦ୍ୱାଦଶ ପରୀକ୍ଷା ଫେବୃୟାରୀ ୧୩ରୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଚାଲିଥିଲା। ଅଢ଼େଇ ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଏହି ପରୀକ୍ଷା ଦେଇଥିଲେ। ତେବେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇପାରି ନ ଥିବା ଛାତ୍ରୀଛାତ୍ର କମ୍ପାର୍ଟମେଣ୍ଟାଲରେ ପରୀକ୍ଷା ଦେଇପାରିବେ। ସେମାନେ ବାଧ୍ୟତାମୂଳକ ବିଷୟ ଇଂଲିଶ ଓ ଅନ୍ୟ ଯେକୌଣସି ୩ଟି ବିଷୟରେ ପାସ୍‌ ମାର୍କ ରଖିଥିବା ଆବଶ୍ୟକ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି। ଅନ୍ୟପକ୍ଷରେ ଦଶମ ଓ ଦ୍ୱାଦଶ ପରୀକ୍ଷା ଫଳ ଜାଣିବାକୁ ବୋର୍ଡ ପକ୍ଷରୁ କେତେକ ସୂଚନା ଦିଆଯାଇଛି। ଯଦି ଅଫିସିଆଲ ପୋର୍ଟାଲ ମାଧ୍ୟମରେ ଛାତ୍ରୀଛାତ୍ର ସେମାନଙ୍କ ଫଳାଫଳକୁ ପ୍ରବେଶ କରିବା ସମୟରେ କୌଣସି ସମସ୍ୟାର ସମ୍ମୁଖୀନ ହୁଅନ୍ତି, ତେବେ ସେମାନେ ସେମାନଙ୍କର ଡିଜିଟାଲ ମାର୍କଶିଟ ଡିଜି ଲକର ମାଧ୍ୟମରେ ଡାଉନ୍‌ଲୋଡ୍‌ କରିପାରିବେ। ଅନ୍‌ଲାଇନରେ ସେମାନଙ୍କ ପରୀକ୍ଷାଫଳ ପାଇବା ପୂର୍ବରୁ ଛାତ୍ରୀଛାତ୍ର ଡିଜିଲକରରେ ସେମାନଙ୍କ ଆକାଉଣ୍ଟ ଆକ୍ଟିଭେଶନ
ଆଜି ଆଇସିଏସ୍‌ଇ ଦଶମ, …
ପ୍ରକ୍ରିୟା ସମ୍ପୂର୍ଣ୍ଣ କରିବା ଦରକାର। ଏଥିପାଇଁ ପରୀକ୍ଷାର୍ଥୀମାନେ digilocker.gov.inକୁ ଲଗ୍‌ଇନ୍‌ କରି ଆକାଉଣ୍ଟ ଖୋଲିବେ। ଏହାପରେ ବିଦ୍ୟାଳୟ ଦ୍ୱାରା ପ୍ରଦତ୍ତ ୬ଅଙ୍କବିଶିଷ୍ଟ ପିନ୍‌ ଦେବାକୁ ପଡ଼ିବ। ଏଥିରେ ପରୀକ୍ଷାର୍ଥୀ ସବିଶେଷ ତଥ୍ୟ ଦେବା ପରେ ମୋବାଇଲ ନମ୍ବର ପ୍ରଦାନ କରିବେ। ମୋବାଇଲକୁ ଏକ ଓଟିପି ଆସିବା ପରେ ଡିଜି ଲକର୍‌ ଆକାଉଣ୍ଟ ସକ୍ରିୟ ହୋଇପାରିବ। ତେବେ ଫଳ ଘୋଷଣା ପରେ ପରୀକ୍ଷାର୍ଥୀ ଡିଜି ଲକର ୱେବ୍‌ସାଇଟ କିମ୍ବା ଆପ୍‌କୁ ଉପଲବ୍ଧ ଲିଙ୍କ୍‌ରେ କ୍ଲିକ୍‌ କରିବାକୁ ପଡ଼ିବ। ଲଗଇନ୍‌ ବିବରଣୀ ପ୍ରଦାନ ପରେ ପରୀକ୍ଷାର୍ଥୀ ନିଜ ପରୀକ୍ଷାଫଳ ଦେଖିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…

UAE ଟଙ୍କା ମାଗିବାରୁ ବିଳିବିଳେଇଲା ପାକିସ୍ତାନ, ଭାରତର ନାଁ ନେଇ କହିଲା…

ଇସଲାମବାଦ,୭।୪: ପାକିସ୍ତାନର ଆର୍ଥିକ ପରିସ୍ଥିତି ପୂର୍ୱରୁ ଜୀବନ ସମର୍ଥନ ଉପରେ ଅଛି, ତଥାପି ଏହାର ଅହଂକାର ହ୍ରାସ ପାଇବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଇସଲାମାବାଦ ଏବେ ସଂଯୁକ୍ତ…

ନୂତନ ପ୍ରାଥମିକ କୃଷି ସମବାୟ ସମିତିର ଭିତ୍ତିପ୍ରସ୍ତର ସ୍ଥାପନ: ଅଞ୍ଚଳର ଚାଷୀମାନଙ୍କୁ ମିଳିବ ଏସବୁ ସୁବିଧା

ଲୋଇସିଂହା,୭।୪(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢୀପଦରଠାରେ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଲିମିଟେଡର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଅକ୍ଷୟ ତୃତୀୟାରେ ଗୋଟିଏ ଟଙ୍କା ଖର୍ଚ୍ଚ ନକରି ବି ପାଇବେ ମହାଲାଭ, କରନ୍ତୁ ଏହି ଗୋଟିଏ କାମ…

ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ, ଅକ୍ଷୟ ତୃତୀୟା ତିଥି ଅତ୍ୟନ୍ତ ସ୍ବତନ୍ତ୍ର। ଏହି ଦିନ ଦେବୀ ଲକ୍ଷ୍ମୀ, ଭଗବାନ କୁବେର ଏବଂ ଭଗବାନ ଧନୱନ୍ତରୀଙ୍କୁ ପୂଜା କରାଯାଏ।…

ଇରାନକୁ କଡ଼ା ଚେତାବନୀ ଦେଲା ଇସ୍ରାଏଲ, ଆଗାମୀ ୧୨ ଘଣ୍ଟା ପାଇଁ ଟ୍ରେନ ବ୍ୟବହାର କଲେ….

ତେହରାନ,୭।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଭିତରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଇରାନର ସାଧାରଣ ଲୋକଙ୍କୁ ଅନୁରୋଧ ଦେଇଛି । ଟ୍ରେନ ଏବଂ ରେଳ ଲାଇନ ଠାରୁ ଦୂରେଇ ରହିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri