ଡଏଚ୍‌ଏଚ୍‌ରେ ଆଇସିୟୁ ଉଦ୍‌ଘାଟିତ

ଖୋର୍ଦ୍ଧା, ୫ା୧୦ (ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ରେ ବିଧାୟକ ପାଣ୍ଠିରୁ ଦେଢ କୋଟି ଟଙ୍କା ବ୍ୟୟ ଅଟକଳରେ ୧୦ ଶଯ୍ୟା ବିଶିଷ୍ଟ ଇଣ୍ଟେନ୍‌ସିଭ କେୟାର ୟୁନିଟ(ଆଇସିୟୁ) ଉଦ୍‌ଘାଟିତ ହୋଇଯାଇଛି। ବିଧାୟକ ଜ୍ୟୋତିରୀନ୍ଦ୍ର ନାଥ ମିତ୍ର ମୁଖ୍ୟଅତିଥି ଭାବେ ଯୋଗ ଦେଇ ଏହାକୁ ଉଦ୍‌ଘାଟନ କରି କହିଲେ ଯେ, କରୋନା ସମୟରେ ମୁଖ୍ୟମନ୍ତ୍ରୀ ପ୍ରତିଟି ଜୀବନ ମୂଲ୍ୟବାନ ବୋଲି କହିଥିଲେ।
ବ୍ୟକ୍ତି ଯେପରି ଚିକିତ୍ସା ଅଭାବରୁ ବଞ୍ଚିତ ନ ହୁଅନ୍ତି ସେଥିପ୍ରତି ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ଦୀର୍ଘଦିନ ଧରି ଡିଏଚ୍‌ଏଚ୍‌ରେ ଗୁରୁତର ରୋଗୀଙ୍କ ଚିକିତ୍ସା ପାଇଁ ଏକ ଆଇସିୟୁର ଆବଶ୍ୟକତା ରହିଥିଲା। ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ କ୍ରମେ କରୋନା ସମୟରେ ଲୋକଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏହି ଆଇସିୟୁ ପ୍ରତିଷ୍ଠା କରାଯାଇଛି ବୋଲି ସେ ପ୍ରକାଶ କରିଥିଲେ। ସମ୍ମାନିତ ଅତିଥି ଭାବେ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ସିଡିଏମ୍‌ଓ ଡା. ଆତ୍ତର୍ର୍ବନ୍ଧୁ ନାୟକ, ଜିଲା ଚିକିତ୍ସାଧିକାରୀ ତଥା ମେଡିକାଲ ଅଧୀକ୍ଷକ ବିଶ୍ୱମୋହନ ମିଶ୍ର ଯୋଗଦେଇଥିଲେ। ସିଡିଏମ୍‌ଓ ନାୟକ କହିଥିଲେ ଯେ, ଏଠାରେ ସମସ୍ତ ଅତ୍ୟାଧୁନିକ ସେବା ଯୋଗାଇ ଦିଆଯିବ। ୩ଜଣ ଡାକ୍ତର ଓ ୩ଜଣ ଷ୍ଟାଫନର୍ସ ନିୟୋଜିତ କରାଯାଇଥିବାବେଳେ ଖାଲି ପଡ଼ିଥିବା ଆବଶ୍ୟକ ପଦବୀ ଖୁବ୍‌ଶୀଘ୍ର ପୂରଣ କରାଯିବ। କାର୍ଯ୍ୟକ୍ରମରେ ପାୈରାଧ୍ୟକ୍ଷା କନକଲକ୍ଷ୍ମୀ ମହାନ୍ତି, ଉପାଧ୍ୟକ୍ଷ ଶାୈର୍ଯ୍ୟ ରଞ୍ଜନ ମହାନ୍ତି, ଆଇସିୟୁ ଡାକ୍ତର ଶୁୁଭ୍ରାଂଶୁରଞ୍ଜନ ସାହୁ, ଡା. ଦ୍ୱାରିକାନାଥ ଶତପଥୀ, ଡା. ବଳଭଦ୍ର ବେହେରା, ହସ୍‌ପିଟାଲ ମ୍ୟାନେଜର ଡା. ବିନାୟକ ପାଣିଗ୍ରାହୀ, ସଙ୍ଗୀତା ସ୍ବାଇଁ, ଷ୍ଟାଫନର୍ସ ସାଧନା ଗୁମାନସିଂହ, ପଲ୍ଲିଶ୍ରୀ ଜେନା, ସନ୍ଧ୍ୟାରାଣୀ ଜାଲି ଏବଂ ଅନ୍ୟ କର୍ମଚାରୀଙ୍କ ସମେତ ବରିଷ୍ଠ ନାଗରିକ, ସ୍ବେଚ୍ଛାସେବୀ ଓ ସ୍ବଚ୍ଛସାଥୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri