ଆଇଡିବିଆଇର ୪ର୍ଥ ତ୍ରୈମାସିକ ଫଳାଫଳ

ଭୁବନେଶ୍ୱର,୬।୫: ଆଇଡିବିଆଇ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥିକ ବର୍ଷର ୪ର୍ଥ ତ୍ରୈମାସିକ ଫଳାଫଳ ମଧ୍ୟ ଘୋଷଣା କରାଯାଇଛି। ଏପରିକି ବ୍ୟାଙ୍କର ଲାଭ ବାର୍ଷିକ ଆଧାରରେ ୫୫% ବୃଦ୍ଧି ହୋଇ ସର୍ବକାଳୀନ ଉଚ୍ଚସ୍ତର ୫୬୩୪ କୋଟି ଟଙ୍କାରେ ପହଞ୍ଚତ୍ଛି। ସେହିଭଳି ୨୦୨୩-୨୪ ଆର୍ଥିକ ବର୍ଷର ୪ର୍ଥ ତ୍ରୈମାସିକ ମଧ୍ୟରେ ବ୍ୟାଙ୍କର ଲାଭ ୧୨% ବୃଦ୍ଧି ହୋଇ ୧୬୨୮କୋଟି ଟଙ୍କାରେ ରହିଛି। ଏହି ଅବଧି ମଧ୍ୟରେ ବ୍ୟାଙ୍କର ପରିଚାଳନାଗତ ଲାଭ ୯୫୯୨କୋଟି ଟଙ୍କା ରହିଥିଲାବେଳେ ବ୍ୟାଙ୍କର ଏନଆଇଏମ୍‌ ୪.୯୩% ଏବଂ ସୁଧ ଆୟ ବାର୍ଷିକ ଆଧାରରେ ୧୨% ବୃଦ୍ଧି ହୋଇ ୩୬୮୮କୋଟି ଟଙ୍କା ହୋଇଛି।

ବ୍ୟାଙ୍କର ଜମା ମୂଲ୍ୟ ୪ର୍ଥ ତ୍ରୈମାସିକରେ ୪.୪୮%ରହିଛି, ଯାହା ଗତ ୪ର୍ଥ ତ୍ରୈମାସିକରେ ୩.୭୧% ଥିଲା। ଏହାଛଡା ସିଆର୍‌ଏଆର୍‌ ବାର୍ଷିକ ଆଧାରରେ ୧୮୨ ବିପିଏସ୍‌ ବୃଦ୍ଧି ହୋଇ ୨୨.୨୬% ରହିଛି। ରିଟର୍ନ ଅନ୍‌ ଆସେଟ୍‌ସ (ଆର୍‌ଓଏ) ୪ର୍ଥ ତ୍ରୈମାସିକରେ ୧.୮୨% ବୃଦ୍ଧି ହୋଇ ୩୯ ବିପିଏସ୍‌ ରହିଛି। ଯାହା ଏହା ପୂର୍ବ ଆର୍ଥିକ ବର୍ଷର ସମାନ ଅବଧିରେ ୧.୪୩% ଥିଲା। ଏଥିସହିତ ରିଟର୍ନ ଅନ୍‌ ଇକ୍ୱିଟି (ଆର୍‌ଓଇ) ବାର୍ଷିକ ଆଧାରରେ ୩୩୫ ବିପିଏସ୍‌ ବୃଦ୍ଧି ହୋଇ ୧୯.୫୦% ରହିଛି। ୨୦୨୩-୨୪ ଆର୍ଥିକ ବର୍ଷରେ ନେଟ୍‌ ଏନ୍‌ପିଏ ୨୦୨୩ ମାର୍ଚ୍ଚ ୩୧ରେ ୦.୯୨%ରୁ ହ୍ରାସ ହୋଇ ୦.୩୪% ରହିଛି। ଗ୍ରସ୍‌ ଏନ୍‌ପିଏ ୨୦୨୩ ମାର୍ଚ୍ଚ ୩୧ସୁଦ୍ଧା ଶେଷ ହୋଇଥିବା ଆର୍ଥିକ ବର୍ଷର ୬.୩୮%ରୁ ହ୍ରାସ ହୋଇ ୨୦୨୪ଆର୍ଥିକ ବର୍ଷରେ ୪.୫୩% ରହିଛି। ପିସିଆର୍‌ ମଧ୍ୟ ୨୦୨୩ ଆର୍ଥିକ ବର୍ଷର ୯୭.୯୪% ତୁଳନାରେ ବୃଦ୍ଧି ହୋଇ ୯୯.୦୯% ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ନିର୍ବାଚନରେ ବଢୁଛି ଉତ୍ସାହ: ଅତାବିରା କଲେଜରେ ୨୪ଜଣଙ୍କ ନାମାଙ୍କନ ଦାଖଲ

ଅତାବିରା,୯।୧୦(ଯୁଧିଷ୍ଠିର ମହାପାତ୍ର): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହେଉଥିବା ବେଳେ ଅତାବିରା କଲେଜରେ ନିର୍ବାଚନୀ ଉତ୍ସାହ ଦେଖିବାକୁ ମିଳିଛି। କଲେଜର…

ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ବାଏ ବାଏ କରି ସମସ୍ତଙ୍କୁ ଚମକାଇଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୯।୧୦:ଭାରତରେ ଜନ୍ମିତ ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଜିତ ରାଭାଲ ପେସାଦାର କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ୩୮ ବର୍ଷୀୟ ଏହି ଓପନିଂ ବ୍ୟାଟର୍‌ ନିଜ କ୍ୟାରିୟର ଓ ଉପଲବ୍ଧିକୁ…

୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍‌ଦାର ଲଢ଼େଇ

ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା…

ନାନା ପାଟେକରଙ୍କ ମୃତ୍ୟୁ ପରେ ବି ତାଙ୍କୁ ଛାଡ଼ିଲେନି ତନୁଶ୍ରୀ: କହିଦେଲେ ଏମିତି କଥା, ତାତିଲେ ପ୍ରଶଂସକ

ବଲିଉଡ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ଅଭିନେତ୍ରୀ ତନୁଶ୍ରୀ ଦତ୍ତାଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବିବାଦ ସୃଷ୍ଟି ହୋଇଛି। ନାଁ ନ ନେଇ ଇନ୍‌ଷ୍ଟାଗ୍ରାମ…

ବିଶ୍ବରେ ହଲଚଲ! H-1B ଭିସାଧାରୀଙ୍କୁ ଏଭଳି କହିଦେଲା ଆମେରିକା; କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୯ା୧୦: H-1B ଭିସାଧାରୀଙ୍କୁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ‘ଇଣ୍ଡେଞ୍ଚର୍ଡ ଲେବର’ ଅର୍ଥାତ୍‌ ‘ଚୁକ୍ତିବଦ୍ଧ ଶ୍ରମିକ’ ବୋଲି କହିବାକୁ ନେଇ ଭାରତ କଡ଼ା ଆପତ୍ତି ପ୍ରକାଶ କରିଛି…

ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ନାଆମୀ କଲେଜ

ଭଦ୍ରକ,୯ା୧୦(ସନାତନ ରାଉତ): କଲେଜ ପରିସରରେ ବ୍ୟାପକ ଆନ୍ଦୋଳନ ଓ ଅଶାନ୍ତି ଯୋଗୁ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନାଆମୀ ଡିଗ୍ରୀ କଲେଜକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?