Posted inଜାତୀୟ

ଛତିଶଗଡ଼ କଂଗ୍ରେସ ନେତାଙ୍କ ଘରେ ଇଡି ଚଢ଼ାଉ

ନୂଆଦିଲ୍ଲୀ,୨୧।୨ : କୋଇଲା ଲେଭି ମନିଲଣ୍ଡରିଂ ମାମଲାର ତଦନ୍ତ କରୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସୋମବାର ଛତିଶଗଡ଼ର କେତେଜଣ କଂଗ୍ରେସ ନେତାଙ୍କ ଘରେ ଚଢ଼ାଉ କରିଛି। ଛତିଶଗଡ଼ ରାଜଧାନୀ ରାୟପୁରରେ ଆସନ୍ତା ୨୪ରୁ କଂଗ୍ରେସର ୩ ଦିନିଆ ମହାସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏହାର ୩ ଦିନ ପୂର୍ବରୁ ଇଡି ଚଢ଼ାଉକୁ ନେଇ ଦଳ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। କେନ୍ଦ୍ର ସରକାର ପ୍ରତିଶୋଧ ଓ ଉତ୍ପୀଡ଼ନର ତୃତୀୟ ଗ୍ରେଡ୍‌ ରାଜନୀତି କରୁଥିବା କଂଗ୍ରେସ ଅଭିଯୋଗ କରିଛି। ଏହା ଅମୃତ କାଳ ନୁହେଁ ଅଘୋଷିତ ଏମର୍ଜେନ୍ସି ବୋଲି କଂଗ୍ରେସ ସାଧାରଣ ସମ୍ପାଦକ ଜୟରାମ ରମେଶ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି। ସେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟକୁ ଗଣତନ୍ତ୍ରର ସଂହାରକାରୀ ବୋଲି ଅଭିହିତ କରିଛନ୍ତି।
କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଇଡି କାର୍ଯ୍ୟାନୁଷ୍ଠାନକୁ ନିନ୍ଦା କରିଛନ୍ତି। ଗତ ୯ ବର୍ଷ ମଧ୍ୟରେ ଇଡି କରିଥିବା ଚଢ଼ାଉ ମଧ୍ୟରୁ ୯୫ ପ୍ରତିଶତ ବିରୋଧୀ ଦଳ ନେତାମାନଙ୍କ ବିରୋଧରେ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ଅଧିକାଂଶ କଂଗ୍ରେସ ନେତା। ମୋଦି ସରକାର ଇଡିର ଦୁରୁପଯୋଗ କରି ରାୟପୁର ଅଧିବେଶନ ପୂର୍ବରୁ ଭାଜପାର ଭୀରୁତାକୁ ପ୍ରଦର୍ଶିତ କରିଥିବା ଖାର୍ଗେ କହିଛନ୍ତି। ଅନ୍ୟପକ୍ଷରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ବିରୋଧୀ ଦଳର ଅଭିଯୋଗକୁ ଖଣ୍ଡନ କରିଛନ୍ତି। ଦୁର୍ନୀତି କାରଣରୁ କଂଗ୍ରେସ କ୍ଷମତାରୁ ହଟିଥିଲା। ଏହି ଦଳ ଦୁର୍ନୀତି ପ୍ରସଙ୍ଗରେ କହିବା ଠିକ୍‌ ନୁହେଁ ବୋଲି ନିର୍ମଳା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

‘କାନ ଖୋଲି ଶୁଣି ନିଅ, ଯେପର୍ଯ୍ୟନ୍ତ ମୋଦି ବଞ୍ଚିଛନ୍ତି’

ନୂଆଦିଲ୍ଲୀ,୨୫ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଶୁକ୍ରବାର ଉତ୍ତରପ୍ରଦେଶର ୮ଟି ଆସନରେ ଅନୁଷ୍ଠିତ ହେବ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri