ଏପ୍ରିଲ ୨୫ରୁ ଆଇସିଏସ୍‌ଇ, ଆଇଏସ୍‌ସି ପରୀକ୍ଷା

ଭୁବନେଶ୍ୱର, ୪।୩(ବ୍ୟୁରୋ): ସିଆଇଏସ୍‌ସିଇ ଦ୍ୱାରା ପରିଚାଳିତ ଆଇସିଏସ୍‌ଇ(ଦଶମ) ଓ ଆଇଏସ୍‌ସି (ଦ୍ୱାଦଶ) ସେମିଷ୍ଟର-୨ ପରୀକ୍ଷା ଏପ୍ରିଲ ୨୫ରୁ ଆରମ୍ଭ ହେବ। ଦଶମ ପରୀକ୍ଷା ୨୫ରୁ ଆରମ୍ଭ ହୋଇ ମେ’ ୨୩ ରେ ସରିବ। ପୂର୍ବାହ୍ନ ୧୧ଟାରୁ ପରୀକ୍ଷା ଆରମ୍ଭ ହେବ ଓ ଏହାର ଅବଧି ଦେଢ଼ଘଣ୍ଟା ଧାର୍ଯ୍ୟ କରାଯାଇଛି। ତେବେ ପ୍ରଥମ ଦିନ ଇଂଲିଶ ପରୀକ୍ଷା ରହିଛି। ପରୀକ୍ଷା ଆରମ୍ଭର ୧୦ ମିନିଟ୍‌ ପୂର୍ବରୁ ଅର୍ଥାତ୍‌ ୧୦ଟା ୫୦ରେ ପ୍ରଶ୍ନପତ୍ର ପ୍ରଦାନ କରାଯିବ।

ସେହିପରି ଦ୍ୱାଦଶ ପରୀକ୍ଷା ଏପ୍ରିଲ ୨୫ରୁ ଆରମ୍ଭ ହୋଇ ଜୁନ ୬ ପର୍ଯ୍ୟନ୍ତ ଚାଲିବ। ଏହି ପରୀକ୍ଷା ଅପରାହ୍ନ ୨ଟାରୁ ଆରମ୍ଭ ହେବାକୁ ଥିବାବେଳେ ୧ଟା ୫୦ରେ ପ୍ରଶ୍ନପତ୍ର ପ୍ରଦାନ କରାଯିବ। ପ୍ରଶ୍ନପତ୍ର ପଢ଼ିବାକୁ ପରୀକ୍ଷାର୍ଥୀଙ୍କୁ ୧୦ ମିନିଟ୍‌ ସମୟ ଦିଆଯିବ। ଏହି ପରୀକ୍ଷା ଅବଧି ମଧ୍ୟ ଦେଢ଼ ଘଣ୍ଟା ଧାର୍ଯ୍ୟ କରାଯାଇଛି। ଏନେଇ ସିଆଇଏସ୍‌ସିଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପରୀକ୍ଷା ସମ୍ପର୍କିତ ସମସ୍ତ ସୂଚନା ଓ କାର୍ଯ୍ୟସୂଚୀ ସିଆଇଏସ୍‌ସିଇର ଓ୍ବେବ୍‌ସାଇଟ୍‌ cisce.orgରେ ଉପଲବ୍ଧ ରହିଛି। ଛାତ୍ରୀଛାତ୍ରମାନେ ଏହି ଓ୍ବେବ୍‌ସାଇଟ୍‌କୁ ଯାଇ ଆବଶ୍ୟକ ସୂଚନା ପାଇବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri