୩.୭୦ କୋଟି ମୁଦ୍ରାଋଣ ଠକେଇ ମାମଲା: ଆଇଡିବିଆଇ ବ୍ୟାଙ୍କ ଆସିଷ୍ଟାଣ୍ଟ୍‌ ମ୍ୟାନେଜର ଗିରଫ

ଭୁବନେଶ୍ୱର,୮।୩(ସତ୍ୟଜିତ୍‌ ରାଉତ): ୩କୋଟି ୭୦ଲକ୍ଷ ଟଙ୍କାର ମୁଦ୍ରାଋଣ ଠକେଇ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ପୁରୀ ଜିଲା ପିପିଲି ଦାଣ୍ଡମୁକୁନ୍ଦପୁରସ୍ଥିତ ଆଇଡିବିଆଇ ବ୍ୟାଙ୍କ ଶାଖାର ଆସିଷ୍ଟାଣ୍ଟ୍‌ ମ୍ୟାନେଜର ତନ୍ମୟ କୁମାର ମହାରଣାଙ୍କୁ ବୁଧବାର ଛତିଶଗଡ଼ ରାୟପୁରରୁ ଗିରଫ କରିଛି। ପରେ ତାଙ୍କୁ ରାୟପୁର ଜେଏମ୍‌ଏଫ୍‌ସି କୋର୍ଟରେ ହାଜର କରାଯାଇଥିଲା। ସେଠାରୁ ତାଙ୍କୁ ଟ୍ରାଞ୍ଜିଟ୍‌ ରିମାଣ୍ଡରେ ଓଡ଼ିଶା ଅଣାଯାଇ ଗୁରୁବାର କଟକ ଓପିଆଇଡି କୋର୍ଟକୁ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ତନ୍ମୟଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଏହି ମାମଲାରେ ଅନ୍ୟତମ ଅଭିଯୁକ୍ତ ଥିବା ପୂର୍ବତନ ବ୍ରାଞ୍ଚ ମ୍ୟାନେଜର ସରୋଜକାନ୍ତ ମହାପାତ୍ରଙ୍କୁ ଧରିବାକୁ ଇଓଡବ୍ଲ୍ୟୁ ପ୍ରୟାସ ଜାରି ରଖିଛି।
ଆଇଡିବିଆଇ ବ୍ୟାଙ୍କ ଭୁବନେଶ୍ୱରର ଜେନେରାଲ ମ୍ୟାନେଜର ସନ୍ଦୀପ ପଟ୍ଟନାୟକଙ୍କ ଏତଲାକୁ ଆଧାରକରି ଫେବୃଆରୀ ୨୯ରେ ଇଓଡବ୍ଲ୍ୟୁ ମାମଲା (ନଂ.୩/ ୨୦୨୪) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ୨୦୧୮ରେ ଆସେଟ୍‌ ଅଫିସର ଥିବା ତନ୍ମୟ କୁମାର ମହାରଣା ଓ ସରୋଜକାନ୍ତ ମହାପାତ୍ର ଆପରାଧିକ ଷଡ଼ଯନ୍ତ୍ର କରି ଉକ୍ତ ଶାଖାରେ ଥିବା ପିପିଲି ବିଡିଓଙ୍କ ସରକାରୀ ଆକାଉଣ୍ଟରୁ ୩.୭୦ କୋଟି ଟଙ୍କାର ୩୫ଟି ମୁଦ୍ରା ଲୋନ୍‌ କରି ହଡ଼ପ କରିଥିଲେ ବୋଲି ଅଭିଯୋଗ ହୋଇଛି। ଇଓଡବ୍ଲ୍ୟୁ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଉକ୍ତ ଶାଖାରେ ଥିବା ପିପିଲି ବିଡିଓଙ୍କ ଦୁଇ ବ୍ୟାଙ୍କ ଆକାଉଣ୍ଟରେ ୨୦୧୮ରେ ସରକାରଙ୍କ ପକ୍ଷରୁ ୩.୭୦ କୋଟି ଟଙ୍କା ଜମା କରାଯାଇଥିଲା। ବିଡିଓ ଏହି ଟଙ୍କାକୁ ଫେକ୍ସି ଫିକ୍ସଡ୍‌ ଡିପୋଜିଟ୍‌ (ଏଫ୍‌ଏଫ୍‌ଡି) କରିଦେବାକୁ କହିଥିଲେ। ହେଲେ ଅଧିକାରୀ ଦ୍ୱୟ ଉକ୍ତ ଟଙ୍କାକୁ ତାଙ୍କ ସମ୍ପର୍କୀୟଙ୍କ ନାଁରେ ୧୦ ଲକ୍ଷ ଟଙ୍କା ଲେଖାଏ ୩୫ଟି ମୁଦ୍ରା ଲୋନ୍‌ କରି ନେଇଯାଇଯାଇଥିଲେ। ୨୦୨୨ରେ ବିଡିଓ ଏହି ଏଫ୍‌ଏଫ୍‌ଡିର ତଥ୍ୟ ମାଗିଥିଲେ ବି ତାଙ୍କୁ ଦିଆଯାଇ ନ ଥିଲା। ପରେ ବ୍ୟାଙ୍କ ପକ୍ଷରୁ ତଦନ୍ତ କରାଯିବାରୁ ଦୁଇ ଅଧିକାରୀଙ୍କ ଠକେଇ ଷଡ଼ଯନ୍ତ୍ର ଜଣାପଡ଼ିଥିଲା। ପରେ ସରୋଜ ଓ ତନ୍ମୟଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri