Posted inଜାତୀୟ

ଫେବୃଆରୀ ୧୭ରୁ ଆଇସିଏସ୍‌ଇ ୧୦ମ ଶ୍ରେଣୀ ପରୀକ୍ଷା

ନୂଆଦିଲ୍ଲୀ,୧୪ା୧୧(ପି.ଟି.): କାଉନସିଲ୍‌ ଫର୍‌ ଦ ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ (ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଦଶମ ଶ୍ରେଣୀ ପରୀକ୍ଷା ଆସନ୍ତା ଫେବୃଆରୀ ୧୭ରୁ ଏବଂ ଆଇଏସ୍‌ସି ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫେବୃଆରୀ ୧୨ରୁ ଆରମ୍ଭ ହେବ। ପ୍ରାୟ ୨.୬ ଲକ୍ଷ ଛାତ୍ରୀଛାତ୍ର ଆଇସିଏସ୍‌ଇ ଦଶମ ଶ୍ରେଣୀ ପରୀକ୍ଷା ଦେବାକୁ ଥିବାବେଳେ ପ୍ରାୟ ୧.୫ ଲକ୍ଷ ଛାତ୍ରୀଛାତ୍ର ଆଇଏସ୍‌ସି ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଦେବେ। ଶିକ୍ଷାବର୍ଷର ସୁପରିଚାଳନାକୁ ଦୃଷ୍ଟିରେ ରଖି ଆଗାମୀ ଉଭୟ ବୋର୍ଡ ପରୀକ୍ଷାର ସୂଚୀ ପ୍ରସ୍ତୁତ କରାଯାଇଛି। ଏହାଦ୍ୱାରା ଛାତ୍ରୀଛାତ୍ରମାନେ ପ୍ରମୁଖ ବିଷୟଗୁଡ଼ିକ ଉପରେ ପ୍ରସ୍ତୁତ ହେବାକୁ ଉପଯୁକ୍ତ ସମୟ ପାଇପାରିବେ ବୋଲି ସିଆଇଏସ୍‌ସିଇ ସମ୍ପାଦକ ତଥା ମୁଖ୍ୟ କାର୍ଯନିର୍ବାହୀ ଯୋଶେଫ ଇମାନୁଏଲ କହିଛନ୍ତି। ଦଶମ ଶ୍ରେଣୀ ପରୀକ୍ଷା ଫେବୃଆରୀ ୧୭ରୁ ଆରମ୍ଭ ହୋଇ ମାର୍ଚ୍ଚ ୩୦ରେ ଶେଷ ହେବ। ସେହିପରି ଫେବୃଆରୀ ୧୨ରୁ ଏପ୍ରିଲ ୬ ମଧ୍ୟରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଅନୁଷ୍ଠିତ ହେବ। ବୋର୍ଡ ପକ୍ଷରୁ ଆଇସିଏସ୍‌ଇର ୭୫ଟି ବିଷୟ ଏବଂ ଆଇଏସ୍‌ସିର ୫୦ ବିଷୟ ପରୀକ୍ଷା ଡାଟା ସିଟ୍‌ ପ୍ରକାଶ ପାଇଥିବା ଇମାନୁଏଲ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶସ୍ତା ହୋଇଗଲା ସୁନା-ରୂପା, ବଜେଟ ପରେ ଏତେ ଖସିଗଲା ଦର ଖୁସିରେ ନାଚି ଉଠିବେ ଆପଣ!

ନୂଆଦିଲ୍ଲୀ,୧।୨: ବଜେଟ ଦିନ ଦେଶର ଧ୍ୟାନ ସଂସଦ ଉପରେ କେନ୍ଦ୍ରିତ ଥିବା ବେଳେ, ସାମଗ୍ରୀ ବଜାର ଅସ୍ଥିରତା ମଧ୍ୟରେ ଥିଲା। ଲଗାତାର ଦ୍ୱିତୀୟ ଦିନ ପାଇଁ ସୁନା…

Budget 2026: ବିଦେଶରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଉପହାର, ଟ୍ୟାକ୍ସ ହ୍ରାସ…

ନୂଆଦିଲ୍ଲୀ,୧।୨: ବଜେଟ୍ ଉପସ୍ଥାପନ କରିବା ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏକ ବଡ଼ ଘୋଷଣା କରିଛନ୍ତି । ସେ ବିଦେଶୀ ଶିକ୍ଷା ଉପରେ ଟିକସରେ ଗୁରୁତ୍ୱପୂର୍ଣ୍ଣ ରିହାତି…

ନିର୍ମଳାଙ୍କ ବଜେଟ୍‌ ଉପସ୍ଥାପନ ପରେ ଅମିତ ଶାହାଙ୍କ ପ୍ରତିକ୍ରିୟା, କହିଲେ ୨୦୪୭ ସୁଦ୍ଧା ହେବ…

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ଲଗାତର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ବଜେଟ୍‌ ସମୟରେ ଅନେକ ବଡ଼ ଘୋଷଣା…

ଦେଶ ଉପରେ କେତେ ଋଣ, କେଉଁଠି ଖର୍ଚ୍ଚ ହେବ ଆପଣଙ୍କ ଟଙ୍କା? ଜାଣନ୍ତୁ ଚଳିତବର୍ଷର ବଜେଟ୍‌ ସାଇଜ

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ଦେଶର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ କେନ୍ଦ୍ରୀୟ ବଜେଟ ଉପସ୍ଥାପନ କରିଛନ୍ତି। ଏହି ବର୍ଷ, ସରକାର ଅଭିବୃଦ୍ଧିର ଗତି ବଜାୟ…

‘କେରଳକୁ ନେଇ କିଛି କହିଲେ ନାହିଁ ଅର୍ଥମନ୍ତ୍ରୀ’, କାହିଁକି ନିର୍ମଳାଙ୍କୁ ଏମିତି କହିଲେ ଶଶି ଥରୁର? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧।୨: ଶଶି ଥରୁର, ବଜେଟ 2026 ଉପରେ ତାଙ୍କର ପ୍ରଥମ ପ୍ରତିକ୍ରିୟାରେ କହିଥିଲେ ଯେ ବହୁତ କମ ବିବରଣୀ ଉପଲବ୍ଧ ଥିଲା। ସେ କହିଥିଲେ ଯେ ୩-୪ଟି…

ଦୁର୍ଘଟଣା ହୋଇଛି ପାଣି ଦିଅ କହି ଘରେ ପଶିଲେ, ବନ୍ଧୁକ ଭୁଜାଲି ବେକରେ ଲଗାଇ ଲୁଟିନେଲେ ସର୍ବସ୍ବ

ପାଟଣା,୧ା୨(ବୀର କିଶୋର ଦାଶ): ଦୁର୍ଘଟଣା ହୋଇଛି ପାଣି ଦିଅ କହି ପ୍ରଥମେ ଘରର ରୋଷେୟାକୁ ମାଡ଼ ମାରିବା ସହ ବାନ୍ଧି ପକାଇବା ପରେ ଉପର ମହଲାକୁ ଯାଇ…

ମହିଳାଙ୍କ ପାଇଁ ପେଡ଼ି ଖୋଲିଦେଲେ ନିର୍ମଳା, ଗର୍ଲସ ହଷ୍ଟେଲଠାରୁ ଲକ୍ଷପତି ଦିଦି ସମସ୍ତେ ହେବେ ଖୁସି

ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ରବିବାର ସଂସଦରେ 2026-27 ପାଇଁ ବଜେଟ ଉପସ୍ଥାପନ କରିଛନ୍ତି। ସବୁଥର ପରି, ଅର୍ଥମନ୍ତ୍ରୀଙ୍କ ବଜେଟରେ ମହିଳାମାନଙ୍କ ପାଇଁ କିଛି ସ୍ବତନ୍ତ୍ର…

ପ୍ରତିରକ୍ଷା ବଜେଟ୍‌ରେ ରେକର୍ଡ ବୃଦ୍ଧି: ସେନା ଯେତିକି ମାଗିଥିଲା, ତାଠାରୁ ଅଧିକ ଦେଲେ ସରକାର

ନୂଆଦିଲ୍ଲୀ,୧।୨: ପ୍ରତିରକ୍ଷା କ୍ଷେତ୍ର ପାଇଁ ଏକ ବଡ଼ ଧରଣର ବ୍ୟୟବରାଦ ଘୋଷଣା କରିଛନ୍ତି ସରକାର। ‘ଅପରେସନ ସିନ୍ଦୂର’ ପରେ ସୀମାରେ ବଢ଼ୁଥିବା ଆତଙ୍କବାଦୀ କାର୍ଯ୍ୟକଳାପକୁ ଦୃଷ୍ଟିରେ ରଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri