ଇଡ୍‌କୋ ଆସିଷ୍ଟାଣ୍ଟ ମ୍ୟାନେଜର ଗିରଫ

ଭୁବନେଶ୍ୱର,୧।୧୦( ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ଇନ୍‌ଫ୍ରାଷ୍ଟ୍ରକ୍ଚର୍‌ ଡେଭଲପ୍‌ମେଣ୍ଟ କର୍ପୋରେଶନ(ଇଡ୍‌କୋ)ର ଆସିଷ୍ଟାଣ୍ଟ ମ୍ୟାନେଜର (ସିଭିଲ୍‌) ମନୋଜ କୁମାର ଲେଙ୍କାଙ୍କୁ ଶୁକ୍ରବାର ଭିଜିଲାନ୍ସ ଗିରଫ କରିଛି। ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଓ ଯାଞ୍ଚ ପରେ ତାଙ୍କ ନିକଟରୁ ମୋଟ ୩ କୋଟି ୩୮ ଲକ୍ଷ ୬୫ ହଜାର ୮୭୯ ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଠାବ କରାଯାଇଛି। ଏହି ବେଆଇନ ସମ୍ପତ୍ତି ତାଙ୍କ ପ୍ରକୃତ ଆୟଠାରୁ ୩୮୭ ପ୍ରତିଶତ ଅଧିକ। ଆୟ ବହିର୍ଭୂତ ସମ୍ପତ୍ତି ନେଇ ସନ୍ତୋଷଜନକ ଉତ୍ତର ଦେଇ ନ ପାରିବାରୁ ମନୋଜ ଓ ତାଙ୍କ ସ୍ତ୍ରୀଙ୍କ ନାମରେ ଭୁବନେଶ୍ୱର ଭିଜିଲାନ୍ସ ଥାନାରେ ଏକ ମାମଲା (ନଂ.୩୧/୨୦୨୨) ରୁଜୁ କରାଯାଇଛି। ଗିରଫ ପରେ ମନୋଜଙ୍କୁ ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟକୁ ଚାଲାଣ କରାଯାଇଥିଲା। ସେଠାରେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।
ସୂଚନା ଅନୁଯାୟୀ, କିଛିଦିନ ହେଲା ମନୋଜଙ୍କ ନାମରେ ମାଳ ମାଳ ଦୁର୍ନୀତି ଅଭିଯୋଗ ଆସିଥିଲା। ଭୁବନେଶ୍ୱର ଭିଜିଲାନ୍ସ ସ୍ବତନ୍ତ୍ର ଜଜ୍‌ଙ୍କ ଦ୍ୱାରା ଜାରି ସର୍ଚ୍ଚ ୱାରେଣ୍ଟ ବଳରେ ଗୁରୁବାର ତାଙ୍କ କାର୍ଯ୍ୟାଳୟ ସମେତ ଭୁବନେଶ୍ୱର, ପୁରୀ ଓ କେନ୍ଦ୍ରାପଡ଼ାର ୯ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଥିଲା। ଚଢ଼ାଉରେ ଭିଜିଲାନ୍ସର ୨ଜଣ ଡିଏସ୍‌ପି, ୧୦ଜଣ ଇନ୍ସପେକ୍ଟର, ୨ଜଣ ସବ୍‌-ଇନ୍ସପେକ୍ଟର, ୫ଜଣ ଏଏସ୍‌ଆଇ ଏବଂ ଅନ୍ୟ କର୍ମଚାରୀ ସାମିଲ ଥିଲେ। ଚଢ଼ାଉ ବେଳେ ଭୁବନେଶ୍ୱର କୋରଡ଼କଣ୍ଟାରେ ତିନି ମହଲା କୋଠା, ଉତ୍ତରା ଛକରେ ମାର୍କେଟ କମ୍ପ୍ଲେକ୍ସ, ରବି ଟକିଜ୍‌ସ୍ଥିତ ମେଟ୍ରୋ ମ୍ୟାନ୍‌ସନରେ ଥିବା ଗୋଟିଏ ଦୋକାନ ଘର, ପୁରୀସ୍ଥିତ ଗ୍ରାଣ୍ଡ୍‌ ଆସିଆନା ଆପାର୍ଟମେଣ୍ଟରେ ଗୋଟିଏ ଫ୍ଲାଟ୍‌, କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବେଲତଳରେ ଥିବା ୩ ମହଲା କୋଠା, ପଟ୍ଟାମୁଣ୍ଡାଇ କେଶପୁରସ୍ଥିତ ପୈତୃକ ଗାଁରେ ଘର ଓ ଭୁବନେଶ୍ୱର ଝାରପଡ଼ା ନୀଳାଦ୍ରିନଗରସ୍ଥିତ ଘର ଠାବ ହୋଇଥିଲା। ସେହିପରି ତାଙ୍କ ନାମରେ ଭୁବନେଶ୍ୱର, ପୁରୀ ଓ କେନ୍ଦ୍ରାପଡ଼ାର ମୁଖ୍ୟ ଅଞ୍ଚଳରେ ୬ଟି ପ୍ଲଟ ଥିବା ଜଣାପଡ଼ିଥିଲା। ଏଥିସହ ତାଙ୍କ ଘରୁ ୧୨.୩୨ ଲକ୍ଷର ସୁନା ଓ ରୁପା ଅଳଙ୍କାର, ୨.୭୮ ଲକ୍ଷ ଟଙ୍କାର ୩ଟି ବାଇକ, ୩.୯୩ ଲକ୍ଷର ଗୋଟିଏ ଚାରିଚକିଆ ଯାନ, ୧୪.୬୦ ଲକ୍ଷ ଟଙ୍କାର ଘରୋଇ ଉପକରଣ ଏବଂ ୧ ଲକ୍ଷ ୭ ହଜାର ୮୫୦ ଲକ୍ଷ ନଗଦ ଟଙ୍କା ଏବଂ ବିଭିନ୍ନ ବ୍ୟାଙ୍କରେ ୬୫.୭୬ ଲକ୍ଷ ଟଙ୍କା ଜମାରାଶି ଓ ଜୀବନବୀମା ପଲିସି ଠାବ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri