ଇଡ୍‌କୋ ଆସିଷ୍ଟାଣ୍ଟ ମ୍ୟାନେଜର ଗିରଫ

ଭୁବନେଶ୍ୱର,୧।୧୦( ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ଇନ୍‌ଫ୍ରାଷ୍ଟ୍ରକ୍ଚର୍‌ ଡେଭଲପ୍‌ମେଣ୍ଟ କର୍ପୋରେଶନ(ଇଡ୍‌କୋ)ର ଆସିଷ୍ଟାଣ୍ଟ ମ୍ୟାନେଜର (ସିଭିଲ୍‌) ମନୋଜ କୁମାର ଲେଙ୍କାଙ୍କୁ ଶୁକ୍ରବାର ଭିଜିଲାନ୍ସ ଗିରଫ କରିଛି। ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଓ ଯାଞ୍ଚ ପରେ ତାଙ୍କ ନିକଟରୁ ମୋଟ ୩ କୋଟି ୩୮ ଲକ୍ଷ ୬୫ ହଜାର ୮୭୯ ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଠାବ କରାଯାଇଛି। ଏହି ବେଆଇନ ସମ୍ପତ୍ତି ତାଙ୍କ ପ୍ରକୃତ ଆୟଠାରୁ ୩୮୭ ପ୍ରତିଶତ ଅଧିକ। ଆୟ ବହିର୍ଭୂତ ସମ୍ପତ୍ତି ନେଇ ସନ୍ତୋଷଜନକ ଉତ୍ତର ଦେଇ ନ ପାରିବାରୁ ମନୋଜ ଓ ତାଙ୍କ ସ୍ତ୍ରୀଙ୍କ ନାମରେ ଭୁବନେଶ୍ୱର ଭିଜିଲାନ୍ସ ଥାନାରେ ଏକ ମାମଲା (ନଂ.୩୧/୨୦୨୨) ରୁଜୁ କରାଯାଇଛି। ଗିରଫ ପରେ ମନୋଜଙ୍କୁ ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟକୁ ଚାଲାଣ କରାଯାଇଥିଲା। ସେଠାରେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।
ସୂଚନା ଅନୁଯାୟୀ, କିଛିଦିନ ହେଲା ମନୋଜଙ୍କ ନାମରେ ମାଳ ମାଳ ଦୁର୍ନୀତି ଅଭିଯୋଗ ଆସିଥିଲା। ଭୁବନେଶ୍ୱର ଭିଜିଲାନ୍ସ ସ୍ବତନ୍ତ୍ର ଜଜ୍‌ଙ୍କ ଦ୍ୱାରା ଜାରି ସର୍ଚ୍ଚ ୱାରେଣ୍ଟ ବଳରେ ଗୁରୁବାର ତାଙ୍କ କାର୍ଯ୍ୟାଳୟ ସମେତ ଭୁବନେଶ୍ୱର, ପୁରୀ ଓ କେନ୍ଦ୍ରାପଡ଼ାର ୯ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଥିଲା। ଚଢ଼ାଉରେ ଭିଜିଲାନ୍ସର ୨ଜଣ ଡିଏସ୍‌ପି, ୧୦ଜଣ ଇନ୍ସପେକ୍ଟର, ୨ଜଣ ସବ୍‌-ଇନ୍ସପେକ୍ଟର, ୫ଜଣ ଏଏସ୍‌ଆଇ ଏବଂ ଅନ୍ୟ କର୍ମଚାରୀ ସାମିଲ ଥିଲେ। ଚଢ଼ାଉ ବେଳେ ଭୁବନେଶ୍ୱର କୋରଡ଼କଣ୍ଟାରେ ତିନି ମହଲା କୋଠା, ଉତ୍ତରା ଛକରେ ମାର୍କେଟ କମ୍ପ୍ଲେକ୍ସ, ରବି ଟକିଜ୍‌ସ୍ଥିତ ମେଟ୍ରୋ ମ୍ୟାନ୍‌ସନରେ ଥିବା ଗୋଟିଏ ଦୋକାନ ଘର, ପୁରୀସ୍ଥିତ ଗ୍ରାଣ୍ଡ୍‌ ଆସିଆନା ଆପାର୍ଟମେଣ୍ଟରେ ଗୋଟିଏ ଫ୍ଲାଟ୍‌, କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବେଲତଳରେ ଥିବା ୩ ମହଲା କୋଠା, ପଟ୍ଟାମୁଣ୍ଡାଇ କେଶପୁରସ୍ଥିତ ପୈତୃକ ଗାଁରେ ଘର ଓ ଭୁବନେଶ୍ୱର ଝାରପଡ଼ା ନୀଳାଦ୍ରିନଗରସ୍ଥିତ ଘର ଠାବ ହୋଇଥିଲା। ସେହିପରି ତାଙ୍କ ନାମରେ ଭୁବନେଶ୍ୱର, ପୁରୀ ଓ କେନ୍ଦ୍ରାପଡ଼ାର ମୁଖ୍ୟ ଅଞ୍ଚଳରେ ୬ଟି ପ୍ଲଟ ଥିବା ଜଣାପଡ଼ିଥିଲା। ଏଥିସହ ତାଙ୍କ ଘରୁ ୧୨.୩୨ ଲକ୍ଷର ସୁନା ଓ ରୁପା ଅଳଙ୍କାର, ୨.୭୮ ଲକ୍ଷ ଟଙ୍କାର ୩ଟି ବାଇକ, ୩.୯୩ ଲକ୍ଷର ଗୋଟିଏ ଚାରିଚକିଆ ଯାନ, ୧୪.୬୦ ଲକ୍ଷ ଟଙ୍କାର ଘରୋଇ ଉପକରଣ ଏବଂ ୧ ଲକ୍ଷ ୭ ହଜାର ୮୫୦ ଲକ୍ଷ ନଗଦ ଟଙ୍କା ଏବଂ ବିଭିନ୍ନ ବ୍ୟାଙ୍କରେ ୬୫.୭୬ ଲକ୍ଷ ଟଙ୍କା ଜମାରାଶି ଓ ଜୀବନବୀମା ପଲିସି ଠାବ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri