ଫେବୃୟାରୀ ୧୩ରେ ଆଇଏସ୍‌ସି, ୨୭ରୁ ଆଇସିଏସ୍‌ଇ ପରୀକ୍ଷା

ଭୁବନେଶ୍ୱର,୨।୧୨(ବ୍ୟୁରୋ): କାଉନ୍‌ସିଲ ଫର୍‌ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଏକଜାମିନେଶନ (ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଓ ଆଇଏସ୍‌ସି ପରୀକ୍ଷା ତାରିଖ ଘୋଷଣା କରାଯାଇଛି। ଆଇସିଏସ୍‌ଇ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଫେବୃୟାରୀ ୨୭ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୯ରେ ଶେଷ ହେବ। ସେହିପରି ଆଇଏସ୍‌ସି ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଫେବୃୟାରୀ ୧୩ରୁ ଆରମ୍ଭ ହୋଇ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଚାଲିବ। ଉଭୟ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷାର ପ୍ରଥମ ଦିନ ଇଂଲିଶ୍‌ ପେପର-୧ ପରୀକ୍ଷା ହେବ ଓ ଦ୍ୱିତୀୟ ଦିନ ଇଂଲିଶ୍‌ ପେପର-୨ ପରୀକ୍ଷା ହେବ। ଛାତ୍ରୀଛାତ୍ରଙ୍କୁ ପ୍ରଶ୍ନ ପଢ଼ିବା ପାଇଁ ୧୫ମିନିଟ ସମୟ ଦିଆଯିବ। ସକାଳ ୯ଟା, ପୂର୍ବାହ୍ନ ୧୧ଟା ଏବଂ ଅପରାହ୍ନ ୨ଟାରେ ପରୀକ୍ଷା ହେବ। ତେଣୁ ପ୍ରତ୍ୟେକ ପରୀକ୍ଷାର ୧୫ ମିନିଟ୍‌ ପୂର୍ବରୁ ପ୍ରଶ୍ନପତ୍ର ଦିଆଯିବ। ସବିଶେଷ କାର୍ଯ୍ୟସୂଚୀ ସିଆଇଏସ୍‌ସିଇର ଓ୍ବେବସାଇଟ cisce.org ରେ ଉପଲବ୍ଧ। ପରୀକ୍ଷାର ଫଳାଫଳ ୨୦୨୩ ମେ’ରେ ଘୋଷଣା ହେବ ବୋଲି ସିଆଇଏସସିଇ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri