ସାଧୁତା ଅବଲମ୍ବନକୁ ଗୁରୁତ୍ୱ ଦେବା ଆବଶ୍ୟକ

ଭୁବନେଶ୍ୱର,୧।୧୧: ଓଡିଶା ଶିଳ୍ପ ଭିତ୍ତିଭୂମି ଊନ୍ନୟନ ନିଗମ (ଇଡ୍‌କୋ) ପକ୍ଷରୁ ‘ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୨’ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସୋମବାର ଭୁବନେଶ୍ୱ୍‌ର ସ୍ଥିତ ଇଡକୋ ମୁଖ୍ୟ କାର୍ଯ୍ୟାଳୟରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଇଡକୋ ମୁଖ୍ୟ ସତର୍କତା ଅଧିକାରୀ ତଥା ମୁଖ୍ୟ ସାଧାରଣ ପରିଚାଳକ (ପ୍ରଶାସନ), ସରୋଜକାନ୍ତ ମହାନ୍ତିଙ୍କ ଅଧ୍ୟକ୍ଷତାରେ ମଧ୍ୟ ଏକ ଶପଥ ପାଠ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଉକ୍ତ ଶପଥ ପାଠ କାର୍ଯ୍ୟକ୍ରମ ପୂର୍ବରୁ ଇଡକୋର ସମସ୍ତ କର୍ମଚାରୀଙ୍କୁ ସରୋଜକାନ୍ତ ସେମାନଙ୍କର କାର୍ଯ୍ୟ, ଦାୟିତ୍ୱ ତଥା କାର୍ଯ୍ୟାଳୟରେ ସର୍ବୋପରି କିଭଳି ସାଧୁତା ଅବଲମ୍ବନ କରିବାକୁ ହେବ ସେ ସମ୍ବନ୍ଧରେ ମଧ୍ୟ ପରାମର୍ଶ ଦେଇଥିଲେ। ବିଶେଷ କରି ଆଇନ ଅନୁସାରେ ଉଭୟ ଲାଞ୍ଚ ନେବା ଓ ଅନ୍ୟ କାହାକୁ ଯାଚିବା ମଧ୍ୟ ଏକ ଦଣ୍ଡନୀୟ ଅପରାଧ ବୋଲି ସେ ସମସ୍ତ କର୍ମଚାରୀଙ୍କୁ ଅବଗତ କରାଇଥିଲେ। ତା’ସହ ନିଜର ବ୍ୟକ୍ତିଗତ ତଥା ସାଧାରଣ ଜୀବନରେ ମଧ୍ୟ ନିଜକୁ ଦୁର୍ନୀତି ମୁକ୍ତ କରିବା ଲାଗି ସେ ଉପସ୍ଥିତ କର୍ମଚାରୀମାନଙ୍କୁ ଉତ୍ସାହିତ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଇଡକୋ ମୁଖ୍ୟ ସାଧାରଣ ପରିଚାଳକ (ଭୂମି) ବିଜୟ କୁମାର ଦାଶ, ମୁଖ୍ୟ ସାଧାରଣ ପରିଚାଳକ (ଏମ୍‌ଏସ୍‌ଏମ୍‌ଇ) ସୁଭାଷ ଚନ୍ଦ୍ର ନାଥଶର୍ମା, ମୁଖ୍ୟ ସାଧାରଣ ପରିଚାଳକ (ଅର୍ଥ) ସୁକାନ୍ତ ପ୍ରସାଦ ଦାଶ, ମୁଖ୍ୟ ସାଧାରଣ ପରିଚାଳକ (ପରିବେଶ) ଅଶୋକ କୁମାର ମିଶ୍ର, ମୁଖ୍ୟ ସାଧାରଣ ପରିଚାଳକ (ଯୋଜନା ଏବଂ ସମନ୍ବୟ) ବିଜୟ ଚନ୍ଦ୍ର ତ୍ରିପାଠୀ, ମୁଖ୍ୟ ସାଧାରଣ ପରିଚାଳକ (ସିଭିଲ) ଅଶ୍ୱିନୀ କୁମାର ବିଶ୍ୱାଳଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟ କର୍ମଚାରୀମାନେ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?